ବିଏସ୍‌ଏନ୍‌ଏଲ୍‌କୁ ଟପି ଜିଓ ୧ ନମ୍ବର

ନୂଆଦିଲ୍ଲୀ,୨୨।୧୨: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ଚଳିତ ବର୍ଷ ଅକ୍ଟୋବରରେ ବିଏସ୍‌ଏନ୍‌ଏଲ୍‌କୁ ଅତିକ୍ରମକରି ଓଡ଼ିଶାର ଓୟାରଲାଇନ୍‌ ସେବା କ୍ଷେତ୍ରରେ ଏକ ନମ୍ବର ହୋଇପାରିଛି। ଅପରପକ୍ଷରେ ଭାରତୀୟ ଟେଲିକମ୍‌ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ନିକଟରେ ପ୍ରକାଶ ପାଇଥିବା ସଦ୍ୟତମ ଟେଲିକମ୍‌ ଉପଭୋକ୍ତା ତଥ୍ୟ ଅନୁଯାୟୀ ଚଳିତ ବର୍ଷ ଅକ୍ଟୋବର ୩୧ ସୁଦ୍ଧା ଓଡ଼ିଶାରେ ସର୍ବାଧିକ ୧.୭୭ ଲକ୍ଷ ଓୟାରଲାଇନ ଗ୍ରାହକ ହାସଲ ସହ ଜିଓ ୧ ନମ୍ବର ସ୍ଥାନରେ ରହିଛି। ଏପରିକି ୨୦୨୨ ଅକ୍ଟୋବର ୩୧ ସୁଦ୍ଧା ଜିଓର ଓୟାରଲାଇନ୍ସ ଗ୍ରାହକ ସଂଖ୍ୟା ସର୍ବାଧିକ ୧.୭୭ ଲକ୍ଷ ରହିଥିବା ବେଳେ ଦ୍ୱିତୀୟ ସ୍ଥାନରେ ଥିବା ବିଏସ୍‌ଏନ୍‌ଏଲ୍‌ର ଓୟାରଲାଇନ୍‌ ଗ୍ରାହକ ସଂଖ୍ୟା ୧.୭୨ ଲକ୍ଷ ରହିଛି।

ବିଶେଷକରି ଟ୍ରାଇ ତଥ୍ୟରୁ ଜଣାପଡ଼ିଛି ଯେ ଜିଓ ଫାଇବର ଅଧୀନରେ ଓୟାରଲାଇନ୍‌ ସେବା ପ୍ରଦାନ କରୁଥିବା ରିଲାଏନ୍ସ ଜିଓ ଏକମାତ୍ର କମ୍ପାନୀ ଭାବେ ୨୦୨୨ ଅକ୍ଟୋବରରେ ନୂଆ ଓୟାରଲାଇନ୍ସ ଗ୍ରାହକ ଯୋଡ଼ିବାରେ ସଫଳ ହୋଇଥିବା ବେଳେ ଅନ୍ୟ ସମସ୍ତ ସେବା ପ୍ରଦାନକାରୀ ରାଜ୍ୟରେ ଓୟାରଲାଇନ୍‌ ଗ୍ରାହକ ହରାଇଛନ୍ତି। ସେହିଭଳି ଜାତୀୟସ୍ତରରେ ମଧ୍ୟ ୨୦୨୨ ଅକ୍ଟୋବରରେ ଉଭୟ ଓୟାରଲେସ୍‌ ଏବଂ ଓୟାରଲାଇନ୍‌ କ୍ଷେତ୍ରରେ ଜିଓ ସର୍ବାଧିକ ସଂଖ୍ୟକ ଗ୍ରାହକ ଯୋଡ଼ି ଉଭୟ କ୍ଷେତ୍ରରେ ନିଜର ୧ ନମ୍ବର ସ୍ଥିତିକୁ ଆହୁରି ସୁଦୃଢ଼ କରିଛି। ଓଡ଼ିଶାର ସବୁଠୁ ପସନ୍ଦଯୋଗ୍ୟ ମୋବାଇଲ ସେବା ପ୍ରଦାନକାରୀ ଜିଓ ପାଖରେ ଉଭୟ ଗ୍ରାହକ ଓ ରାଜସ୍ବ କ୍ଷେତ୍ରରେ ସର୍ବାଧିକ ବଜାର ଅଂଶ ରହିଛି। ୨୦୨୨ ଅକ୍ଟୋବର ସୁଦ୍ଧା ୧.୩୮କୋଟି ଗ୍ରାହକଙ୍କୁ ନେଇ ଜିଓ ରାଜ୍ୟର ଅଗ୍ରଣୀ ମୋବାଇଲ ସେବା ପ୍ରଦାନକାରୀ ହୋଇରହିଥିବା ବେଳେ ଏୟାରଟେଲ୍‌ର ୧.୧୩ କୋଟି ଗ୍ରାହକ, ବିଏସ୍‌ଏନ୍‌ଏଲ ୬୩.୨୦ ଲକ୍ଷ ଗ୍ରାହକ ଏବଂ ୱିର ୧୬.୪୫ ଲକ୍ଷ ଗ୍ରାହକ ରହିଛନ୍ତି। ଦେଶର ସବୁଠୁ ଲୋକପ୍ରିୟ ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ସେବା ଜିଓ ଫାଇବରର ଉପସ୍ଥିତିକୁ ଜିଓ ପକ୍ଷରୁ ଦ୍ରୁତଗତିରେ ସମ୍ପ୍ରସାରଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?