ଜଗନ୍ନାଥପ୍ରସାଦରେ ଖୋଲିବ ଜେଏମ୍‌ଏଫ୍‌ସି କୋର୍ଟ

ଭଞ୍ଜନଗର,୨୩ା୮(ଡି.ଏନ୍‌.ଏ.) ଜଗନ୍ନାଥପ୍ରସାଦରେ ଜେଏମ୍‌ଏଫସି କୋର୍ଟ ଆସନ୍ତା ୩୧ ତାରିଖରେ ଉଦ୍‌ଘାଟିତ ହେବ। ନିଜସ୍ବ କୋଠା ନିର୍ମାଣ ହୋଇ ନ ଥିବା ଯୋଗୁ ରାଜସ୍ବ ବିଭାଗ ଡାକ ବଙ୍ଗଳାରେ ଏହା ଅସ୍ଥାୟୀ ଭାବେ ଚାଲିବ। ସେହିଦିନ ସେଠାରେ କୋର୍ଟର ସ୍ଥାୟୀ କୋଠା ପାଇଁ ଶିଳାନ୍ୟାସ ହେବ। ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧରନ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଉକ୍ତଦିନ ଭଞ୍ଜନଗର କୋର୍ଟର ନୂତନ କୋଠା ଲାଗି ବାଗଦେବୀ ରୋଡରେ ଶିଳାନ୍ୟାସ ହେବ। ସେଥିରେ ମଧ୍ୟ ମୁଖ୍ୟ ବିଚାରପତି ମୁଖ୍ୟ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଏଥିସହ ହାଇକୋର୍ଟର ଗଞ୍ଜାମ ଜିଲା ପ୍ରୋଟୋକଲ ବିଚାରପତି ଡ. ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ଅତିଥି ଭାବେ ଯୋଗ ଦେବେ। କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରଶାସନ ଏବଂ ଭଞ୍ଜନଗର ବାର ଆସୋସିଏଶନ କର୍ମକର୍ତ୍ତା ଚେଷ୍ଟା ଚଳାଇଛନ୍ତି। ମଙ୍ଗଳବାର ଗଞ୍ଜାମ ଜିଲାଜଜ୍‌ ଆନନ୍ଦ ଚନ୍ଦ୍ର ବେହେରା, ଜିଲା କୋର୍ଟ ରେଜିଷ୍ଟ୍ରାର ସୁଶାନ୍ତ କୁମାର ମିଶ୍ର ଭଞ୍ଜନଗର ଗସ୍ତରେ ଆସି ଶିଳାନ୍ୟାସ ହେବାକୁ ଥିବା ଅଞ୍ଚଳ ବୁଲି ଦେଖିଥିଲେ। ଏହି ସମୟରେ ଭଞ୍ଜନଗର କୋର୍ଟର ସବଜଜ୍‌ ସୋମଲୀନା ମିଶ୍ର, ଏସ୍‌ଡିଜେଏମ ଅମିତ୍‌ କୁମାର, ଜେଏମ୍‌ଏଫ୍‌ସି ପ୍ରଜ୍ଞା ରାଉତ, ବାର ଆସୋସିଏଶନ କର୍ମକର୍ତ୍ତା ଏବଂ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଜିଲାଜଜ୍‌ ଆଲୋଚନା କରିଥିଲେ। ସେହିଭଳି ସୋମବାର ଭଞ୍ଜନଗର ବାର ଆସୋସିଏଶନ କାର୍ଯ୍ୟାଳୟରେ ଏକ ବୈଠକ ହୋଇଥିଲା। ଏଥିରେ ସଭାପତି ସନ୍ତୋଷ ନାୟକ ଅଧ୍ୟକ୍ଷତା କରିଥିଲେ। ସରକାରୀ ଓକିଲ ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଦିବାକର ନାୟକ, ସମ୍ପାଦକ ଅମରେଶ ମହାପାତ୍ର, ଉପସଭାପତି ଧୀରେନ ସ୍ବାଇଁ, ସହ ସମ୍ପାଦକ ଚନ୍ଦ୍ରମଣି ମହାପାତ୍ର , କୋଷାଧ୍ୟକ୍ଷ ଗିରିଜା ଶଙ୍କର ଭୂୟାଁ, ଆଇନଜୀବୀ ଦଣ୍ଡପାଣି ସ୍ବାଇଁ, ବଟକୃଷ୍ଣ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri