୩ଜଣଙ୍କୁ ‘ଜେକେଏମ୍‌ ଓଡ଼ିଶୀ ସମ୍ମାନ’

ଭୁବନେଶ୍ୱର,୧୧।୬:(ବ୍ୟୁରୋ): ଜ୍ୟୋତିକଳା ମନ୍ଦିର ଏବଂ କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ(କାପୋକ) ପକ୍ଷରୁ ଶନିବାର ଭଞ୍ଜକଳା ମଣ୍ଡପରେ ‘ଜେକେଏମ୍‌ ଓଡ଼ିଶୀ ସମ୍ମାନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ବାର୍ଷିକ ଉତ୍ସବ ଅବସରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନୃତ୍ୟଶିଳ୍ପୀ ଅରୁଣା ମହାନ୍ତି, ସଙ୍ଗୀତଗୁରୁ ଅଖିଳ କୁମାର ଲେଙ୍କା ଓ ମର୍ଦ୍ଦଳ ବାଦକ ଗୁରୁ ବିଜୟ କମାର ବାରିକଙ୍କୁ ‘ଜେକେଏମ୍‌ ଓଡ଼ିଶୀ ସମ୍ମାନ’ରେ ସମ୍ମାନିତ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଅଶୋକ ତ୍ରିପାଠୀ, ସମ୍ମାନିତ ଅତିଥି ଭାବେ କାପୋକ ଅଧ୍ୟକ୍ଷ ସଂଗ୍ରାମ କେଶରୀ ପାଇକରାୟ, ୟୁଏସ୍‌ଏମ୍‌ଭିର ପ୍ରମୁଖ ବିଜୟ କୁମାର ଜେନା ଓ ସଙ୍ଗୀତ ଗୁରୁ ରାମହରି ଦାସ ଯୋଗଦେଇଥିଲେ। ଓଡ଼ିଶୀ ନୃତ୍ୟ ଏବଂ ଓଡ଼ିଶା ସଂସ୍କୃତିକୁ ଭଲ ପାଉଥିବା ବ୍ୟକ୍ତିତ୍ୱଙ୍କ ବିଷୟରେ ଅତିଥିମାନେ ଆଲୋଚନା କରିଥିଲେ। ଡ. ଶ୍ରୀନିବାସ ଘଟୁଆରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ବିଶିଷ୍ଟ ନୃତ୍ୟଶିଳ୍ପୀଙ୍କ ଦ୍ୱାରା ପ୍ରଦର୍ଶିତ ଭୈରବୀ ପଲ୍ଲବୀ, ହରଚଣ୍ଡି, ମଣି ବିମାନେ ଗୋବିନ୍ଦ, ବାଗେଶ୍ରୀ ପଲ୍ଲବୀ ବେଶ୍‌ ଚିତ୍ତାକର୍ଷକ ହୋଇଥିଲା। ଜ୍ୟୋତିକଳା ମନ୍ଦିରର ନୃତ୍ୟଶିଳ୍ପୀ ଆଦ୍ୟାନ୍ସିଙ୍କ ନୃତ୍ୟ ମନଲୋଭା ହୋଇଥିବା ବେଳେ କୁନିକୁନି ନୃତ୍ୟଶିଳ୍ପୀଙ୍କ ଦ୍ୱାରା ପରିବେଷିତ ଜବାକୁସୁମ, ନୀଳାଚଳ ନିବାସମୟ, ଜନନୀ ଜନ୍ମଭୂମି ମନୋରମ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri