ଜିଓ ଟ୍ରୁ-୫ଜି କ୍ୟାମ୍ପସ୍‌ ଅଭିଯାନ

ଭୁବନେଶ୍ୱର,୩।୯: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଜିଓ ଟ୍ରୁ-୫ଜି କ୍ୟାମ୍ପସ୍‌ ଅଭିଯାନର ଶୁଭାରମ୍ଭ କରାଯାଇଛି। ବିଶେଷକରି ଜିଓ ଟ୍ରୁ-୫ଜି ଜରିଆରେ ଓଡ଼ିଶାର ସମସ୍ତ ଶିକ୍ଷାନୁଷ୍ଠାନକୁ ସ୍ବତନ୍ତ୍ର ଭାବେ ୫ଜି ସଂଯୋଗ ଦେବା ସହିତ ଶିକ୍ଷା କ୍ଷେତ୍ରରେ ଆସିବାକୁ ଥିବା ବୈପ୍ଲବିକ ରୂପାନ୍ତରଣ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଉଛି। ନିକଟରେ ଭୁବନେଶ୍ୱରର ସୋଆ ବିଶ୍ୱବିଦ୍ୟାଳୟ ପରିସରରୁ ଆରମ୍ଭ ହୋଇଥିବା ଏହି ଅଭିଯାନ ଚଳିତ ସପ୍ତାହ ମଧ୍ୟରେ ରାଉରକେଲାର ଏସ୍‌କେ ଡିଏଭି ପଲିଟେକ୍ନିକ କଲେଜ, ଭଦ୍ରକ ଅଟୋନୋମସ କଲେଜ ଏବଂ କେନ୍ଦୁଝର ଜିଲାର ରେକୁଟିଆସ୍ଥିତ କୁଶଳେଶ୍ୱର ଆଞ୍ଚଳିକ ମହାବିଦ୍ୟାଳୟ ପରିସର ବର୍ତ୍ତମାନ ଜିଓ ଟ୍ରୁ-୫ଜି କ୍ୟାମ୍ପସରେ ପରିଣତ ହୋଇଛି। ବିଶେଷକରି ଉପରୋକ୍ତ ଶିକ୍ଷାନୁଷ୍ଠାନଗୁଡିକରେ ଅନୁଷ୍ଠିତ ହୋଇଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରିଲାଏନ୍ସ ଜିଓ ପକ୍ଷରୁ ଛାତ୍ରୀଛାତ୍ର,ଶିକ୍ଷୟିତ୍ରୀଶିକ୍ଷକ ଏବଂ କର୍ତ୍ତୃପକ୍ଷଙ୍କୁ ୫ଜି ସେବା ସମ୍ପର୍କିତ ବିସ୍ତୃତ ସୂଚନା ଓ ବିଭିନ୍ନ ବ୍ୟବହାରିକ ପ୍ରୟୋଗ ପ୍ରଦର୍ଶିତ କରାଯାଇଥିଲା। ସେହିଭଳି ଛାତ୍ରୀଛାତ୍ରମାନଙ୍କ ସହ ଏକ ଭାବ ବିନିମୟ କାର୍ଯ୍ୟକ୍ରମରେ ଜିଓ ଓଡ଼ିଶା ଟିମ୍‌ ପକ୍ଷରୁ ଟ୍ରୁ-୫ଜିର ବହୁ ମୁଖୀ ଲାଭ ଓ ସମ୍ଭାବନାକୁ ଉପସ୍ଥାପନ କରାଯାଇଥିଲା ଏବଂ ଡିଜିଟାଲ ଶିକ୍ଷାଦାନରେ ବିପ୍ଳବ ଆଣିବା, ନବସୃଜନ, ସହଯୋଗିତା ଓ ଜ୍ଞାନ ପ୍ରଦାନର ପରିବେଶକୁ ସୁଦୃଢ଼ କରିବା ଦିଗରେ ରହିଥିବା ବ୍ୟାପକ ସମ୍ଭାବନା ଉପରେ ଗୁରୁତ୍ୱାରୋପ କରି ଟ୍ରୁ-୫ଜିର ରୂପାନ୍ତରଣ ସମ୍ଭାବନା ବିଷୟରେ ବର୍ଣ୍ଣନା କରାଯାଇଥିଲା। ଏପରିକି ବିଭିନ୍ନ କ୍ଷେତ୍ରରେ ୫ଜିର ବିଭିନ୍ନ ବ୍ୟବହାରିକ ପ୍ରୟୋଗ ଭିଡିଓ ମାଧ୍ୟମରେ ସିଧାସଳଖ ଛାତ୍ରୀଛାତ୍ରମାନଙ୍କୁ ପ୍ରଦର୍ଶନ କରାଯାଇଥିଲା ଏବଂ ଇ-ଗଭର୍ନାନ୍ସ, ଶିକ୍ଷା, ଅଟୋମେସନ, ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ଗେମିଂ, ସ୍ବାସ୍ଥ୍ୟ ସେବା, କୃଷି, ଆଇଟି ଓ ଏସ୍‌ଏମ୍‌ଇ କ୍ଷେତ୍ରରେ ୫ଜିର ରହିଥିବା ବ୍ୟାପକ ଅଭିବୃଦ୍ଧି ସୁଯୋଗ ବିଷୟରେ ଅବଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri