ଗ୍ରାମାଞ୍ଚଳରେ ଜିଓର ଡିଜିଟାଲ୍‌ କ୍ରାନ୍ତି

ମୁମ୍ବାଇ, ୫।୮: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ଓଡ଼ିଶାର ଗ୍ରାମାଞ୍ଚଳରେ ଜିଓ ବ୍ରାଣ୍ଡ୍‌ର ଡିଜିଟାଲ୍‌ କ୍ରାନ୍ତି ଆଣିଛି। ଏପରିକି ଓଡ଼ିଶାର ବିସ୍ତୀର୍ଣ୍ଣ ଗ୍ରାମାଞ୍ଚଳ ଏବଂ ସହର ଉପକଣ୍ଠ ଅଞ୍ଚଳରେ ଡିଜିଟାଲ୍‌ କ୍ରାନ୍ତି ସ୍ବରୂପ ରିଲାଏନ୍ସ ଜିଓ ରାଜ୍ୟର ୩ ଲକ୍ଷରୁ ଅଧିକ ଘର ଏବଂ ପରିସରକୁ ଜିଓ ଫାଇବର ଓ ଜିଓ ଏୟାରଫାଇବର ସେବା ଯୋଗାଇ ଦେଇଛି। ଏହା ମାଧ୍ୟମରେ କମ୍ପାନୀ ରାଜ୍ୟରେ ସର୍ବବୃହତ ସଂଯୋଗ ସ୍ଥାପନ କରି ଏକ ହାଇସ୍ପିଡ୍‌ ବ୍ରଡବ୍ୟାଣ୍ଡ ଏବଂ ବିଶ୍ୱସ୍ତରୀୟ ଘରୋଇ ମନୋରଞ୍ଜନ ସୁବିଧା ଗ୍ରାହକଙ୍କୁ ପ୍ରଦାନ କରିଛି। ଉଲ୍ଲେଖଯୋଗ୍ୟ, ଭାରତୀୟ ଟେଲିକମ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ନିକଟରେ ପ୍ରକାଶିତ ସଦ୍ୟତମ ଟେଲିକମ୍‌ ଗ୍ରାହକ ତଥ୍ୟ ଅନୁଯାୟୀ ଓଡ଼ିଶାରେ ଜିଓ ପ୍ରାୟ ୩ଲକ୍ଷ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ଗ୍ରାହକଙ୍କ ସହିତ ହୋମ ବ୍ରଡବ୍ୟାଣ୍ଡ ଏବଂ ଓୟାରଲାଇନ କ୍ଷେତ୍ରରେ ବ୍ରାଣ୍ଡ୍‌ ରାଜ୍ୟରେ ଏକ ନମ୍ବର ସ୍ଥାନ ସୁଦୃଢ କରିଛି। ସେହିଭଳି ସର୍ବାଧିକ ଲୋକପ୍ରିୟ ରହିଥିବା ଜିଓ ଏୟାରଫାଇବର ସେବା ବାସ୍ତବରେ ଡିଜିଟାଲ ଅନ୍ତର୍ଭୁକ୍ତୀକରଣକୁ ସମ୍ପ୍ରସାରିତ କରିଛି, କାରଣ ଏହା ବିଶେଷକରି ଗ୍ରାମାଞ୍ଚଳ ଏବଂ ସହର ଉପକଣ୍ଠ ଅଞ୍ଚଳର ଶେଷ ମାଇଲ୍‌ ଅପ୍ଟିକାଲ୍‌-ଫାଇବର ବିସ୍ତାରରେ ରହିଥିବା କଠିନତା ଯୋଗୁ ବ୍ରଡ଼ବ୍ୟାଣ୍ଡ ସଂଯୋଗର ଅଭାବଜନିତ ସମସ୍ୟାକୁ ଦୂର କରି ପ୍ରତ୍ୟେକ ଘର ଏବଂ ଛୋଟ ବ୍ୟବସାୟକୁ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ଏବଂ ଗୁଣାତ୍ମକ ଗୃହ ମନୋରଞ୍ଜନ ସହିତ ସଂଯୁକ୍ତ କରିଛି। ଏପରିକି ଜିଓ ଏୟାରଫାଇବର ୮୦୦ରୁ ଅଧିକ ଡିଜିଟାଲ ଟିଭି ଚ୍ୟାନେଲ, ୧୩ ରୁ ଅଧିକ ଓଟିଟି ଆପ୍‌, ସ୍ମାର୍ଟ ହୋମ୍‌ ସେବା ଏବଂ ହାଇ ସ୍ପିଡ୍‌ ବ୍ରଡବ୍ୟାଣ୍ଡ ସହିତ ବିଶ୍ୱସ୍ତରୀୟ ସର୍ବାଧୁନିକ ଗୃହ ମନୋରଞ୍ଜନ ବା ହୋମ ଏଣ୍ଟରଟେନମେଣ୍ଟ ସେବା ପ୍ରଦାନ କରୁଛି। କେବଳ ଗ୍ରାମାଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳ ନୁହେଁ,ଓଡ଼ିଶାର ସମସ୍ତ ସହର ତଥା ଦ୍ରୁତ ଗତିରେ ବିସ୍ତାରିତ ହେଉଥିବା ସହର ଉପକଣ୍ଠ ଅଞ୍ଚଳରେ ହଜାର ହଜାର ଗ୍ରାହକ ବର୍ତ୍ତମାନ ଜିଓ ଏୟାରଫାଇବର ସେବାକୁ ଆପଣାଉଛନ୍ତି। ଏପରିକି ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଜିଓର ଫ୍ରିଡମ୍‌ ଅଫରରେ ଜିଓ ନୂତନ ଏୟାର ଫାଇବର ଗ୍ରାହକଙ୍କୁ ୧୦୦୦ ଟଙ୍କା ଇନଷ୍ଟାଲେଶନ ଚାର୍ଜ ଛାଡ ମାଧ୍ୟମରେ ନୂତନ ସଂଯୋଗ ଉପରେ ୩୦% ରିହାତି ପ୍ରଦାନ କରୁଛି। ଏହି ସୀମିତ ଅବଧି ଉତ୍ସବ ଅଫର ୨୦୨୪ ଅଗଷ୍ଟ ୧୫ ପର୍ଯ୍ୟନ୍ତ ବୈଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?