ଜିଓର ନୂତନ ଓଟିଟି ଷ୍ଟ୍ରିମିଂ ପ୍ଲାନ୍‌

ଭୁବନେଶ୍ୱର,୧୪।୫: ରିଲାଏନ୍ସ ଜିଓର ନୂତନ ଓଟିଟି ଷ୍ଟ୍ରିମିଂ ପ୍ଲାନ୍‌ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ମାସିକ ୮୮୮ଟଙ୍କା ମୂଲ୍ୟର ଏହି ସୁଲଭ ପ୍ଲାନ୍‌ ଉଭୟ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ଗ୍ରାହକଙ୍କ ପାଇଁ ଉପଲବ୍ଧ ରହିଛି। ରିଲାଏନ୍ସ ଜିଓ ଷ୍ଟ୍ରିମିଂ ପ୍ରେମୀଙ୍କ ପାଇଁ ଏକ ନୂଆ ପୋଷ୍ଟପେଡ୍‌ ଓଟିଟି ବଣ୍ଡଲ ପ୍ଲାନ୍‌ ଆଣିଛି। ଏହି ପ୍ଲାନ୍‌ ଜରିଆରେ ଗ୍ରାହକଙ୍କୁ ୧୫ଟି ପ୍ରମୁଖ ପ୍ରିମିୟମ ଓଟିଟି ଆପ୍‌ ସହ ଅସୀମିତ ଡାଟା ମିଳୁଛି। ଏହାଦ୍ୱାରା ସେମାନେ ଯେତେବେଳେ ଚାହିଁବେ ନିଜ ପସନ୍ଦର ଆପ୍‌ରେ ଏହି ପ୍ରୋଗ୍ରାମ ଦେଖିପାରିବେ। ସେହିଭଳି ବ୍ରାଣ୍ଡ୍‌ର ନୂତନ ପ୍ଲାନ୍‌ରେ ଗ୍ରାହକଙ୍କୁ ୩୦ଏମ୍‌ବିପିଏସ୍‌ ସ୍ପିଡ୍‌ ମିଳିବ। ଏହାବ୍ୟତୀତ ନେଟ୍‌ଫ୍ଲିକ୍ସର ବେସିକ୍‌ ପ୍ଲାନ୍‌, ଆମାଜନ୍‌ ପ୍ରାଇମ୍‌ ଏବଂ ଜିଓ ସିନେମା ପ୍ରିମିୟମ ଭଳି ୧୫ରୁ ଅଧିକ ପ୍ରମୁଖ ଓଟିଟି ଆପ୍‌କୁ ମଧ୍ୟ ଏହି ପ୍ଲାନ୍‌ରେ ଅନ୍ତର୍ଭୁକ୍ତ କରାଯାଇଛି,ଅର୍ଥାତ୍‌ ଏହି ଲୋକପ୍ରିୟ ଆପ୍‌ଗୁଡ଼ିକର ସବ୍‌ସ୍କ୍ରିପସନ ଏହି ପ୍ଲାନ୍‌ରେ ଉପଲବ୍ଧ ହେବ। ଉକ୍ତ ପ୍ଲାନ୍‌ର ଆଉ ଏକ ବିଶେଷ ବୈଶିଷ୍ଟ୍ୟ ହେଉଛି,ବ୍ରାଣ୍ଡ୍‌ର ନୂଆ କିମ୍ବା ବର୍ତ୍ତମାନ ଗ୍ରାହକ ୧୦ ଏମ୍‌ବିପିଏସ୍‌ କିମ୍ବା ୩୦ଏମ୍‌ବିପିଏସ୍‌ ପ୍ଲାନ୍‌ ବ୍ୟବହାର କରୁଥିବା ଉପଭୋକ୍ତାମାନେ ଏହାକୁ ପାଇପାରିବେ। ୮୮୮ଟଙ୍କାର ପୋଷ୍ଟପେଡ୍‌ ପ୍ଲାନ୍‌ ସମସ୍ତଙ୍କ ପାଇଁ ଉପଲବ୍ଧ। ସେହିପରି ବର୍ତ୍ତମାନ ପ୍ରିପେଡ୍‌ ପ୍ଲାନ୍‌ ରହିଥିବା ସମସ୍ତ ଉପଭୋକ୍ତା ସହଜରେ ଏହି ନୂଆ ପୋଷ୍ଟପେଡ୍‌ ପ୍ଲାନ୍‌କୁ ଅପ୍‌ଗ୍ରେଡ୍‌ କରିପାରିବେ। ଏହାବ୍ୟତୀତ ନିକଟରେ ଘୋଷଣା ହୋଇଥିବା ଜିଓ ଆଇପିଏଲ୍‌ ଧନ ଧନା ଧନ ଅଫର ମଧ୍ୟ ଏହି ପ୍ଲାନ୍‌ରେ ଲାଗୁହେବ। ଜିଓ ଫାଇବର କିମ୍ବା ଏୟାରଫାଇବର ପାଇଁ ଯୋଗ୍ୟ ଗ୍ରାହକମାନେ ସେମାନଙ୍କ ଜିଓ ହୋମ୍‌ ବ୍ରଡ୍‌ବ୍ୟାଣ୍ଡ କନେକ୍ସନରେ ୫୦ଦିନର ରିହାତି କ୍ରେଡିଟ୍‌ ଭାଉଚର ପାଇପାରିବେ। ୨୦୨୪ମେ ୩୧ପର୍ଯ୍ୟନ୍ତ ଉପଲବ୍ଧ ଜିଓ ଧନ ଧନା ଧନ ଅଫରକୁ ଟି-୨୦ ସିଜନ ପାଇଁ ସ୍ବତନ୍ତ୍ର ଭାବେ ଡିଜାଇନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri