ନବୀନଙ୍କ ଜନ୍ମଦିନରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ

ପାଟଣା,୧୬ା୧୦(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜନ୍ମଦିନ ଅବସରରେ ଓଡ଼ିଶା ମୋ’ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଯୁବଛାତ୍ର ଜନତା ଦଳ ପକ୍ଷରୁ ରବିବାର କେନ୍ଦୁଝର ଜିଲା ସାହାରାପଡ଼ା ବ୍ଲକ ଉଦୟପୁର କଲେଜ ପରିସରରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ପାଟଣା ବିଧାୟକ ଜଗନ୍ନାଥ ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହ ନବୀନ ପଟ୍ଟନାୟକଙ୍କ ଜନ୍ମଦିନରେ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମରେ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରୀନା ନାୟକ, ୨୯ ନମ୍ବର ଜିଲା ପରିଷଦ ସଭ୍ୟ ବୁଦ୍ଧଦେବ ମହାକୁଡ଼, ପାଟଣା ବ୍ଲକ ବିଜେଡି ସଭାପତି ମାଧବାନନ୍ଦ ପୃଷ୍ଟି, ବିଜେଡିର ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ମହାପାତ୍ର, ସୌମ୍ୟରଞ୍ଜନ ରାଉତ, ହିମାଂଶୁ ଶେଖର ବେହେରା, ରଘୁବର ମହାନ୍ତ ଓ ସତ୍ୟନାରାୟଣ ପଣ୍ଡାଙ୍କ ସହ ଅନେକ ନେତା ଯୋଗଦେଇଥିଲେ। ମୋଟ୍‌ ୧୦୦ ୟୁନିଟ୍‌ ରକ୍ତ ସଂଗୃହୀତ କରାଯିବାର ଲକ୍ଷ୍ୟ ରଖା ଯାଇଥିବା ପାଟଣା ବିଧାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

‘ପ୍ରକୃତି ପ୍ରତି ଦାୟିତ୍ୱବୋଧ ଜରୁରୀ’

ପାଟଣା,୮ା୨(ବୀରକିଶୋର ଦାଶ): ଓଡ଼ିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ପିପୁଲସ କଲଚରାଲ ସେଣ୍ଟର (ପିକକ) ପକ୍ଷରୁ ଆଡପ୍ସନସେଣ୍ଟ୍ରମର ସହଯୋଗରେ ଫେବୃଆରୀ ୫ସେରୁ ୮ ତାରିଖ ପର୍ଯ୍ୟନ୍ତ କେନ୍ଦୁଝର ଜିଲା…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଭଲିବଲ ଟୁର୍ଣ୍ଣାମେଣ୍ଟ: ସ୍ବାମ୍‌ ଟିମ୍‌କୁ ହରାଇ କରଞ୍ଜିଆ ଚମ୍ପିୟାନ

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସ୍ବାମ ବିରଜୟ ଗୋବିନ୍ଦପୁର ଶାସନ ଭଲିବଲ ଆସୋସିଏଶନ ପକ୍ଷରୁ ଶୁକ୍ରବାର ଦିବାରାତ୍ର ସ୍ବାମ…

ବେଆଇନ ଗୋ ଚାଲାଣ ହେଉଥିବାବେଳେ ଚଢାଉ କଲା ପୋଲିସ, ବାପପୁଅଙ୍କୁ…

ଆନନ୍ଦପୁର, ୭।୨(ସୁଶାନ୍ତ କୁମାର ସାହୁ): ପୋଲିସର ବ୍ୟାପକ ଚଢାଉ ପରେ ବି କେନ୍ଦୁଝର ଜିଲାରେ ବେଆଇନ ଗୋ ଚାଲାଣ କମିବାର ନା ଧରୁନି। ଶୁକ୍ରବାର ବିଳମ୍ବିତ ରାତିରେ…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri