ପୁଣେରେ ଜିଓ ଟ୍ରୁ -୫ଜି ସେବା ଉପଲବ୍ଧ

ମୁମ୍ବାଇ,୨୫।୧୧:ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ଜିଓର ଜିଓ ଟ୍ରୁ-୫ଜି ସେବା ବର୍ତ୍ତମାନ ମହାରାଷ୍ଟ୍ରର ପୁଣେ ସହରରେ ଉପଲବ୍ଧ ହେଉଛି ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଫଳରେ ପୁଣେବାସୀ ଜିଓର ୧ଜିବିପିଏସ୍‌ରୁ ଅଧିକ ପର୍ଯ୍ୟନ୍ତର ସ୍ପିଡ୍‌ ସହ ଅସୀମିତ ୫ଜି ଡାଟା ଉପଭୋଗ କରିପାରିବେ। ଯେତେବେଳେ କୌଣସି ସହରର ଏକ ବୃହତର ଅଂଶରେ ଷ୍ଟାଣ୍ଡ୍‌ ଏଲୋନ୍‌ ଟ୍ରୁ-୫ଜି ନେଟ୍‌ୱର୍କ ପ୍ରସ୍ତୁତ ହୋଇଯାଏ ତା’ପରେ ଜିଓ ପକ୍ଷରୁ ଟ୍ରୁ-୫ଜି ନେଟ୍‌ୱର୍କର ବିଟା ପରୀକ୍ଷଣ ଆରମ୍ଭ କରାଯାଇଥାଏ। ଏହାଦ୍ୱାରା ଜିଓ ଗ୍ରାହକମାନେ ସବୁଠୁ ଉନ୍ନତ ଜିଓ ଟ୍ରୁ-୫ଜି ନେଟ୍‌ୱର୍କରେ ଉତ୍ତମ କଭରେଜ୍‌ ଏବଂ ଅନୁଭୂତି ପାଇପାରୁଛନ୍ତି।
ଏ ସମ୍ପର୍କରେ ଜିଓର ପ୍ରବକ୍ତା କହିଛନ୍ତି, ଦେଶର ୧୨ଟି ସହରରେ ଜିଓ ଟ୍ରୁ-୫ଜିର ଶୁଭାରମ୍ଭ ପରେ ଜିଓ ଗ୍ରାହକମାନଙ୍କ ଏକ ବଡ଼ ସଂଖ୍ୟା ଜିଓ ୱେଲକମ୍‌ ଅଫରରେ ସାମିଲ ହୋଇଛନ୍ତି। ଫଳରେ ଗ୍ରାହକମାନଙ୍କ ଅନୁଭୂତି ଓ ସେବା ମତାମତ ଆଧାରରେ ଦୁନିଆର ଯେକୌଣସି ସ୍ଥାନର ସବୁଠୁ ଉନ୍ନତ ୫ଜି ନେଟ୍‌ୱର୍କ ସୃଷ୍ଟି କରିବାରେ ଏହା ଜିଓ ପାଇଁ ବେଶ୍‌ ସହାୟକ ହୋଇପାରିଛି। ଆଶାନୁସାରେ ଜିଓର ୪ଜି ନେଟ୍‌ୱର୍କରେ ବ୍ୟବହାର ହେଉଥିବା ଡାଟା ତୁଳନାରେ ଜିଓର ଟ୍ରୁ-୫ଜି ନେଟ୍‌ୱର୍କରେ ଡାଟାର ବ୍ୟବହାର ବହୁ ଗୁଣା ଅଧିକ ରହିଛି। ସବୁଠୁ ଉଲ୍ଲେଖନୀୟ ବିଷୟ ହେଉଛି ୫୦୦ଏମ୍‌ବିପିଏସ୍‌ରୁ ୧ଜିବିପିଏସ୍‌ ଭଳି ହାଇ ସ୍ପିଡ୍‌ ଏବଂ ଅତ୍ୟନ୍ତ ଲୋ ଲାଟେନ୍ସିରେ ଡାଟା ଅନୁଭୂତି ପ୍ରଦାନ କରାଯାଉଛି। କେବଳ ଟ୍ରୁ-୫ଜି ନେଟ୍‌ୱର୍କରେ ଯାହା ସମ୍ଭବ ସେଭଳି ବିଭିନ୍ନ କ୍ଷେତ୍ରରେ ଏହାକୁ ବ୍ୟବହାର କରାଯାଉଛି। ପୁଣେରେ ବହୁ ସଂଖ୍ୟକ ଛାତ୍ରୀଛାତ୍ର ରହୁଛନ୍ତି ଏବଂ ଏହା ଅଗ୍ରଣୀ ଆଇଟି ହବ୍‌ ଭାବେ ମଧ୍ୟ ପରିଚିତ। ପୁଣେ ହେଉଛି ଭାରତର ଅନ୍ୟତମ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଅଟୋମୋବାଇଲ୍‌ ଓ ମାନୁଫାକ୍ଚରିଂ ହବ୍‌। ପୁଣେବାସୀଙ୍କ ପାଇଁ ଜିଓ ଟ୍ରୁ-୫ଜି ବାସ୍ତବରେ ପରିବର୍ତ୍ତନକାରୀ ସାବ୍ୟସ୍ତ ହେବ। ନଭେମ୍ବର ୨୩ରୁ ପୁଣେରେ ଥିବା ଜିଓର ଗ୍ରାହକମାନଙ୍କୁ ଜିଓ ୱେଲକମ୍‌ ଅଫର ପାଇଁ ଆମନ୍ତ୍ରଣ କରାଯିବ ଯେଉଁଥିରେ ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ଜିବିପିଏସ୍‌ରୁ ଅଧିକ ସ୍ପିଡ୍‌ ପର୍ଯ୍ୟନ୍ତର ଅସୀମିତ ଡାଟା ଅନୁଭୂତି ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri