ରାଜ୍ୟର ୧୩ ସହରରେ ଜିଓ ଟ୍ରୁ-୫ଜି

ଭୁବନେଶ୍ୱର,୮।୨: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ଅନୁଗୋଳ ଜିଲାର ତାଳଚେର ସହରରେ ମଙ୍ଗଳବାର ଆନୁଷ୍ଠାନିକ ଭାବେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି। ଏପରିକି ରାଜ୍ୟର ମୋଟ ୧୩ ସହରରେ ଜିଓ ଟ୍ରୁ-୫ଜିର ସେବା ଉପଲବ୍ଧ ହେଉଛି। ପୂର୍ବରୁ ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡ଼ା, ପୁରୀ, ବଲାଙ୍ଗୀର ଓ ଅନୁଗୋଳର ନାଲ୍‌କୋ ଭଳି ୧୨ ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିଲା। ଉପରୋକ୍ତ ସହରଗୁଡ଼ିକ ମଧ୍ୟରୁ ଅଧିକାଂଶ ସହରରେ ଜିଓ ପ୍ରଥମ ଏବଂ ଏକମାତ୍ର ଅପରେଟର ଭାବେ ୫ଜି ସେବାର ଶୁଭାରମ୍ଭ କରିଛି। ସେହିଭଳି ଜାତୀୟ ସ୍ତରରେ ମଧ୍ୟ ୧୦ଟି ଅଧିକ ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ଜିଓ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ତାଳଚେର(ଓଡ଼ିଶା), ହିନ୍ଦୁପୁର, ମଦନପଲ୍ଲୀ, ପ୍ରୋଡାତୁର (ଆନ୍ଧ୍ରପ୍ରଦେଶ), ରାୟଗଡ଼ (ଛତିଶଗଡ଼), ପଟିଆଲା (ପଞ୍ଜାବ), ଅଲୱାର (ରାଜସ୍ଥାନ), ମଞ୍ଚେରିଆଲ (ତେଲଙ୍ଗାନା), ଗୋରଖପୁର (ଉତ୍ତରପ୍ରଦେଶ) ଓ ରୁର୍‌କି (ଉତ୍ତରାଖଣ୍ଡ) ଭଳି ସହର ସାମିଲ ରହିଛି। ଏଥିସହ ଦେଶରେ ଜିଓ ଟ୍ରୁ-୫ଜି ସେବା ଉପଭୋଗ କରୁଥିବା ମୋଟ ସହର ସଂଖ୍ୟା ୨୩୬ରେ ପହଞ୍ଚିଛି। ଏହିସବୁ ସହର ମଧ୍ୟରୁ ଅଧିକାଂଶ ସହରରେ ପ୍ରଥମ ଏବଂ ଏକମାତ୍ର ଅପରେଟର ଭାବେ ଜିଓ ପକ୍ଷରୁ ୫ଜି ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାରଠାରୁ ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ଜିବିପିଏସ୍‌ରୁ ଅଧିକ ସ୍ପିଡ୍‌ ପର୍ଯ୍ୟନ୍ତର ଅସୀମିତ ଡେଟା ଅନୁଭୂତି ହାସଲ କରିବା ଲାଗି ଏହି ସହରଗୁଡ଼ିକରେ ଜିଓ ଗ୍ରାହକମାନଙ୍କୁ ଜିଓ ୱେଲକମ୍‌ ଅଫରରେ ଆମନ୍ତ୍ରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri