ଜିଓ ଟ୍ରୁ-୫ଜି ବଲାଙ୍ଗୀର, ନାଲ୍‌କୋରେ ଶୁଭାରମ୍ଭ

ଭୁବନେଶ୍ୱର,୧।୨: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ମଙ୍ଗଳବାର ଓଡ଼ିଶାର ବଲାଙ୍ଗୀର (ବଲାଙ୍ଗୀର ଟାଉନ) ଓ ଅନୁଗୋଳ (ନାଲ୍‌କୋ ଟାଉନ) ଜିଲାରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସାରା ଦେଶରେ ମଧ୍ୟ ଆଉ ୩୪ଟି ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ରିଲାଏନ୍ସ ଜିଓ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ବର୍ତ୍ତମାନ ସାରା ଦେଶରେ ମୋଟ ୨୨୫ଟି ସହରରେ ଜିଓ ଟ୍ରୁ-୫ଜି ସେବା ଉପଲବ୍ଧ ହେଉଥିବାବେଳେ ଓଡ଼ିଶାର ୧୨ ସହରରେ ମଧ୍ୟ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି। ଏପରିକି ବଲାଙ୍ଗୀର ଓ ନାଲ୍‌କୋ ଟାଉନକୁ ଛାଡ଼ି ପୂର୍ବରୁ ଜିଓ ଟ୍ରୁ-୫ଜି ସେବା ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡ଼ା, ପୁରୀ ଓ ସମ୍ବଲପୁର ଭଳି ରାଜ୍ୟର ୧୦ଟି ପ୍ରମୁଖ ସହରରେ ଜିଓ ଟ୍ରୁ-୫ଜି ସେବା ଶୁଭାରମ୍ଭ ହୋଇଥିଲା। ବିଶେଷକରି ୨୨୫ ସହର ମଧ୍ୟରୁ ଅଧିକାଂଶ ସହରରେ ପ୍ରଥମ ଏବଂ ଏକମାତ୍ର ଅପରେଟର ଭାବେ ଜିଓ ପକ୍ଷରୁ ୫ଜି ସେବାର ଶୁଭାରମ୍ଭ କରାଯାଇଛି। ଆଜିଠାରୁ ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍‌ ପର୍ଯ୍ୟନ୍ତ ଅସୀମିତ ଡାଟା ଅନୁଭୂତି ହାସଲ କରିବା ଲାଗି ଏହି ସହରଗୁଡ଼ିକରେ ଜିଓ ଗ୍ରାହକମାନଙ୍କୁ ଜିଓ ୱେଲ୍‌କମ୍‌ ଅଫରରେ ଆମନ୍ତ୍ରଣ କରାଯିବ।
ଏ ସମ୍ପର୍କରେ ଜିଓର ପ୍ରବକ୍ତା କହିଛନ୍ତି, କମ୍ପାନୀ ଆଉ ୩୪ଟି ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରିଥିବାରୁ ଆମେ ଅତ୍ୟନ୍ତ ଉତ୍ସାହିତ। ଏପରିକି ଦେଶର ମୋଟ ୨୨୫ଟି ସହରରେ ବର୍ତ୍ତମାନ ଏହି ସେବା ପହଞ୍ଚତ୍ପାରିଛି। ବିଶେଷକରି ବିଟା ପରୀକ୍ଷଣର ଶୁଭାରମ୍ଭ ପରେ ୧୨୦ ଦିନ ମଧ୍ୟରେ ଜିଓ ଏହି ମାଇଲଖୁଣ୍ଟ ହାସଲ କରିଛି ଏବଂ ୨୦୨୩ ଡିସେମ୍ବର ଶେଷ ସୁଦ୍ଧା ଜିଓ ଟ୍ରୁ-୫ଜି ସେବା ସହ ସାରା ଦେଶକୁ ଯୋଡ଼ିବା ପଥରେ ଏହା ଅଗ୍ରସର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri