Posted inଜାତୀୟ

ରାମବିଳାସ ପାଶୱାନଙ୍କ ମୃତ୍ୟୁକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜିତନ ରାମ

ପାଟନା,୨ ।୧୧: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟିର ମୁଖ୍ୟ ରାମବିଳାସ ପାଶୱାନଙ୍କ ମୃତ୍ୟୁକୁ ନେଇ ଏବେ ରାଜନୀତି ହୋଇଛି ସରଗରମ । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାଝି ପାଶୱାନଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ କରିଛନ୍ତି । ମାଝିଙ୍କ ଦଳ ହିନ୍ଦୁସ୍ତାନ ଆବାମ ମୋର୍ଚ୍ଚା ଏହି ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି । ଏହାସହ ସେମାନେ ଏହାର ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ମାଝି କହିଛନ୍ତି ପାଶୱାନ କେନ୍ଦ୍ର ମନ୍ତ୍ରୀ ସହ ଜଣେ ପ୍ରତିଷ୍ଠିତ ରାଜନେତା । ହେଲେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ କୌଣସି ମେଡିକାଲ ବୁଲେଟିନ ଜାରି କରାଯାଇ ନ ଥିଲା । ପୁଣି ତାଙ୍କ ମୃତ୍ୟୁ ଖବର ବିଳମ୍ବରେ ଦିଆଗଲା । ସେଥିପାଇଁ ଆମେ ଏହାର ଆଇନଗତ ଯାଞ୍ଚ ଦାବି କରୁଛୁ । ହିନ୍ଦୁସ୍ତାନ ଆବାମ ମୋର୍ଚ୍ଚାର ପ୍ରବକ୍ତା ଡା, ଦାନିଶ ରିଜାୱାନ ଲୋକ ଜନଶକ୍ତି ପାର୍ଟିର ଅଧ୍ୟକ୍ଷ ଚିରାଗ ପାଶୱାନଙ୍କୁ ପ୍ରଶ୍ନ କରିଛନ୍ତି ଦେଶବାସୀ ଜାଣିବାକୁ ଚାହୁଁଛନ୍ତି ରାମବିଳାସ ପାଶୱାନଙ୍କୁ ନେଇ କେଉଁ ତଥ୍ୟ ସେ ଲୁଚାଉଛନ୍ତି । କାରଣ ରାମବିଳାସଙ୍କ ମୃତ୍ୟୁର ଗୋଟିଏ ଦିନ ପରେ ଚିରାଗ ଏକ ଶୁଟିଂ ସମୟରେ ଖୁସି ଥିବା ନଜର ଆସିଥିଲା । ତେଣୁ ଏହାକୁ ନେଇ ତାଙ୍କ ପ୍ରିୟ ପରିଜନ ଓ ପ୍ରଶଂସକଙ୍କ ମନରେ ନାନା ପ୍ରଶ୍ନ ଉଠୁଛି ବୋଲି ରିଜାୱାନ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?