ଜିଓ ଟ୍ରୁ-୫ଜି ବଲାଙ୍ଗୀର, ନାଲ୍‌କୋରେ ଶୁଭାରମ୍ଭ

ଭୁବନେଶ୍ୱର,୧।୨: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ମଙ୍ଗଳବାର ଓଡ଼ିଶାର ବଲାଙ୍ଗୀର (ବଲାଙ୍ଗୀର ଟାଉନ) ଓ ଅନୁଗୋଳ (ନାଲ୍‌କୋ ଟାଉନ) ଜିଲାରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସାରା ଦେଶରେ ମଧ୍ୟ ଆଉ ୩୪ଟି ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ରିଲାଏନ୍ସ ଜିଓ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ବର୍ତ୍ତମାନ ସାରା ଦେଶରେ ମୋଟ ୨୨୫ଟି ସହରରେ ଜିଓ ଟ୍ରୁ-୫ଜି ସେବା ଉପଲବ୍ଧ ହେଉଥିବାବେଳେ ଓଡ଼ିଶାର ୧୨ ସହରରେ ମଧ୍ୟ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି। ଏପରିକି ବଲାଙ୍ଗୀର ଓ ନାଲ୍‌କୋ ଟାଉନକୁ ଛାଡ଼ି ପୂର୍ବରୁ ଜିଓ ଟ୍ରୁ-୫ଜି ସେବା ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡ଼ା, ପୁରୀ ଓ ସମ୍ବଲପୁର ଭଳି ରାଜ୍ୟର ୧୦ଟି ପ୍ରମୁଖ ସହରରେ ଜିଓ ଟ୍ରୁ-୫ଜି ସେବା ଶୁଭାରମ୍ଭ ହୋଇଥିଲା। ବିଶେଷକରି ୨୨୫ ସହର ମଧ୍ୟରୁ ଅଧିକାଂଶ ସହରରେ ପ୍ରଥମ ଏବଂ ଏକମାତ୍ର ଅପରେଟର ଭାବେ ଜିଓ ପକ୍ଷରୁ ୫ଜି ସେବାର ଶୁଭାରମ୍ଭ କରାଯାଇଛି। ଆଜିଠାରୁ ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍‌ ପର୍ଯ୍ୟନ୍ତ ଅସୀମିତ ଡାଟା ଅନୁଭୂତି ହାସଲ କରିବା ଲାଗି ଏହି ସହରଗୁଡ଼ିକରେ ଜିଓ ଗ୍ରାହକମାନଙ୍କୁ ଜିଓ ୱେଲ୍‌କମ୍‌ ଅଫରରେ ଆମନ୍ତ୍ରଣ କରାଯିବ।
ଏ ସମ୍ପର୍କରେ ଜିଓର ପ୍ରବକ୍ତା କହିଛନ୍ତି, କମ୍ପାନୀ ଆଉ ୩୪ଟି ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରିଥିବାରୁ ଆମେ ଅତ୍ୟନ୍ତ ଉତ୍ସାହିତ। ଏପରିକି ଦେଶର ମୋଟ ୨୨୫ଟି ସହରରେ ବର୍ତ୍ତମାନ ଏହି ସେବା ପହଞ୍ଚତ୍ପାରିଛି। ବିଶେଷକରି ବିଟା ପରୀକ୍ଷଣର ଶୁଭାରମ୍ଭ ପରେ ୧୨୦ ଦିନ ମଧ୍ୟରେ ଜିଓ ଏହି ମାଇଲଖୁଣ୍ଟ ହାସଲ କରିଛି ଏବଂ ୨୦୨୩ ଡିସେମ୍ବର ଶେଷ ସୁଦ୍ଧା ଜିଓ ଟ୍ରୁ-୫ଜି ସେବା ସହ ସାରା ଦେଶକୁ ଯୋଡ଼ିବା ପଥରେ ଏହା ଅଗ୍ରସର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?