ଜିଓର ୫ଜି କନେକ୍ଟେଡ୍‌ ଆମ୍ବୁଲାନ୍ସ ସେବା

ନୂଆଦିଲ୍ଲୀ,୩୧।୧୦: ଦେଶର ପ୍ରମୁଖ ଟେଲିକମ୍‌ ସଂସ୍ଥା ରିଲାଏନ୍ସ ଜିଓ ପକ୍ଷରୁ ଏକ ଅତ୍ୟାଧୁନିକ ୫ଜି କନେକ୍ଟେଡ୍‌ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଉକ୍ତ ଆମ୍ବୁଲାନ୍ସରେ ଅନେକ ବୈଶିଷ୍ଟ୍ୟ ରହିଛି। ଏପରିକି ଡାକ୍ତରଖାନାରେ ରୋଗୀ ପହଞ୍ଚିବା ପୂର୍ବରୁ ରୋଗୀ ସମ୍ପର୍କିତ ସମସ୍ତ ଗୁରୁତ୍ୱପୂର୍ଣ୍ଣ ତଥ୍ୟକୁ ବାସ୍ତବ ସମୟ ମଧ୍ୟରେ (ଡିଜିଟାଲ୍‌ ମାଧ୍ୟମରେ) ହସ୍ପିଟାଲ୍‌କୁ ପ୍ରଦାନ କରିବ। ଫଳରେ ଜରୁରିକାଳୀନ ମେଡିକାଲ୍‌ ପରିସ୍ଥିତିରେ ରୋଗୀ ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ରୋଗୀ ପାଇଁ ଆବଶ୍ୟକ ମେଡିକାଲ୍‌ ସୁବିଧା ଓ ପ୍ରସ୍ତୁତି ଡାକ୍ତରଖାନା ଓ ଡାକ୍ତରୀ ଟିମ ପକ୍ଷରୁ କରାଯାଇସାରିଥିବ।

ସେହିଭଳି ଆଗାମୀ ଭବିଷ୍ୟତରେ ମେଡିକାଲ୍‌ ଶିଳ୍ପର ଚେହେରା କେଉଁ ଭଳି ଭାବେ ବଦଳିବ ତାହା ଏହି ଆମ୍ବୁଲାନ୍ସରୁ ହିଁ ସହଜରେ ଅନୁମାନ କରାଯାଇପାରିବ ବୋଲି ଜିଓ ପକ୍ଷରୁ କୁହାଯାଇଛି। ସେହିପରି ଜିଓର ଟ୍ରୁ-୫ଜି ଜରିଆରେ ହଜାର ହଜାର କିଲୋମିଟର ଦୂରରେ ଥିବା ରେଡିଓଲୋଜିଷ୍ଟ କିମ୍ବା ସୋନୋଗ୍ରାଫର ତାହାକୁ ଅତି ସହଜରେ ପରିଚାଳନା ମଧ୍ୟ କରିପାରିବେ। ଏହି ରୋବୋଟିକ୍‌ ଆର୍ମ ସହରରେ ଥିବା ରେଡିଓଲୋଜିଷ୍ଟଙ୍କୁ ସିଧାସଳଖ ଗ୍ରାମୀଣ ରୋଗୀଙ୍କ ସହ ଯୋଡ଼ିପାରିବ। ଏକ୍ସ-ରେ ଓ ଅଲ୍‌ଟ୍ରାସାଉଣ୍ଡ୍‌ ଭଳି ମୌଳିକ ମେଡିକାଲ୍‌ ଆବଶ୍ୟକତା ପାଇଁ ଗ୍ରାମାଞ୍ଚଳର ଲୋକଙ୍କୁ ଆଉ ସହର ଆସିବାକୁ ପଡ଼ିବନି ଏବଂ ସେମାନେ ଘରେ ବସି ରିପୋର୍ଟ ମଧ୍ୟ ହାସଲ କରିପାରିବେ।

ନିକଟରେ ରିଲାଏନ୍ସ ଜିଓର ୫ଜି ସେବାର ଶୁଭାରମ୍ଭ ହୋଇଯାଇଛି। ନିଜର ଟ୍ରୁ-୫ଜି ନେଟୱର୍କର ହାଇ-ସ୍ପିଡ୍‌ ଓ ଲୋ-ଲେଟେନ୍ସି ଜରିଆରେ ଜୀବନର ନିତିଦିନିଆ କାମରେ ଲାଗୁଥିବା ବହୁ ବୈଷୟିକ ସମାଧାନ ଉପରେ ମଧ୍ୟ ଜିଓ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri