Posted inଜାତୀୟ

କୋଭିଡ୍‌ ଯୁଦ୍ଧରେ ହାରିଗଲେ ୨୬/୧୧ ହିରୋ

ନୂଆଦିଲ୍ଲୀ,୧୯।୫: ଜାତୀୟ ସୁରକ୍ଷା ଗାର୍ଡ (ଏନ୍‌ଏସ୍‌ଜି)ର ପୂର୍ବତନ ମୁଖ୍ୟ ଜେକେ ଦତ୍ତଙ୍କ ମୃତ୍ୟୁର କାରଣ ସାଜିଛି ମହାମାରୀ। ୨୬/୧୧ ମୁମ୍ବାଇ ଆକ୍ରମଣରେ ଆତଙ୍କବାଦୀଙ୍କ ନିପାତ ପାଇଁ ‘ଅପରେଶନ୍ସ ବ୍ଲାକ ଟାର୍ନାଡୋ’ର ସେ ନେଇଥିଲେ ନେତୃତ୍ୱ। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା।

କୋଭିଡ୍‌ରେ ଆକ୍ରାନ୍ତ ହେବା ପରେ ସେ ଗୁରଗାଓଁ ସ୍ଥିତ ଏକ ବେସରକାରୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ବୁଧବାର ଅପରାହ୍ନ ୩ଟା ୩୦ରେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ କୁହାଯାଇଛି। ୧୯୭୧ ବ୍ୟାଚ୍‌ ପଶ୍ଚିମବଙ୍ଗ କ୍ୟାଡର ଆଇପିଏସ୍‌ ଅଫିସର ଜେକେ ଦତ୍ତ ୨୦୦୬ରୁ ୨୦୦୯ ପର୍ଯ୍ୟନ୍ତ ଏନ୍‌ଏସ୍‌ଜି ମୁଖ୍ୟ ଦାୟିତ୍ୱରେ ଥିଲେ। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ)ର ମୁଖ୍ୟ ଦାୟିତ୍ୱ ମଧ୍ୟ ସମ୍ଭାଳିଥିଲେ।

୨୦୦୮ ନଭେମ୍ବର ୨୬ ତାରିଖରେ ଲଶକର-ଇ-ତୋଇବାର ୧୦ ଆତଙ୍କବାଦୀ ସମୂଦ୍ର ପଥ ଦେଇ ପଶିଥିଲେ ମୁମ୍ବାଇରେ। ମହାରାଷ୍ଟ୍ରର ରାଜଧାନୀର ବିଭିନ୍ନ ସ୍ଥାନରେ ଆକ୍ରମଣ କରିଥିଲେ। ନଭେମ୍ବର ୨୮ ତାରିଖ ସୁଦ୍ଧା ପ୍ରସିଦ୍ଧ ତାଜ ହୋଟେଲ ଛଡ଼ା ସମସ୍ତ ସ୍ଥାନକୁ ସୁରକ୍ଷିତ କରି ଦିଆଯାଇଥିଲା। ଏହାର ପରଦିନ ଏନ୍‌ଏସ୍‌ଜି କମାଣ୍ଡୋମାନେ ହୋଟେଲରେ ଥିବା ଆତଙ୍କବାଦୀଙ୍କୁ ନିପାତକରିଥିଲେ। ଏହି ଆକ୍ରମଣରେ ୧୬୬ ଜଣଙ୍କ ଜୀବନ ଯାଇଥିଲା। ଜୀବନ୍ତ ଧରା ପଡ଼ିଥିବା ଏକମାତ୍ର ଆତଙ୍କବାଦୀ ଅଜମଲ କଶାବଙ୍କୁ ୨୦୧୨ରେ ଦିଆଯାଇଥିଲା ମୃତ୍ୟୁ ଦଣ୍ଡ।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri