ଓଡ଼ିଶାର ୧୭ ସହରରେ ଜିଓ ଟ୍ରୁ-୫ଜି ସେବା

ନୂଆଦିଲ୍ଲୀ,୧୬।୩: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ବୁଧବାର ଓଡ଼ିଶାର ସୁନ୍ଦରଗଡ଼, ଭବାନୀପାଟଣା, ଜଟଣୀ ଏବଂ ଖୋର୍ଦ୍ଧା ଭଳି ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଜିଓ ଟ୍ରୁ-୫ଜି ସେବା ଓଡ଼ିଶାର ୧୭ଟି ସହରରେ ଉପଲବ୍ଧ ହୋଇପାରିଛି। ପୂର୍ବରୁ ରାଜ୍ୟର ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡ଼ା, ପୁରୀ, ବଲାଙ୍ଗୀର, ନାଲ୍‌କୋ-ଅନୁଗୋଳ, ତାଳଚେର ଭଳି ସହରରେ ଟ୍ରୁ ୫ଜି ସେବାର ଶୁଭାରମ୍ଭ କରାଯାଇଥିଲା।

ସେହିଭଳି ଜାତୀୟ ସ୍ତରରେ ମଧ୍ୟ ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଆଉ ୩୪ଟି ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ଜିଓ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରେ ଓଡ଼ିଶାର ୪ଟି ସହର ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ଉପରୋକ୍ତ ସମସ୍ତ ସହର ମଧ୍ୟରୁ ଅଧିକାଂଶ ସହରରେ ପ୍ରଥମ ଟେଲିକମ୍‌ ଅପରେଟର ଭାବେ ଭବିଷ୍ୟତଧର୍ମୀ ଓ ଯୁଗାନ୍ତକାରୀ ଟ୍ରୁ ୫ଜି ସେବା ପ୍ରଦାନକରି ଭାରତର ଡିଜିଟାଲ୍‌ ରୂପାନ୍ତରଣ ଦିଗରେ ଜିଓ କାର୍ଯ୍ୟ କରୁଛି।

ଏହି ପରିପ୍ରେକ୍ଷୀରେ ଜିଓର ପ୍ରବକ୍ତା କହିଛନ୍ତି,ଉପରୋକ୍ତ ସହରଗୁଡ଼ିକରେ ଜିଓ ଟ୍ରୁ ୫ଜିର ଶୁଭାରମ୍ଭ କରିଥିବାରୁ ଆମେ ଗର୍ବିତ। ଏପରିକି ଉକ୍ତ ସହରଗୁଡ଼ିକର ନିୟୁତାଧିକ ଜିଓ ବ୍ୟବହାରକାରୀଙ୍କ ଲାଗି ଏହା ଆମର କୃତଜ୍ଞତା ସଦୃଶ, ଯେଉଁଠାରେ ଜିଓ ଟ୍ରୁ-୫ଜି ପ୍ରଯୁକ୍ତିର ଲାଭକୁ ସେମାନେ ଉପଭୋଗ କରିବେ। ପ୍ରତି ଭାରତୀୟଙ୍କୁ ଟ୍ରୁ-୫ଜି ସେବା ପ୍ରଦାନ କରିବା ଲାଗି ଜିଓର ଇଞ୍ଜିନିୟରମାନେ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରୁଛନ୍ତି। ଯାହାଦ୍ୱାରା ଏହି ପ୍ରଯୁକ୍ତିର ରୂପାନ୍ତରିତ ଶକ୍ତି ଓ ଉଲ୍ଲେଖନୀୟ ଲାଭକୁ ଦେଶର ପ୍ରତିଟି ନାଗରିକ ଅନୁଭବ କରିପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri