ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ କଙ୍କାଳ ବୋହିନେଇ ବ୍ୟାଙ୍କ ସମ୍ମୁଖରେ ରଖିବା ଘଟଣା ସାରା ଦେଶ ବିଦେଶରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟି ଥିଲା । ପରେ ଜିତୁଙ୍କ ନିକଟରେ ବ୍ୟାଙ୍କ କର୍ତ୍ତୃପକ୍ଷ ପହଞ୍ଚି ସମସ୍ତ ପ୍ରାପ୍ୟ ଟଙ୍କା ପ୍ରଦାନ କରିବା ସହ ଜିତୁଙ୍କୁ ବିଭିନ୍ନ ସଂଗଠନ ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଥିଲା ।

ତେବେ ଭଉଣୀର କଙ୍କାଳକୁ ଛୁଇଁବାରୁ ଜାତି ଭାଇ ପର କରିଦେବା କହିବା ସହ ନିଜ ଜାତିରେ ମିଶାଇବେ ନାହିଁ ବୋଲି କହିବାରୁ ବୁଧବାର ଜିତୁ ଶୁଦ୍ଧି ହୋଇଛନ୍ତି । ପୂଜା ପାଇଁ କୁକୁଡ଼ା ସହ ମାଈ ଛେଳି ଯୋଗାଡ଼ କରିବା ସହ ଭଉଣୀଙ୍କ ସମାଧି ତିଆରି କରି ନଣ୍ଡା ହେବା ପରେ ଜିତୁ ଶୁଦ୍ଧି ହୋଇଥିଲେ । ଜାତି ଭାଇଙ୍କୁ ଭୋଜି ଦେବା ପରେ ନିଜ ଜାତିରେ ମିଶିଛନ୍ତି ଜିତୁ ।

ବୁଧବାର ଓଡିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଜିତୁଙ୍କ ନିକଟରେ ପହଞ୍ଚି ଘଟଣା ସମ୍ପର୍କରେ ପଚାରି ବୁଝିବା ସହ ଜିତୁଙ୍କ କ୍ଷେତ୍ରରେ ଘଟିଥିବା ଘଟଣା ଦୁଃଖ ଦାୟକ ଓ ଦୁର୍ଭାଗ୍ୟ ଜନକ ବୋଲି କହିଥିଲେ । ମନ୍ତ୍ରୀଙ୍କ ସହ ପାଟଣା ବିଧାୟକ ବ୍ଲକ ଅଧ୍ୟକ୍ଷା, ବିଡ଼ିଓ ତହସିଲଦାର କମଳା କାନ୍ତ ଦାଶ, ଜିଲା ଭାଜପା ସଭାପତି ଶୁକଦେଵ ମହାନ୍ତ ପ୍ରମୁଖ ଯୋଗ ଦେଇ ଥିଲେ । ମନ୍ତ୍ରୀଙ୍କ ପକ୍ଷରୁ ୫୦ ହଜାର ଟଙ୍କା ସହ ଜିତୁଙ୍କ ସମ୍ପ୍ରଦାୟର ଲୋକଙ୍କୁ ଲୁଗା ବଣ୍ଟନ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…

ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା…

ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା

ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍‌ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ…

କଳାହାଣ୍ଡିରେ ବାହାର ରାଜ୍ୟ କମ୍ପାନୀର କାୟାବିସ୍ତାର: ଚିନ୍ତିତ ନାହାନ୍ତି ଅଧିକାରୀ, କର୍ମଚାରୀ

ଭବାନୀପାଟଣା, ୧୬ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ କେନ୍ଦୁପତ୍ରକୁ ନେଇ ବହୁ କୋଟି ଟଙ୍କାର କାରବାର ଏବେ ସଙ୍କଟମୟ ସ୍ଥିତିରେ ଗତି କରୁଛି। ସରକାର ବିପୁଳ ପରିମାଣର ରାଜସ୍ବ…

ତୈଳ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ପେଟ୍ରୋଲ ଉପରେ ପ୍ରଥମ ଥର ପାଇଁ ଲାଗିବ…

ନୂଆଦିଲ୍ଲୀ,୧୬।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ (ATF) ରପ୍ତାନି ଉପରେ ଲାଗୁ ହେଉଥିବା ସ୍ପେଶାଲ ଆଡିସନାଲ ଏକ୍ସାଇଜ ଡ୍ୟୁଟି (SAED) ର ଦରରେ…

ବିବାହିତ ମହିଳାଙ୍କୁ ପ୍ରେମ କରୁଥିଲେ ୨ ଯୁବକ, ଜଣାପଡିବା ପରେ ଖଣ୍ଡାଯୁଦ୍ଧ, ପୂରା ଘଟଣା ଜାଣିଲେ…

ଦିଗପହଣ୍ଡି,୧୬।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଶୁକ୍ରବାର ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଭୋଜଶାଳାରେ ସରସ୍ବତୀ ମନ୍ଦିର ଥିଲା: ହାଇକୋର୍ଟ

ଇନ୍ଦୋର,୧୬ା୫: ମଧ୍ୟପ୍ରଦେଶ ଧାର ଜିଲାରେ ଥିବା ବିବାଦୀୟ ଭୋଜଶାଳା କମ୍ପ୍ଲେକ୍ସ ଦେବୀ ସରସ୍ବତୀଙ୍କୁ ସମର୍ଥତ୍ତ ଏକ ମନ୍ଦିର ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଶୁକ୍ରବାର ଘୋଷଣା କରିଛନ୍ତି। ମସ୍‌ଜିଦ…

ଅର୍ଜୁନଙ୍କୁ ମିଳିଲା ବଡ଼ ଅଫର୍‌: ଏବେ…

ବଲିଉଡ ଅଭିନେତା ଅର୍ଜୁନ ରାମପାଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତ ଦମଦାର ଅଭିନୟ କରନ୍ତି କିନ୍ତୁ ‘ଧୂରନ୍ଧର-୨’ରେ ତାଙ୍କର ଖଳନାୟକ ଭୂମିକା ବେଶ୍‌ ପ୍ରଶଂସନୀୟ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri