ଓଡ଼ିଶାର ୧୭ ସହରରେ ଜିଓ ଟ୍ରୁ-୫ଜି ସେବା

ନୂଆଦିଲ୍ଲୀ,୧୬।୩: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ବୁଧବାର ଓଡ଼ିଶାର ସୁନ୍ଦରଗଡ଼, ଭବାନୀପାଟଣା, ଜଟଣୀ ଏବଂ ଖୋର୍ଦ୍ଧା ଭଳି ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଜିଓ ଟ୍ରୁ-୫ଜି ସେବା ଓଡ଼ିଶାର ୧୭ଟି ସହରରେ ଉପଲବ୍ଧ ହୋଇପାରିଛି। ପୂର୍ବରୁ ରାଜ୍ୟର ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡ଼ା, ପୁରୀ, ବଲାଙ୍ଗୀର, ନାଲ୍‌କୋ-ଅନୁଗୋଳ, ତାଳଚେର ଭଳି ସହରରେ ଟ୍ରୁ ୫ଜି ସେବାର ଶୁଭାରମ୍ଭ କରାଯାଇଥିଲା।

ସେହିଭଳି ଜାତୀୟ ସ୍ତରରେ ମଧ୍ୟ ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଆଉ ୩୪ଟି ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ଜିଓ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରେ ଓଡ଼ିଶାର ୪ଟି ସହର ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ଉପରୋକ୍ତ ସମସ୍ତ ସହର ମଧ୍ୟରୁ ଅଧିକାଂଶ ସହରରେ ପ୍ରଥମ ଟେଲିକମ୍‌ ଅପରେଟର ଭାବେ ଭବିଷ୍ୟତଧର୍ମୀ ଓ ଯୁଗାନ୍ତକାରୀ ଟ୍ରୁ ୫ଜି ସେବା ପ୍ରଦାନକରି ଭାରତର ଡିଜିଟାଲ୍‌ ରୂପାନ୍ତରଣ ଦିଗରେ ଜିଓ କାର୍ଯ୍ୟ କରୁଛି।

ଏହି ପରିପ୍ରେକ୍ଷୀରେ ଜିଓର ପ୍ରବକ୍ତା କହିଛନ୍ତି,ଉପରୋକ୍ତ ସହରଗୁଡ଼ିକରେ ଜିଓ ଟ୍ରୁ ୫ଜିର ଶୁଭାରମ୍ଭ କରିଥିବାରୁ ଆମେ ଗର୍ବିତ। ଏପରିକି ଉକ୍ତ ସହରଗୁଡ଼ିକର ନିୟୁତାଧିକ ଜିଓ ବ୍ୟବହାରକାରୀଙ୍କ ଲାଗି ଏହା ଆମର କୃତଜ୍ଞତା ସଦୃଶ, ଯେଉଁଠାରେ ଜିଓ ଟ୍ରୁ-୫ଜି ପ୍ରଯୁକ୍ତିର ଲାଭକୁ ସେମାନେ ଉପଭୋଗ କରିବେ। ପ୍ରତି ଭାରତୀୟଙ୍କୁ ଟ୍ରୁ-୫ଜି ସେବା ପ୍ରଦାନ କରିବା ଲାଗି ଜିଓର ଇଞ୍ଜିନିୟରମାନେ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରୁଛନ୍ତି। ଯାହାଦ୍ୱାରା ଏହି ପ୍ରଯୁକ୍ତିର ରୂପାନ୍ତରିତ ଶକ୍ତି ଓ ଉଲ୍ଲେଖନୀୟ ଲାଭକୁ ଦେଶର ପ୍ରତିଟି ନାଗରିକ ଅନୁଭବ କରିପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri