ଓ୍ବାନ୍‌ପ୍ଲସ୍‌ ସହ ଜିଓର ସହଭାଗିତା

ନୂଆଦିଲ୍ଲୀ,୧୩।୧୨: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ଏବଂ ସ୍ମାର୍ଟ ଫୋନ୍‌ ବ୍ରାଣ୍ଡ୍‌ ଓ୍ବାନ୍‌ପ୍ଲସ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ସହଭାଗିତା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୫ଜି ଷ୍ଟାଣ୍ଡ୍‌-ଏଲୋନ୍‌ ପ୍ରଯୁକ୍ତି ପାଇଁ ରିଲାଏନ୍ସ ଜିଓ ଓ ୱାନ୍‌ପ୍ଲସ୍‌ ପରସ୍ପର ସହ ହାତ ମିଳାଇଛନ୍ତି। ଏପରିକି ନିକଟରେ ଉନ୍ମୋଚିତ ହୋଇଥିବା ୱାନ୍‌ପ୍ଲସ୍‌ର ୱାନ୍‌ପ୍ଲସ୍‌ ୧୦ ସିରିଜ୍‌ ସ୍ମାର୍ଟଫୋନ୍‌ ସମେତ ୱାନପ୍ଲସ୍‌ ୯ଆର୍‌, ୱାନ୍‌ପ୍ଲସ୍‌ ୮, ନର୍ଡ, ନର୍ଡ ୨ଟି, ନର୍ଡ୨, ନର୍ଡ ସିଇ, ନର୍ଡ ସିଇ୨ ଏବଂ ନର୍ଡ ସିଇ୨ ଲାଇଟ ବ୍ୟବହାରକାରୀମାନେ ଜିଓର ୫ଜି ଷ୍ଟାଣ୍ଡ୍‌-ଏଲୋନ୍‌ ପ୍ରଯୁକ୍ତିକୁ ବ୍ୟବହାର କରିପାରିବେ ବୋଲି ଜଣାପଡିଛି। ଏ ସମ୍ପର୍କରେ ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌ର ଅଧ୍ୟକ୍ଷ ସୁନୀଲ ଦତ୍ତ କହିଛନ୍ତି, ଭାରତରେ ୫ଜି ଡିଭାଇସ୍‌ର ଇକୋସିଷ୍ଟମ୍‌କୁ ସୁଦୃଢ଼ କରିବା ଲାଗି ୱାନ୍‌ପ୍ଲସ୍‌ ଆମ ସହ ମିଶି କାର୍ଯ୍ୟ କରିଛି। ୫ଜି ସ୍ମାର୍ଟଫୋନ୍‌ର ବାସ୍ତବିକ ଶକ୍ତି କେବଳ ଜିଓର ଟ୍ରୁ-୫ଜି ନେଟ୍‌ୱର୍କ ଦ୍ୱାରା ହାସଲ କରାଯାଇପାରିବ। ଜିଓ ଏହାର ୫ଜି ନେଟ୍‌ୱର୍କକୁ ଷ୍ଟାଣ୍ଡ୍‌-ଏଲୋନ୍‌ ୫ଜି ନେଟ୍‌ୱର୍କ ଭାବେ ପ୍ରସ୍ତୁତ କରିଛି। ୱାନପ୍ଲସ୍‌ର ଡିଭାଇସ୍‌ ବ୍ୟବହାର କରୁଥିବା ସମସ୍ତ ଗ୍ରାହକ ଜିଓ ୱେଲକମ୍‌ ଅଫର ଅଧୀନରେ ଅସୀମିତ ୫ଜି ଇଣ୍ଟରନେଟ୍‌କୁ ବ୍ୟବହାର କରିପାରିବେ। ସେହିଭଳି ୱାନ୍‌ପ୍ଲସ୍‌ ଇଣ୍ଡିଆର ସିଇଓ ନବନୀତ ନାକ୍‌ରା କହିଛନ୍ତି, ଭାରତରେ ୱାନ୍‌ପ୍ଲସ୍‌ ବ୍ୟବହାରକାରୀମାନଙ୍କ ଲାଗି ୫ଜି ପ୍ରଯୁକ୍ତି ଆଣିବା ପାଇଁ ଜିଓ ଟିମ୍‌ ସହିତ ସହଭାଗିତା ସ୍ଥାପନ କରିଥିବାରୁ ଆମେ ଅତ୍ୟନ୍ତ ଆନନ୍ଦିତ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri