୩ଜଣଙ୍କୁ ‘ଜେକେଏମ୍‌ ଓଡ଼ିଶୀ ସମ୍ମାନ’

ଭୁବନେଶ୍ୱର,୧୧।୬:(ବ୍ୟୁରୋ): ଜ୍ୟୋତିକଳା ମନ୍ଦିର ଏବଂ କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ(କାପୋକ) ପକ୍ଷରୁ ଶନିବାର ଭଞ୍ଜକଳା ମଣ୍ଡପରେ ‘ଜେକେଏମ୍‌ ଓଡ଼ିଶୀ ସମ୍ମାନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ବାର୍ଷିକ ଉତ୍ସବ ଅବସରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନୃତ୍ୟଶିଳ୍ପୀ ଅରୁଣା ମହାନ୍ତି, ସଙ୍ଗୀତଗୁରୁ ଅଖିଳ କୁମାର ଲେଙ୍କା ଓ ମର୍ଦ୍ଦଳ ବାଦକ ଗୁରୁ ବିଜୟ କମାର ବାରିକଙ୍କୁ ‘ଜେକେଏମ୍‌ ଓଡ଼ିଶୀ ସମ୍ମାନ’ରେ ସମ୍ମାନିତ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଅଶୋକ ତ୍ରିପାଠୀ, ସମ୍ମାନିତ ଅତିଥି ଭାବେ କାପୋକ ଅଧ୍ୟକ୍ଷ ସଂଗ୍ରାମ କେଶରୀ ପାଇକରାୟ, ୟୁଏସ୍‌ଏମ୍‌ଭିର ପ୍ରମୁଖ ବିଜୟ କୁମାର ଜେନା ଓ ସଙ୍ଗୀତ ଗୁରୁ ରାମହରି ଦାସ ଯୋଗଦେଇଥିଲେ। ଓଡ଼ିଶୀ ନୃତ୍ୟ ଏବଂ ଓଡ଼ିଶା ସଂସ୍କୃତିକୁ ଭଲ ପାଉଥିବା ବ୍ୟକ୍ତିତ୍ୱଙ୍କ ବିଷୟରେ ଅତିଥିମାନେ ଆଲୋଚନା କରିଥିଲେ। ଡ. ଶ୍ରୀନିବାସ ଘଟୁଆରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ବିଶିଷ୍ଟ ନୃତ୍ୟଶିଳ୍ପୀଙ୍କ ଦ୍ୱାରା ପ୍ରଦର୍ଶିତ ଭୈରବୀ ପଲ୍ଲବୀ, ହରଚଣ୍ଡି, ମଣି ବିମାନେ ଗୋବିନ୍ଦ, ବାଗେଶ୍ରୀ ପଲ୍ଲବୀ ବେଶ୍‌ ଚିତ୍ତାକର୍ଷକ ହୋଇଥିଲା। ଜ୍ୟୋତିକଳା ମନ୍ଦିରର ନୃତ୍ୟଶିଳ୍ପୀ ଆଦ୍ୟାନ୍ସିଙ୍କ ନୃତ୍ୟ ମନଲୋଭା ହୋଇଥିବା ବେଳେ କୁନିକୁନି ନୃତ୍ୟଶିଳ୍ପୀଙ୍କ ଦ୍ୱାରା ପରିବେଷିତ ଜବାକୁସୁମ, ନୀଳାଚଳ ନିବାସମୟ, ଜନନୀ ଜନ୍ମଭୂମି ମନୋରମ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri