ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସକୁ ଜିଓର ଗୁରୁତ୍ୱ-ମୁକେଶ

ନୂଆଦିଲ୍ଲୀ,୨୯।୮: ଗତ କିଛି ବର୍ଷ ହେବ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ)କୁ ନେଇ ସାରା ଦେଶରେ ବ୍ୟାପକ ଚର୍ଚ୍ଚା ହେଉଥିବାବେଳେ ଉକ୍ତ ଏଆଇକୁ ସମସ୍ତଙ୍କ ପାଖରେ ଓ ସବୁ ସ୍ଥାନରେ ପହଞ୍ଚାଇବାକୁ ଜିଓ ପ୍ରୟାସ ଆରମ୍ଭ କରିଛି ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ (ଆରଆଇଏଲ)ର ୪୬ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌) ଅବସରରେ ଆରଆଇଏଲର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ମତପ୍ରକାଶ କରିଛନ୍ତି। ବିଶେଷ କରି ଭାରତୀୟମାନେ ଏଆଇ ମଡେଲ୍‌ର ଅଗ୍ରଣୀ ଭୂମିକା ଗ୍ରହଣ କରିବା ଏବଂ ଏହି ନୂତନ ପ୍ରଯୁକ୍ତିର ଲାଭକୁ ଭାରତୀୟ ନାଗରିକମାନଙ୍କ ପାଖରେ ପହଞ୍ଚାଇବା ପାଇଁ ଜିଓ ପ୍ଲାଟଫର୍ମ ଆଗ୍ରହୀ ବୋଲି ମୁକେଶ ବିସ୍ତୃତ ଭାବେ ଆଲୋକପାତ କରିଛନ୍ତି। ଏପରିକି ଆରଆଇଏଲର ଏଜିଏମ୍‌ ଅବସରରେ ସେ ଉକ୍ତ ମହତ୍ତ୍ୱାକାଂକ୍ଷୀ ଯୋଜନା ସମ୍ପର୍କରେ ଘୋଷଣା କରିବା ସହ କହିଛନ୍ତି, ଜିଓର ଅଭିବୃଦ୍ଧି ପାଇଁ ଏଆଇ ହେଉଛି ସବୁଠୁ ଆକର୍ଷଣୀୟ ଦିଗନ୍ତ। ସେହିଭଳି ଦୀର୍ଘସ୍ଥାୟୀ ଅଭ୍ୟାସ ଓ ସବୁଜ ଭବିଷ୍ୟତକୁ ଗ୍ରହଣ କରି ଉଭୟ କ୍ଲାଉଡ୍‌ ଓ ଏଜ୍‌ ଲୋକେଶନରେ ୨୦୦୦ ମେଗାୱାଟ୍‌ର ଏଆଇ-ପ୍ରସ୍ତୁତ କମ୍ପ୍ୟୁଟର ଦକ୍ଷତା ସୃଷ୍ଟି କରିବା ପାଇଁ ଜିଓର ପ୍ରତିବଦ୍ଧତା ବିଷୟରେ ମୁକେଶ ଘୋଷଣା କରିଛନ୍ତି। ବିଶେଷ କରି ବିଶ୍ୱ ସ୍ତରରେ ଏଆଇ ବିପ୍ଳବ ଦୁନିଆକୁ ଏକ ନୂଆ ଆକାର ପ୍ରଦାନ କରୁଛି ଏବଂ କୃତ୍ରିମ ବୁଦ୍ଧିମତ୍ତାର ପ୍ରୟୋଗ ଶିଳ୍ପ, ଅର୍ଥନୀତି, ଦୈନନ୍ଦିନ ଜୀବନରେ ଖୁବ୍‌ଶୀଘ୍ର ବିପ୍ଳବ ଆଣି ତା’ର ସଂଜ୍ଞା ବଦଳାଇଦେବ ବୋଲି ସେ ମତବ୍ୟକ୍ତ କରିଛନ୍ତି। ବିଶ୍ୱସ୍ତରରେ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ରହିବା ପାଇଁ ଭାରତକୁ ନିଶ୍ଚିତ ରୂପେ ଏଆଇର ନବସୃଜନ, ଅଭିବୃଦ୍ଧି ଓ ଜାତୀୟ ସମୃଦ୍ଧିକୁ ବ୍ୟବହାର କରିବାକୁ ପଡ଼ିବ ବୋଲି ମୁକେଶ କହିଛନ୍ତି। ଉଲ୍ଲେଖଯୋଗ୍ୟ, ୭ ବର୍ଷ ପୂର୍ବେ ସମସ୍ତଙ୍କ ପାଖରେ ଓ ସବୁ ସ୍ଥାନରେ ବ୍ରଡ୍‌ବ୍ୟାଣ୍ଡ୍‌ ସଂଯୋଗ ପ୍ରଦାନ କରିବାକୁ ଜିଓ ପ୍ରତିଶ୍ରୁତି ଦେଇଥିଲାବେଳେ ବର୍ତ୍ତମାନ ଆମେ ତାହା ମଧ୍ୟ ପ୍ରଦାନ କରିଛୁ, ଆଜି ଜିଓ ଏଆଇକୁ ସମସ୍ତଙ୍କ ପାଖରେ ଓ ସବୁ ସ୍ଥାନରେ ପହଞ୍ଚାଇବାର ପ୍ରତିଶ୍ରୁତି ଦେଉଛି। ଆଗାମୀ ଦିନରେ ଆମେ ତାହା ପ୍ରଦାନ କରିବୁ ବୋଲି ସେ କହିଛନ୍ତି। ବିଶ୍ୱସ୍ତରରେ ଏଆଇକୁ ନେଇ ଚାଲିଥିବା ନବସୃଜନ ବିଶେଷ କରି ଜେନେରେଟିଭ୍‌ ଏଆଇ କ୍ଷେତ୍ରରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ପ୍ରତିଭାବାନ କର୍ମଚାରୀ ଓ ଦକ୍ଷତାରେ ଉନ୍ନତି ଆଣୁଛି। ଆଗାମୀ ଦିନରେ ସବୁ କ୍ଷେତ୍ର ପାଇଁ ଭାରତ ସ୍ବତନ୍ତ୍ର ଏଆଇ ମଡେଲ୍‌ ଓ ଏଆଇଭିତ୍ତିକ ସମାଧାନ ବିକାଶ କରିବା ଉଦ୍ୟମରେ ଜିଓ ପ୍ଲାଟଫର୍ମସ୍‌ ଆଗରେ ରହିବାକୁ ଚାହୁଛି, ଫଳରେ ଏଆଇର ଲାଭକୁ ଭାରତୀୟ ନାଗରିକ, ବ୍ୟବସାୟ ଓ ସରକାରଙ୍କ ନିକଟରେ ପହଞ୍ଚାଇ ହେବ। ସେହିପରି ଭାରତ ପାଖରେ ସେହି ବ୍ୟାପକତା, ଡାଟା ଓ ପ୍ରତିଭା ରହିଛିି ବୋଲି ମୁକେଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?