ଓଡ଼ିଶାରେ ଜିଓ ୧ ନମ୍ବର: ପଛରେ ପଡିଲା ବିଏସ୍‌ଏନ୍‌ଏଲ୍‌

ଭୁବନେଶ୍ୱର,୨୩।୮:ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ କମ୍ପାନୀ ‘ରିଲାଏନ୍ସ ଜିଓ’ ଓଡ଼ିଶାର ସର୍ବାଧିକ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଉଭା ହୋଇଛି। ଏପରିକି ରାଜ୍ୟରେ ଜିଓ ତା’ର ୧ ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିଛି। ଉଲ୍ଲେଖଯୋଗ୍ୟ, ଟେଲିକମ୍‌ ରେଗୁଲେଟୋରି ଅଥରିଟି ଅଫ୍‌ ଇଣ୍ଡିଆ(ଟ୍ରାଇ) ଦ୍ୱାରା ପ୍ରକାଶିତ ସର୍ବଶେଷ ଟେଲିକମ୍‌ ଗ୍ରାହକ ତଥ୍ୟ ଅନୁଯାୟୀ ରିଲାଏନ୍ସ ଜିଓ ୨୦୨୪ ଜୁନ୍‌ ଶେଷ ସୁଦ୍ଧା ଓଡ଼ିଶାରେ ସର୍ବାଧିକ ୨.୭୨ ଲକ୍ଷ ନୂତନ ମୋବାଇଲ ଗ୍ରାହକ ଯୋଡ଼ିଥିବାବେଳେ ଜିଓ ନେଟ୍‌ୱର୍କରେ ମୋଟ ମୋବାଇଲ ଗ୍ରାହକଙ୍କ ସଂଖ୍ୟା ୧.୫୭ କୋଟି ଅତିକ୍ରମ କରିଛି। ସେହିଭଳି ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ୨୦୨୪ ଜୁନ୍‌ ଶେଷ ସୁଦ୍ଧା ରାଜ୍ୟରେ ଟେଲିକମ୍‌ ଶିଳ୍ପର ମୋଟ ମୋବାଇଲ ଗ୍ରାହକ ସଂଖ୍ୟା ୨.୯୭ ଲକ୍ଷ ବୃଦ୍ଧି ସହ ଓଡ଼ିଶାର ମୋଟ ମୋବାଇଲ ଗ୍ରାହକଙ୍କ ସଂଖ୍ୟା ୩.୪୨ କୋଟିରେ ପହଞ୍ଚତ୍ଛି। ଏହି ସମୟ ମଧ୍ୟରେ ଉଭୟ ବିଏସ୍‌ଏନ୍‌ଏଲ୍‌ ଏବଂ ଭୋଡାଫୋନ-ଆଇଡିଆ ବହୁ ହଜାର ଗ୍ରାହକ ହରାଇଥିବା ଟ୍ରାଇ ତଥ୍ୟରୁ ଜଣାପଡିଛି।
ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଓୟାରଲାଇନ୍‌ ସେଗ୍‌ମେଣ୍ଟରେ ମଧ୍ୟ ଜିଓ ଓଡ଼ିଶାରେ ତା’ର ୧ ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିବା ସହ ୩ଲକ୍ଷ ଓୟାରଲାଇନ୍‌ ଗ୍ରାହକର ମାଇଲଖୁଣ୍ଟ ଅତିକ୍ରମ କରିବାରେ ସକ୍ଷମ ହେବା ସହ ରାଜ୍ୟର ପ୍ରଥମ ତଥା ଏକମାତ୍ର ସେବା ପ୍ରଦାନକାରୀ ଭାବେ ଉଭା ହୋଇଛି। ଓଡ଼ିଶାରେ ଡିଜିଟାଲ୍‌ ଅନ୍ତର୍ଭୁକ୍ତୀକରଣକୁ ଆଗକୁ ବଢ଼ାଇ ରିଲାଏନ୍ସ ଜିଓ ତା’ର ଦ୍ରୁତଗତିରେ ସମ୍ପ୍ରସାରିତ ହେଉଥିବା ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ସେବା ମାଧ୍ୟମରେ ହାଇ ସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ ଏବଂ ବିଶ୍ୱସ୍ତରୀୟ ଗୃହ ମନୋରଞ୍ଜନ ବା ହୋମ୍‌ ଏଣ୍ଟରଟେନ୍‌ମେଣ୍ଟ ସହ ରାଜ୍ୟର ୩ ଲକ୍ଷରୁ ଅଧିକ ଘର ଓ ପରିସରକୁ ସଂଯୋଗ କରିଛି।
ଜାତୀୟ ସ୍ତରରେ ମଧ୍ୟ ଜିଓ ସର୍ବାଧିକ ୧୯ଲକ୍ଷରୁ ଅଧିକ ମୋବାଇଲ ଗ୍ରାହକ ଜୁନ୍‌ ମାସରେ ଯୋଡିବା ସହିତ ସର୍ବଭାରତୀୟ ସ୍ତରରେ ଜିଓ ନେଟ୍‌ୱର୍କରେ ମୋଟ ମୋବାଇଲ୍‌ ଗ୍ରାହକ ସଂଖ୍ୟା ଜୁନ୍‌ ଶେଷ ସୁଦ୍ଧା ୪୭.୬୫କୋଟିରୁ ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri