ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସକୁ ଜିଓର ଗୁରୁତ୍ୱ-ମୁକେଶ

ନୂଆଦିଲ୍ଲୀ,୨୯।୮: ଗତ କିଛି ବର୍ଷ ହେବ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ)କୁ ନେଇ ସାରା ଦେଶରେ ବ୍ୟାପକ ଚର୍ଚ୍ଚା ହେଉଥିବାବେଳେ ଉକ୍ତ ଏଆଇକୁ ସମସ୍ତଙ୍କ ପାଖରେ ଓ ସବୁ ସ୍ଥାନରେ ପହଞ୍ଚାଇବାକୁ ଜିଓ ପ୍ରୟାସ ଆରମ୍ଭ କରିଛି ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ (ଆରଆଇଏଲ)ର ୪୬ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌) ଅବସରରେ ଆରଆଇଏଲର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ମତପ୍ରକାଶ କରିଛନ୍ତି। ବିଶେଷ କରି ଭାରତୀୟମାନେ ଏଆଇ ମଡେଲ୍‌ର ଅଗ୍ରଣୀ ଭୂମିକା ଗ୍ରହଣ କରିବା ଏବଂ ଏହି ନୂତନ ପ୍ରଯୁକ୍ତିର ଲାଭକୁ ଭାରତୀୟ ନାଗରିକମାନଙ୍କ ପାଖରେ ପହଞ୍ଚାଇବା ପାଇଁ ଜିଓ ପ୍ଲାଟଫର୍ମ ଆଗ୍ରହୀ ବୋଲି ମୁକେଶ ବିସ୍ତୃତ ଭାବେ ଆଲୋକପାତ କରିଛନ୍ତି। ଏପରିକି ଆରଆଇଏଲର ଏଜିଏମ୍‌ ଅବସରରେ ସେ ଉକ୍ତ ମହତ୍ତ୍ୱାକାଂକ୍ଷୀ ଯୋଜନା ସମ୍ପର୍କରେ ଘୋଷଣା କରିବା ସହ କହିଛନ୍ତି, ଜିଓର ଅଭିବୃଦ୍ଧି ପାଇଁ ଏଆଇ ହେଉଛି ସବୁଠୁ ଆକର୍ଷଣୀୟ ଦିଗନ୍ତ। ସେହିଭଳି ଦୀର୍ଘସ୍ଥାୟୀ ଅଭ୍ୟାସ ଓ ସବୁଜ ଭବିଷ୍ୟତକୁ ଗ୍ରହଣ କରି ଉଭୟ କ୍ଲାଉଡ୍‌ ଓ ଏଜ୍‌ ଲୋକେଶନରେ ୨୦୦୦ ମେଗାୱାଟ୍‌ର ଏଆଇ-ପ୍ରସ୍ତୁତ କମ୍ପ୍ୟୁଟର ଦକ୍ଷତା ସୃଷ୍ଟି କରିବା ପାଇଁ ଜିଓର ପ୍ରତିବଦ୍ଧତା ବିଷୟରେ ମୁକେଶ ଘୋଷଣା କରିଛନ୍ତି। ବିଶେଷ କରି ବିଶ୍ୱ ସ୍ତରରେ ଏଆଇ ବିପ୍ଳବ ଦୁନିଆକୁ ଏକ ନୂଆ ଆକାର ପ୍ରଦାନ କରୁଛି ଏବଂ କୃତ୍ରିମ ବୁଦ୍ଧିମତ୍ତାର ପ୍ରୟୋଗ ଶିଳ୍ପ, ଅର୍ଥନୀତି, ଦୈନନ୍ଦିନ ଜୀବନରେ ଖୁବ୍‌ଶୀଘ୍ର ବିପ୍ଳବ ଆଣି ତା’ର ସଂଜ୍ଞା ବଦଳାଇଦେବ ବୋଲି ସେ ମତବ୍ୟକ୍ତ କରିଛନ୍ତି। ବିଶ୍ୱସ୍ତରରେ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ରହିବା ପାଇଁ ଭାରତକୁ ନିଶ୍ଚିତ ରୂପେ ଏଆଇର ନବସୃଜନ, ଅଭିବୃଦ୍ଧି ଓ ଜାତୀୟ ସମୃଦ୍ଧିକୁ ବ୍ୟବହାର କରିବାକୁ ପଡ଼ିବ ବୋଲି ମୁକେଶ କହିଛନ୍ତି। ଉଲ୍ଲେଖଯୋଗ୍ୟ, ୭ ବର୍ଷ ପୂର୍ବେ ସମସ୍ତଙ୍କ ପାଖରେ ଓ ସବୁ ସ୍ଥାନରେ ବ୍ରଡ୍‌ବ୍ୟାଣ୍ଡ୍‌ ସଂଯୋଗ ପ୍ରଦାନ କରିବାକୁ ଜିଓ ପ୍ରତିଶ୍ରୁତି ଦେଇଥିଲାବେଳେ ବର୍ତ୍ତମାନ ଆମେ ତାହା ମଧ୍ୟ ପ୍ରଦାନ କରିଛୁ, ଆଜି ଜିଓ ଏଆଇକୁ ସମସ୍ତଙ୍କ ପାଖରେ ଓ ସବୁ ସ୍ଥାନରେ ପହଞ୍ଚାଇବାର ପ୍ରତିଶ୍ରୁତି ଦେଉଛି। ଆଗାମୀ ଦିନରେ ଆମେ ତାହା ପ୍ରଦାନ କରିବୁ ବୋଲି ସେ କହିଛନ୍ତି। ବିଶ୍ୱସ୍ତରରେ ଏଆଇକୁ ନେଇ ଚାଲିଥିବା ନବସୃଜନ ବିଶେଷ କରି ଜେନେରେଟିଭ୍‌ ଏଆଇ କ୍ଷେତ୍ରରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ପ୍ରତିଭାବାନ କର୍ମଚାରୀ ଓ ଦକ୍ଷତାରେ ଉନ୍ନତି ଆଣୁଛି। ଆଗାମୀ ଦିନରେ ସବୁ କ୍ଷେତ୍ର ପାଇଁ ଭାରତ ସ୍ବତନ୍ତ୍ର ଏଆଇ ମଡେଲ୍‌ ଓ ଏଆଇଭିତ୍ତିକ ସମାଧାନ ବିକାଶ କରିବା ଉଦ୍ୟମରେ ଜିଓ ପ୍ଲାଟଫର୍ମସ୍‌ ଆଗରେ ରହିବାକୁ ଚାହୁଛି, ଫଳରେ ଏଆଇର ଲାଭକୁ ଭାରତୀୟ ନାଗରିକ, ବ୍ୟବସାୟ ଓ ସରକାରଙ୍କ ନିକଟରେ ପହଞ୍ଚାଇ ହେବ। ସେହିପରି ଭାରତ ପାଖରେ ସେହି ବ୍ୟାପକତା, ଡାଟା ଓ ପ୍ରତିଭା ରହିଛିି ବୋଲି ମୁକେଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri