ଜିଓର ଅସୀମିତ କ୍ରିକେଟ ଅଫର

ମୁମ୍ବାଇ,୨।୪: ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ତଥା ସ୍ବତନ୍ତ୍ର ଅସୀମିତ କ୍ରିକେଟ ଅଫରର ଅବଧିକୁ ୨୦୨୫ ଏପ୍ରିଲ ୧୫ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ପୂର୍ବରୁ ଏହି ଅଫର ୨୦୨୫ ମାର୍ଚ୍ଚ ୩୧ରେ ଶେଷ ହେବାକୁ ଯାଉଥିଲା। ଏହି ଅଫର ଅଧୀନରେ ୨୯୯ ଟଙ୍କା କିମ୍ବା ତା’ଠାରୁ ଅଧିକ ମୂଲ୍ୟର ପ୍ଲାନ୍‌ ସହିତ ନୂତନ ଜିଓ ସିମ୍‌ ସଂଯୋଗ ନେଇ କିମ୍ବା ଅତି କମରେ ୨୯୯ ଟଙ୍କା ମୂଲ୍ୟର ପ୍ଲାନ୍‌ ରିଚାର୍ଜକରି ଜିଓ ଗ୍ରାହକମାନେ ଜିଓ ହଟ୍‌ଷ୍ଟାରରେ ମାଗଣାରେ ଆଇପିଏଲ୍‌ କ୍ରିକେଟ ସିଜନ୍‌ ଉପଭୋଗ କରିପାରିବେ। ସେହିଭଳି ଏହି ଅସୀମିତ କ୍ରିକେଟ ଅଫର ଜରିଆରେ ଗ୍ରାହକମାନେ ଟିଭି କିମ୍ବା ମୋବାଇଲ ଫୋନ ମାଧ୍ୟମରେ ୯୦ଦିନର ମାଗଣା ଜିଓ ହଟ୍‌ଷ୍ଟାର ସବ୍‌ସ୍କ୍ରିପସନ ପାଉଛନ୍ତି ଏବଂ ତାହା ମଧ୍ୟ ୪କେ ଗୁଣବତ୍ତାରେ ଉପଲବ୍ଧ। ଏହାର ଅର୍ଥ ହେଉଛି ଗ୍ରାହକମାନେ ଆଇପିଏଲ୍‌ କ୍ରିକେଟ ସିଜିନ ମାଗଣାରେ ଉପଭୋଗ କରିପାରିବେ। ଏହାସହ ଘର ପାଇଁ ଜିଓଫାଇବର କିମ୍ବା ଜିଓ ଏୟାରଫାଇବରର ମାଗଣା ଟ୍ରାଏଲ୍‌ ସଂଯୋଗ ମଧ୍ୟ ପ୍ରଦାନ କରିବ। ଅଲ୍ଟ୍ରା-ଫାଷ୍ଟ ଇଣ୍ଟରନେଟ୍‌ର ମାଗଣା ଟ୍ରାଏଲ୍‌ ସଂଯୋଗ ୫୦ଦିନ ପାଇଁ ମାଗଣା ରହିବ। ଗ୍ରାହକମାନେ ୪କେ ଗୁଣବତ୍ତାରେ ଇମର୍ସିଭ୍‌ କ୍ରିକେଟ ଦେଖିବାର ଅନୁଭୂତି ସହ ଶ୍ରେଷ୍ଠ ହୋମ୍‌ ଏଣ୍ଟରଟେନମେଣ୍ଟ ବା ଘରୋଇ ମନୋରଞ୍ଜନର ମଧ୍ୟ ମଜା ନେଇପାରିବେ। ଜିଓ ଫାଇବର କିମ୍ବା ଜିଓ ଏୟାରଫାଇବରର ମାଗଣା ଟ୍ରାଏଲ ସଂଯୋଗ ସହ ୮୦୦ରୁ ଅଧିକ ଟିଭି ଚ୍ୟାନେଲ, ୧୧ରୁ ଅଧିକ ଓଟିଟି ଆପ୍‌, ଅସୀମିତ ୱାଇଫାଇ ମଧ୍ୟ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri