ଜଗନ୍ନାଥପ୍ରସାଦରେ ଖୋଲିବ ଜେଏମ୍‌ଏଫ୍‌ସି କୋର୍ଟ

ଭଞ୍ଜନଗର,୨୩ା୮(ଡି.ଏନ୍‌.ଏ.) ଜଗନ୍ନାଥପ୍ରସାଦରେ ଜେଏମ୍‌ଏଫସି କୋର୍ଟ ଆସନ୍ତା ୩୧ ତାରିଖରେ ଉଦ୍‌ଘାଟିତ ହେବ। ନିଜସ୍ବ କୋଠା ନିର୍ମାଣ ହୋଇ ନ ଥିବା ଯୋଗୁ ରାଜସ୍ବ ବିଭାଗ ଡାକ ବଙ୍ଗଳାରେ ଏହା ଅସ୍ଥାୟୀ ଭାବେ ଚାଲିବ। ସେହିଦିନ ସେଠାରେ କୋର୍ଟର ସ୍ଥାୟୀ କୋଠା ପାଇଁ ଶିଳାନ୍ୟାସ ହେବ। ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧରନ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଉକ୍ତଦିନ ଭଞ୍ଜନଗର କୋର୍ଟର ନୂତନ କୋଠା ଲାଗି ବାଗଦେବୀ ରୋଡରେ ଶିଳାନ୍ୟାସ ହେବ। ସେଥିରେ ମଧ୍ୟ ମୁଖ୍ୟ ବିଚାରପତି ମୁଖ୍ୟ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଏଥିସହ ହାଇକୋର୍ଟର ଗଞ୍ଜାମ ଜିଲା ପ୍ରୋଟୋକଲ ବିଚାରପତି ଡ. ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ଅତିଥି ଭାବେ ଯୋଗ ଦେବେ। କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରଶାସନ ଏବଂ ଭଞ୍ଜନଗର ବାର ଆସୋସିଏଶନ କର୍ମକର୍ତ୍ତା ଚେଷ୍ଟା ଚଳାଇଛନ୍ତି। ମଙ୍ଗଳବାର ଗଞ୍ଜାମ ଜିଲାଜଜ୍‌ ଆନନ୍ଦ ଚନ୍ଦ୍ର ବେହେରା, ଜିଲା କୋର୍ଟ ରେଜିଷ୍ଟ୍ରାର ସୁଶାନ୍ତ କୁମାର ମିଶ୍ର ଭଞ୍ଜନଗର ଗସ୍ତରେ ଆସି ଶିଳାନ୍ୟାସ ହେବାକୁ ଥିବା ଅଞ୍ଚଳ ବୁଲି ଦେଖିଥିଲେ। ଏହି ସମୟରେ ଭଞ୍ଜନଗର କୋର୍ଟର ସବଜଜ୍‌ ସୋମଲୀନା ମିଶ୍ର, ଏସ୍‌ଡିଜେଏମ ଅମିତ୍‌ କୁମାର, ଜେଏମ୍‌ଏଫ୍‌ସି ପ୍ରଜ୍ଞା ରାଉତ, ବାର ଆସୋସିଏଶନ କର୍ମକର୍ତ୍ତା ଏବଂ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଜିଲାଜଜ୍‌ ଆଲୋଚନା କରିଥିଲେ। ସେହିଭଳି ସୋମବାର ଭଞ୍ଜନଗର ବାର ଆସୋସିଏଶନ କାର୍ଯ୍ୟାଳୟରେ ଏକ ବୈଠକ ହୋଇଥିଲା। ଏଥିରେ ସଭାପତି ସନ୍ତୋଷ ନାୟକ ଅଧ୍ୟକ୍ଷତା କରିଥିଲେ। ସରକାରୀ ଓକିଲ ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଦିବାକର ନାୟକ, ସମ୍ପାଦକ ଅମରେଶ ମହାପାତ୍ର, ଉପସଭାପତି ଧୀରେନ ସ୍ବାଇଁ, ସହ ସମ୍ପାଦକ ଚନ୍ଦ୍ରମଣି ମହାପାତ୍ର , କୋଷାଧ୍ୟକ୍ଷ ଗିରିଜା ଶଙ୍କର ଭୂୟାଁ, ଆଇନଜୀବୀ ଦଣ୍ଡପାଣି ସ୍ବାଇଁ, ବଟକୃଷ୍ଣ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri