ଓଡ଼ିଶାରେ ଜିଓର ଡିଜିଟାଲ କ୍ରାନ୍ତି

ଭୁବନେଶ୍ୱର,୮।୨ (ଅଭୟ ଦାଶ): ରିଲାଏନ୍ସ ଜିଓର ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ ସେବା ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ଖୁବ୍‌ କମ୍‌ ସମୟ ମଧ୍ୟରେ ଓଡ଼ିଶାର ସମସ୍ତ ଛୋଟ ବଡ ସହର ତଥା ସହର ଉପକଣ୍ଠ ଅଞ୍ଚଳ, ତହସିଲ ଏବଂ ବିସ୍ତୀର୍ଣ୍ଣ ଗ୍ରାମାଞ୍ଚଳରେ ବିଶ୍ୱସ୍ତରୀୟ ଘରୋଇ ମନୋରଞ୍ଜନ (ହୋମ୍‌ ଏଣ୍ଟରଟେନ୍‌ମେଣ୍ଟ) ଏବଂ ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ ଉପଲବ୍ଧକରି ଡିଜିଟାଲ କ୍ରାନ୍ତିର ପଥକୁ ସୁଗମ କରିଛି। ସାରା ଓଡ଼ିଶାରେ ପ୍ରାୟ ୪ଲକ୍ଷ ଘର ଏବଂ ବ୍ୟବସାୟ ପରିସର ବର୍ତ୍ତମାନ ଜିଓ ଫାଇବର ଏବଂ ଜିଓ ଏୟାର ଫାଇବର ସେବାକୁ ଉପଭୋଗ କରୁଛନ୍ତି। କିଛି ମାସ ପୂର୍ବେ ଆରମ୍ଭ ହୋଇଥିବା ଜିଓ ଏୟାରଫାଇବର ସେବାକୁ ନେଇ ସମଗ୍ର ରାଜ୍ୟରେ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି। ଏହି ସେବା ବର୍ତ୍ତମାନ ରାଜ୍ୟର ସମସ୍ତ ୩୦ଟି ଜିଲା, ଛୋଟ ବଡ ସହର ତଥା ତହସିଲ ମୁଖ୍ୟାଳୟ ସହର ସମେତ ହଜାର ହଜାର ଗାଁର ପ୍ରତ୍ୟେକ ଘର ଏବଂ ବ୍ୟବସାୟ ପାଇଁ ଉପଲବ୍ଧ ରହିଛି। ସର୍ବାଧିକ ଲୋକପ୍ରିୟ ରହିଥିବା ଜିଓ ଏୟାରଫାଇବର ସେବା ବାସ୍ତବରେ ଡିଜିଟାଲ ଅନ୍ତର୍ଭୁକ୍ତୀକରଣକୁ ସମ୍ପ୍ରସାରିତ କରିଛି। କାରଣ ଏହା ବିଶେଷକରି ଗ୍ରାମାଞ୍ଚଳ ଏବଂ ସହର ଉପକଣ୍ଠ ଅଞ୍ଚଳରେ ଶେଷ ମାଇଲ୍‌ ଅପ୍ଟିକାଲ୍‌-ଫାଇବର ବିସ୍ତାରରେ ରହିଥିବା କଠିନତା ଯୋଗୁ ବ୍ରଡ୍‌ବ୍ୟାଣ୍ଡ ସଂଯୋଗର ଅଭାବଜନିତ ସମସ୍ୟାକୁ ଦୂରକରି ପ୍ରତ୍ୟେକ ଘର ଏବଂ ଛୋଟ ବ୍ୟବସାୟକୁ ହାଇସ୍ପିଡ୍‌୍‌ ବ୍ରଡ୍‌ବ୍ୟାଣ୍ଡ ଏବଂ ଗୁଣାତ୍ମକ ଗୃହ ମନୋରଞ୍ଜନ ସହ ସଂଯୁକ୍ତ କରଛି। ଜିଓ ଏୟାରଫାଇବର ୮୦୦ ରୁ ଅଧିକ ଡିଜିଟାଲ ଟିଭି ଚ୍ୟାନେଲ, ୧୩ ରୁ ଅଧିକ ଓଟିଟି ଆପ୍‌, ସ୍ମାର୍ଟ ହୋମ୍‌ ସେବା, ନିରବଚ୍ଛିନ୍ନ ୱାଇଫାଇ ଏବଂ ହାଇ ସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ ସହିତ ବିଶ୍ୱସ୍ତରୀୟ ସର୍ବଧୁନିକ ଗୃହ ମନୋରଞ୍ଜନ ବା ହୋମ ଏଣ୍ଟରଟେନ୍‌ମେଣ୍ଟ ସେବା ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri