୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ ଅନ୍ୟ ସମସ୍ତ ଟେଲିକମ୍‌ ଅପରେଟରମାନଙ୍କୁ ପଛରେ ପକାଇ ଉଭୟ ଗ୍ରାହକ ସଂଖ୍ୟା ଓ ରାଜସ୍ବ କ୍ଷେତ୍ରରେ ଓଡ଼ିଶାରେ ୧ ନଂ. ସ୍ଥାନ ହାସଲ କରିଛି।ଟ୍ରାଇର ସୂଚନା ଅନୁଯାୟୀ ଜୁଲାଇ ୨୦୨୬ ସୁଦ୍ଧା ରାଜ୍ୟରେ ସର୍ବାଧିକ ୧ କୋଟି ୮୫ ଲକ୍ଷରୁ ଊଦ୍ଧର୍‌ବ ମୋବାଇଲ ଗ୍ରାହକ ହାସଲ କରିଛି । ରାଜ୍ୟରେ ରହିଥିବା ୩ କୋଟି ୯୦ ଲକ୍ଷରୁ ଊଦ୍ଧର୍‌ବ ମୋବାଇଲ ଉପଭୋକ୍ତାଙ୍କ ମଧ୍ୟରୁ ଜିଓ ଓଡ଼ିଶାରେ ୪୭.୪ ପ୍ରତିଶତ ଗ୍ରାହକ ବଜାର ଅଂଶ ଏବଂ ଟେଲିକମ୍‌ କ୍ଷେତ୍ରର ରାଜସ୍ବର ପ୍ରାୟ ୫୨ ପ୍ରତିଶତ ଅଂଶ ହାସଲକରି ସର୍ବାଗ୍ରେ ରହିଛି। ସହରାଞ୍ଚଳ ତୁଳନାରେ ରାଜ୍ୟର ଗ୍ରାମାଞ୍ଚଳରେ ଏହାର ବିଶେଷ ପ୍ରଭାବ ରହିଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ଏହି ଡିଜିଟାଲ କ୍ରାନ୍ତି ଗ୍ରାମାଞ୍ଚଳରେ ସର୍ବବୃହତ୍‌ ୪ଜି ଓ ୫ଜି ନେଟ୍‌ୱର୍କ ଏବଂ ଦୁର୍ଗମ ଅଞ୍ଚଳରେ ହାଇସ୍ପିଡ୍‌ ଡିଜିଟାଲ ନେଟ୍‌ୱର୍କରେ ଯୋଡ଼ିବା ଦିଗରେ ନିରନ୍ତର ପ୍ରୟାସ କରିଛି। ସେହିପରି ସବୁଠାରୁ ବୈପ୍ଲବିକ ପରିବର୍ତ୍ତନ ହୋମ୍‌ ବ୍ରଡ୍‌ବ୍ୟାଣ୍ଡ୍‌ କ୍ଷେତ୍ରରେ ପରିଲକ୍ଷିତ ହୋଇଛି। ସେପ୍ଟେମ୍ବର ୨୦୧୯ରେ ଜିଓଫାଇବର ଏବଂ ସେପ୍ଟେମ୍ବର ୨୦୨୩ରେ ଯୁଗାନ୍ତକାରୀ ଜିଓ ଏୟାରଫାଇବର ସେବା ପ୍ରଚଳନ ପରେ ଓଡ଼ିଶାର କୋଣ ଅନୁକୋଣରେ ଏବେ ହାଇସ୍ପିଡ୍‌ ହୋମ୍‌ ବ୍ରଡ୍‌ବ୍ୟାଣ୍ଡ ଉପଲବ୍ଧ ହୋଇଛି। ଯାହା ଘରେ ରହି କାମ କରୁଥିବା ବୃତ୍ତିଧାରୀ, ଉଦ୍ୟୋଗୀ, ଛୋଟ ବଡ଼ ବ୍ୟବସାୟ ତଥା ଶିକ୍ଷାନୁଷ୍ଠାନ ଓ ଛାତ୍ରୀଛାତ୍ରମାନଙ୍କ ପାଇଁ ଉପଯୋଗୀ ସାବ୍ୟସ୍ତ ହୋଇଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri