ଓଡ଼ିଶାରେ ଜିଓର ଡିଜିଟାଲ କ୍ରାନ୍ତି

ଭୁବନେଶ୍ୱର,୮।୨ (ଅଭୟ ଦାଶ): ରିଲାଏନ୍ସ ଜିଓର ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ ସେବା ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ଖୁବ୍‌ କମ୍‌ ସମୟ ମଧ୍ୟରେ ଓଡ଼ିଶାର ସମସ୍ତ ଛୋଟ ବଡ ସହର ତଥା ସହର ଉପକଣ୍ଠ ଅଞ୍ଚଳ, ତହସିଲ ଏବଂ ବିସ୍ତୀର୍ଣ୍ଣ ଗ୍ରାମାଞ୍ଚଳରେ ବିଶ୍ୱସ୍ତରୀୟ ଘରୋଇ ମନୋରଞ୍ଜନ (ହୋମ୍‌ ଏଣ୍ଟରଟେନ୍‌ମେଣ୍ଟ) ଏବଂ ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ ଉପଲବ୍ଧକରି ଡିଜିଟାଲ କ୍ରାନ୍ତିର ପଥକୁ ସୁଗମ କରିଛି। ସାରା ଓଡ଼ିଶାରେ ପ୍ରାୟ ୪ଲକ୍ଷ ଘର ଏବଂ ବ୍ୟବସାୟ ପରିସର ବର୍ତ୍ତମାନ ଜିଓ ଫାଇବର ଏବଂ ଜିଓ ଏୟାର ଫାଇବର ସେବାକୁ ଉପଭୋଗ କରୁଛନ୍ତି। କିଛି ମାସ ପୂର୍ବେ ଆରମ୍ଭ ହୋଇଥିବା ଜିଓ ଏୟାରଫାଇବର ସେବାକୁ ନେଇ ସମଗ୍ର ରାଜ୍ୟରେ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି। ଏହି ସେବା ବର୍ତ୍ତମାନ ରାଜ୍ୟର ସମସ୍ତ ୩୦ଟି ଜିଲା, ଛୋଟ ବଡ ସହର ତଥା ତହସିଲ ମୁଖ୍ୟାଳୟ ସହର ସମେତ ହଜାର ହଜାର ଗାଁର ପ୍ରତ୍ୟେକ ଘର ଏବଂ ବ୍ୟବସାୟ ପାଇଁ ଉପଲବ୍ଧ ରହିଛି। ସର୍ବାଧିକ ଲୋକପ୍ରିୟ ରହିଥିବା ଜିଓ ଏୟାରଫାଇବର ସେବା ବାସ୍ତବରେ ଡିଜିଟାଲ ଅନ୍ତର୍ଭୁକ୍ତୀକରଣକୁ ସମ୍ପ୍ରସାରିତ କରିଛି। କାରଣ ଏହା ବିଶେଷକରି ଗ୍ରାମାଞ୍ଚଳ ଏବଂ ସହର ଉପକଣ୍ଠ ଅଞ୍ଚଳରେ ଶେଷ ମାଇଲ୍‌ ଅପ୍ଟିକାଲ୍‌-ଫାଇବର ବିସ୍ତାରରେ ରହିଥିବା କଠିନତା ଯୋଗୁ ବ୍ରଡ୍‌ବ୍ୟାଣ୍ଡ ସଂଯୋଗର ଅଭାବଜନିତ ସମସ୍ୟାକୁ ଦୂରକରି ପ୍ରତ୍ୟେକ ଘର ଏବଂ ଛୋଟ ବ୍ୟବସାୟକୁ ହାଇସ୍ପିଡ୍‌୍‌ ବ୍ରଡ୍‌ବ୍ୟାଣ୍ଡ ଏବଂ ଗୁଣାତ୍ମକ ଗୃହ ମନୋରଞ୍ଜନ ସହ ସଂଯୁକ୍ତ କରଛି। ଜିଓ ଏୟାରଫାଇବର ୮୦୦ ରୁ ଅଧିକ ଡିଜିଟାଲ ଟିଭି ଚ୍ୟାନେଲ, ୧୩ ରୁ ଅଧିକ ଓଟିଟି ଆପ୍‌, ସ୍ମାର୍ଟ ହୋମ୍‌ ସେବା, ନିରବଚ୍ଛିନ୍ନ ୱାଇଫାଇ ଏବଂ ହାଇ ସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ ସହିତ ବିଶ୍ୱସ୍ତରୀୟ ସର୍ବଧୁନିକ ଗୃହ ମନୋରଞ୍ଜନ ବା ହୋମ ଏଣ୍ଟରଟେନ୍‌ମେଣ୍ଟ ସେବା ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

PAN ପରେ ଏବେ Voter ID ସହ ଲିଙ୍କ ହେବ ଆଧାର

ନୂଆଦିଲ୍ଲୀ,୧୮।୩: ଆଧାର ଏବଂ ଭୋଟର ପରିଚୟପତ୍ର (EPIC)କୁ ଲିଙ୍କ କରିବାର ପଥ ପରିଷ୍କାର ହୋଇଯାଇଛି। ମଙ୍ଗଳବାର ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଦେଶର ନିର୍ବାଚନ କମିଶନ...

ଅତି ସହଜ ଉପାୟରେ ଘରେ ବସି ଆଧାର କାର୍ଡରେ ନିଜ ଠିକଣା ବଦଳେଇପାରିବେ, ଜାଣନ୍ତୁ ପ୍ରକ୍ରିୟା

ନୂଆଦିଲ୍ଲୀ,୧୮।୩: ଭାରତର ପ୍ରତ୍ୟେକ ନାଗରିକଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ପରିଚୟ ରହିଛି ଯେଉଁଥିରେ ଏକ 12-ଅଙ୍କ ବିଶିଷ୍ଟ ପରିଚୟପତ୍ର ରହିଛି। ଏଥିରେ, ବ୍ୟକ୍ତିଙ୍କ ବାୟୋମେଟ୍ରିକ ସୂଚନା, ନାମ,...

ବ୍ୟବସାୟକୁ ସେବା ଭାବୁଥିବାରୁ ସବୁ ସୁରୁଖୁରୁରେ ଚାଲେ

ଜଳବାୟୁ ପରିବର୍ତ୍ତନ ସହ ଅସନ୍ତୁଳିତ ଜୀବନଶୈଳୀ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରୁଛି। ଏହି ସମସ୍ୟା ଦିନକୁ ଦିନ ବଢ଼ିଚାଲିଥିବାବେଳେ ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା...

7th Pay Commission: କେନ୍ଦ୍ରୀୟ କର୍ମଚାରୀମାନଙ୍କ ପାଇଁ ଖୁସିଖବର, ଏହି ଦିନ ବଢିବ DA

ନୂଆଦିଲ୍ଲୀ,୧୭।୩: କେନ୍ଦ୍ର ସରକାର ଖୁବଶୀଘ୍ର ସରକାରୀ କର୍ମଚାରୀଙ୍କୁ ଏକ ବଡ଼ ଉପହାର ଦେଇପାରନ୍ତି। ଆସନ୍ତା ସପ୍ତାହ ସୁଦ୍ଧା, ସରକାର କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା...

୧୧ ଟି ଜିଲାରେ ୬,୧୧୭ କୋଟି ନିବେଶକୁ ଅନୁମୋଦନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୭।୩: ଉତ୍କର୍ଷ ଓଡିଶା – ମେକ୍ ଇନ୍ ଓଡିଶା କନକ୍ଲେଭର ସଫଳତା ପରେ, ୧୩୫ ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକ...

ଫେବୃଆରୀରେ ପାଇକାରୀ ମୁଦ୍ରାସ୍ଫୀତି ୨.୩୮% ରେ ସ୍ଥିର

ନୂଆଦିଲ୍ଲୀ,୧୭।୩: ସୋମବାର ବାଣିଜ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଫେବୃଆରୀରେ ଭାରତର ପାଇକାରୀ ମୁଦ୍ରାସ୍ଫୀତି ହାରରେ ସାମାନ୍ୟ ବୃଦ୍ଧି ଘଟିଛି, ଯାହା ୨.୩୮% ରେ...

‘କଞ୍ଚାଲଙ୍କା’ ଆଞ୍ଚଳିକ ଭାଷା, ସଂସ୍କୃତିକୁ ଗୁରୁତ୍ୱ ଦେଉଛି

କେନ୍ଦ୍ରାପଡ଼ା ଜିଲାରେ ବିଭୁପ୍ରସାଦ ରଥଙ୍କ ଜନ୍ମ। ପୁରୀ ପରେ ଅହମଦାବାଦରେ ପାଠପଢ଼ା। କର୍ପୋରେଟ କ୍ୟାରିଅର ସମୟରେ ଉତ୍ପାଦନଠାରୁ ଆରମ୍ଭ କରି ସେବା ଏବଂ ମନୋରଞ୍ଜନ ପର୍ଯ୍ୟନ୍ତ...

ଏଣିକି ଭଏସ କମାଣ୍ଡରେ ସ୍କ୍ରୋଲ କରିପାରିବେ Instagram ରିଲ୍ସ, ଜାଣନ୍ତୁ ନୂଆ ଫିଚର ବିଷୟରେ…

ଏଣିକି ଭଏସ କମାଣ୍ଡ ଦେଲେ Instagram ରିଲ ସ୍ବୟଂଚାଳିତ ଭାବରେ ସ୍କ୍ରୋଲ ହେବ। ଆପଣଙ୍କୁ ଡିସପ୍ଲେକୁ ଛୁଇଁବାକୁ ମଧ୍ୟ ପଡିବ ନାହିଁ। କେବଳ ଗୋଟିଏ ଭଏସରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri