ରାଜ୍ୟର ୧୩ ସହରରେ ଜିଓ ଟ୍ରୁ-୫ଜି

ଭୁବନେଶ୍ୱର,୮।୨: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ଅନୁଗୋଳ ଜିଲାର ତାଳଚେର ସହରରେ ମଙ୍ଗଳବାର ଆନୁଷ୍ଠାନିକ ଭାବେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି। ଏପରିକି ରାଜ୍ୟର ମୋଟ ୧୩ ସହରରେ ଜିଓ ଟ୍ରୁ-୫ଜିର ସେବା ଉପଲବ୍ଧ ହେଉଛି। ପୂର୍ବରୁ ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡ଼ା, ପୁରୀ, ବଲାଙ୍ଗୀର ଓ ଅନୁଗୋଳର ନାଲ୍‌କୋ ଭଳି ୧୨ ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିଲା। ଉପରୋକ୍ତ ସହରଗୁଡ଼ିକ ମଧ୍ୟରୁ ଅଧିକାଂଶ ସହରରେ ଜିଓ ପ୍ରଥମ ଏବଂ ଏକମାତ୍ର ଅପରେଟର ଭାବେ ୫ଜି ସେବାର ଶୁଭାରମ୍ଭ କରିଛି। ସେହିଭଳି ଜାତୀୟ ସ୍ତରରେ ମଧ୍ୟ ୧୦ଟି ଅଧିକ ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ଜିଓ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ତାଳଚେର(ଓଡ଼ିଶା), ହିନ୍ଦୁପୁର, ମଦନପଲ୍ଲୀ, ପ୍ରୋଡାତୁର (ଆନ୍ଧ୍ରପ୍ରଦେଶ), ରାୟଗଡ଼ (ଛତିଶଗଡ଼), ପଟିଆଲା (ପଞ୍ଜାବ), ଅଲୱାର (ରାଜସ୍ଥାନ), ମଞ୍ଚେରିଆଲ (ତେଲଙ୍ଗାନା), ଗୋରଖପୁର (ଉତ୍ତରପ୍ରଦେଶ) ଓ ରୁର୍‌କି (ଉତ୍ତରାଖଣ୍ଡ) ଭଳି ସହର ସାମିଲ ରହିଛି। ଏଥିସହ ଦେଶରେ ଜିଓ ଟ୍ରୁ-୫ଜି ସେବା ଉପଭୋଗ କରୁଥିବା ମୋଟ ସହର ସଂଖ୍ୟା ୨୩୬ରେ ପହଞ୍ଚିଛି। ଏହିସବୁ ସହର ମଧ୍ୟରୁ ଅଧିକାଂଶ ସହରରେ ପ୍ରଥମ ଏବଂ ଏକମାତ୍ର ଅପରେଟର ଭାବେ ଜିଓ ପକ୍ଷରୁ ୫ଜି ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାରଠାରୁ ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ଜିବିପିଏସ୍‌ରୁ ଅଧିକ ସ୍ପିଡ୍‌ ପର୍ଯ୍ୟନ୍ତର ଅସୀମିତ ଡେଟା ଅନୁଭୂତି ହାସଲ କରିବା ଲାଗି ଏହି ସହରଗୁଡ଼ିକରେ ଜିଓ ଗ୍ରାହକମାନଙ୍କୁ ଜିଓ ୱେଲକମ୍‌ ଅଫରରେ ଆମନ୍ତ୍ରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri