ଜଗନ୍ନାଥପ୍ରସାଦରେ ଖୋଲିବ ଜେଏମ୍‌ଏଫ୍‌ସି କୋର୍ଟ

ଭଞ୍ଜନଗର,୨୩ା୮(ଡି.ଏନ୍‌.ଏ.) ଜଗନ୍ନାଥପ୍ରସାଦରେ ଜେଏମ୍‌ଏଫସି କୋର୍ଟ ଆସନ୍ତା ୩୧ ତାରିଖରେ ଉଦ୍‌ଘାଟିତ ହେବ। ନିଜସ୍ବ କୋଠା ନିର୍ମାଣ ହୋଇ ନ ଥିବା ଯୋଗୁ ରାଜସ୍ବ ବିଭାଗ ଡାକ ବଙ୍ଗଳାରେ ଏହା ଅସ୍ଥାୟୀ ଭାବେ ଚାଲିବ। ସେହିଦିନ ସେଠାରେ କୋର୍ଟର ସ୍ଥାୟୀ କୋଠା ପାଇଁ ଶିଳାନ୍ୟାସ ହେବ। ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧରନ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଉକ୍ତଦିନ ଭଞ୍ଜନଗର କୋର୍ଟର ନୂତନ କୋଠା ଲାଗି ବାଗଦେବୀ ରୋଡରେ ଶିଳାନ୍ୟାସ ହେବ। ସେଥିରେ ମଧ୍ୟ ମୁଖ୍ୟ ବିଚାରପତି ମୁଖ୍ୟ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଏଥିସହ ହାଇକୋର୍ଟର ଗଞ୍ଜାମ ଜିଲା ପ୍ରୋଟୋକଲ ବିଚାରପତି ଡ. ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ଅତିଥି ଭାବେ ଯୋଗ ଦେବେ। କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରଶାସନ ଏବଂ ଭଞ୍ଜନଗର ବାର ଆସୋସିଏଶନ କର୍ମକର୍ତ୍ତା ଚେଷ୍ଟା ଚଳାଇଛନ୍ତି। ମଙ୍ଗଳବାର ଗଞ୍ଜାମ ଜିଲାଜଜ୍‌ ଆନନ୍ଦ ଚନ୍ଦ୍ର ବେହେରା, ଜିଲା କୋର୍ଟ ରେଜିଷ୍ଟ୍ରାର ସୁଶାନ୍ତ କୁମାର ମିଶ୍ର ଭଞ୍ଜନଗର ଗସ୍ତରେ ଆସି ଶିଳାନ୍ୟାସ ହେବାକୁ ଥିବା ଅଞ୍ଚଳ ବୁଲି ଦେଖିଥିଲେ। ଏହି ସମୟରେ ଭଞ୍ଜନଗର କୋର୍ଟର ସବଜଜ୍‌ ସୋମଲୀନା ମିଶ୍ର, ଏସ୍‌ଡିଜେଏମ ଅମିତ୍‌ କୁମାର, ଜେଏମ୍‌ଏଫ୍‌ସି ପ୍ରଜ୍ଞା ରାଉତ, ବାର ଆସୋସିଏଶନ କର୍ମକର୍ତ୍ତା ଏବଂ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଜିଲାଜଜ୍‌ ଆଲୋଚନା କରିଥିଲେ। ସେହିଭଳି ସୋମବାର ଭଞ୍ଜନଗର ବାର ଆସୋସିଏଶନ କାର୍ଯ୍ୟାଳୟରେ ଏକ ବୈଠକ ହୋଇଥିଲା। ଏଥିରେ ସଭାପତି ସନ୍ତୋଷ ନାୟକ ଅଧ୍ୟକ୍ଷତା କରିଥିଲେ। ସରକାରୀ ଓକିଲ ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଦିବାକର ନାୟକ, ସମ୍ପାଦକ ଅମରେଶ ମହାପାତ୍ର, ଉପସଭାପତି ଧୀରେନ ସ୍ବାଇଁ, ସହ ସମ୍ପାଦକ ଚନ୍ଦ୍ରମଣି ମହାପାତ୍ର , କୋଷାଧ୍ୟକ୍ଷ ଗିରିଜା ଶଙ୍କର ଭୂୟାଁ, ଆଇନଜୀବୀ ଦଣ୍ଡପାଣି ସ୍ବାଇଁ, ବଟକୃଷ୍ଣ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାରାଣ୍ଟାଇନ୍‌ରେ ୯୬୫ ପ୍ରବାସୀ

ବନ୍ତ,୧୯।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ସୋମବାର ସୁଦ୍ଧା ୯୬୫ ଜଣ ପ୍ରବାସୀ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି। ବିଭିନ୍ନ ରାଜ୍ୟରୁ ଘରକୁ ଫେରିବା ପାଇଁ ପ୍ରାୟ ୮୪୪୧...

ଟ୍ରେନ୍‌ ଆଗକୁ ଡେଇଁ ଛାତ୍ରୀ ଆତ୍ମହତ୍ୟା ଘଟଣା: ନିରପେକ୍ଷ ତଦନ୍ତ ଦାବି

ଭଦ୍ରକ ଅଫିସ, ୭।୨-ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ଜଣେ କଲେଜ ଛାତ୍ରୀ ୧୯ ଦିନ ତଳେ ଭଦ୍ରକ ଷ୍ଟେଶନରେ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ।...

ସମସିଆ ଘେରରେ ମନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଲୟ:ବିପଦ୍‌ ଅବସ୍‌ତାରେ ୩ ପଢ଼ାକୁଠି, ବାରନ୍‌ଡ଼ାରେ ଛାତ୍ରୀଛାତ୍ର

  ମନମୁଣ୍ଡା, ୨୭।୭ (ଡି.ଏନ୍‌.ଏ) ବୌଦ୍ଧ ଜିଲା ମନମୁଣ୍ଡା ସରକାରୀ ଉଚ୍ଚ ପ୍ରାଧମିକ ବିଦ୍ୟାଲୟ ଏହେଦେ ୧୩୮ ବଛର୍‌ରେ ପୁହୁଁଚିଛେ। ଦିନ୍‌ ଥିଲା ଇ ସ୍କୁଲର...

୭ ଦଫା ଦାବିରେ ଏଆର୍‌ସିଏସ୍‌ ଅଫିସ ସମ୍ମୁଖରେ ଧାରଣା

ଜଗତ୍‌ସିଂହପୁର ଅଫିସ,୨୧।୫: କଟରାସ୍ଥିତ ସନ୍ଥ ବିନୋବା ସେବା ସମବାୟ ଲିମିଟେଡ୍‌ର ଆକାଉଣ୍ଟ ହୋଲ୍‌ଡରମାନେ ୭ ଦଫା ଦାବିରେ ସ୍ଥାନୀୟ ଏଆର୍‌ସିଏସ୍‌ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି।...

କେନାଲରେ ପଡ଼ି ଚାଷୀଙ୍କ ମୃତ୍ୟୁ

ଭଦ୍ରକ ଅଫିସ,୯।୮: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଚରମ୍ପା ସାଳନ୍ଦୀ କେନାଲରେ ପଡ଼ି ଶୁକ୍ରବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ଜଣଙ୍କ ହେଲେ...

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ଜୀବନ ଗଲା

ଫୁଲବାଣୀ ଅଫିସ,୯।୬: କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକର ସାରଙ୍ଗଗଡ଼ ଥାନା ଅନ୍ତର୍ଗତ ପଟାଙ୍ଗି ପଞ୍ଚାୟତର ପଦାସାହିରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି।...

ପାଟଣା ଥାନାରେ ନୂତନ ଥାନାଧିକାରୀଙ୍କ ଯୋଗଦାନ

ପାଟଣା,୧୦।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନାରେ ସୋମବାର ନୂତନ ଥାନାଧିକାରୀ ରାଜେନ୍ଦ୍ର ପ୍ରସାଦ ସ୍ବାଇଁ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବର ସ୍ବାଇଁ ବାମୋବାରୀ ଥାନା...

ସିଲଭର୍‌ ସିଟିରେ ଇ-ଟଏଲେଟ ବ୍ୟବସ୍ଥା; ଟଙ୍କାଏ ଦେଲେ ଖୋଲିବ କବାଟ

କଟକ ଅଫିସ, ୨୭।୧୦: ସିଲଭର୍‌ ସିଟିରେ ଆରମ୍ଭ ହେଲା ଇ-ଟଏଲେଟ ବ୍ୟବସ୍ଥା। ବୁଧବାର ମଧୁପାଟଣା ଏବଂ ଓଏମ୍‌ପି ଛକରେ ଏହି ବ୍ୟବସ୍ଥା ଆରମ୍ଭ ହୋଇଛି। ମାତ୍ର...

Advertisement
Archives

Model This Week