୨୬ରେ ଜିଓ ସାଉଣ୍ଡ ପେ’ର ଶୁଭାରମ୍ଭ

ମୁମ୍ବାଇ,୨୫।୧: ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ଫିଚର ‘ଜିଓ ସାଉଣ୍ଡ ପେ’ର ଶୁଭାରମ୍ଭ ଚଳିତ ବର୍ଷ ଗଣତନ୍ତ୍ର ଦିବସ (ଜାନୁୟାରୀ ୨୬)ରେ କରାଯିବ। ଏପରି କି ଏହି ସୁବିଧା ଜିଓ ଭାରତ ଫୋନରେ ଆଜୀବନ ମାଗଣା ଉପଲବ୍ଧ ହେବ। ଜିଓ ସାଉଣ୍ଡ ପେ’ରୁ ବିନା କୌଣସି ସାଉଣ୍ଡ ବକ୍ସରେ ୟୁପିଆଇ ପେମେଣ୍ଟ ଆଲର୍ଟ ମିଳିବ। ଭାରତର ଯେକୌଣସି ମୋବାଇଲ୍‌ ଫୋନରେ ଏହା ଏହିଭଳି ପ୍ରଥମ ବୈଶିଷ୍ଟ୍ୟ ବା ଫିଚର ହେବ। ଦେଶର ପାଞ୍ଚ କୋଟିରୁ ଅଧିକ କ୍ଷୁଦ୍ର ଉଦ୍ୟୋଗୀ ଏବଂ କ୍ଷୁଦ୍ର ବ୍ୟବସାୟୀମାନେ ଏଥିରୁ ପ୍ରତ୍ୟକ୍ଷ ଲାଭ ପାଇବେ। କମ୍ପାନୀର ସୂଚନା ଅନୁସାରେ ଜିଓସାଉଣ୍ଡ ପେ ଏକ ଅଭୂତପୂର୍ବ ନବସୃଜନ ବା ଇନୋଭେସନ୍‌ କରିଛି, ଯାହା ପ୍ରତ୍ୟେକ ୟୁପିଆଇ ଦେୟର ତତ୍‌କ୍ଷଣାତ ବହୁଭାଷୀ ଅଡିଓ ଆଲର୍ଟ ବାର୍ତ୍ତା ଦେବ। ଏହା ଛୋଟରୁ ଛୋଟ ଗ୍ରୋସେରି ଓ ଖାଦ୍ୟସାମଗ୍ରୀ ଦୋକାନ, ପନିପରିବା ବିକ୍ରେତା ଏବଂ ରାସ୍ତା କଡ଼ରେ ବ୍ୟବସାୟ କରୁଥିବା ଖାଦ୍ୟ ଓ ପାନୀୟ ବିକ୍ରେତାମାନଙ୍କ ପାଇଁ ବ୍ୟବସାୟ କରିବା ଅଧିକ ସହଜ କରିବ। ବର୍ତ୍ତମାନ କ୍ଷୁଦ୍ର ଏବଂ ଅତିକ୍ଷୁଦ୍ର ବ୍ୟବସାୟୀମାନେ ସାଉଣ୍ଡ ବକ୍ସ ପାଇଁ ମାସକୁ ପ୍ରାୟ ୧୨୫ ଟଙ୍କା ଦେଉଛନ୍ତି। ଏହି ସେବା ବର୍ତ୍ତମାନ ଜିଓସାଉଣ୍ଡ ପେ’ରେ ଉପଲବ୍ଧ ହେବା ସହିତ ଜିଓ ଭାରତ ଫୋନ୍‌ ବ୍ୟବହାରକାରୀମାନେ ବାର୍ଷିକ ୧,୫୦୦ ଟଙ୍କା ପର୍ଯ୍ୟନ୍ତ ସଞ୍ଚୟ କରିପାରିବେ।
ଜିଓର ସଭାପତି ସୁନୀଲ ଦତ୍ତ କହିଛନ୍ତି, ଜିଓ ପ୍ରତ୍ୟେକ ଭାରତୀୟଙ୍କୁ ସଶକ୍ତ କରିବା ପାଇଁ ଟେକ୍ନୋଲୋଜି ଉପଯୋଗ କରିବାରେ ବିଶ୍ୱାସ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri