ଜଗନ୍ନାଥପ୍ରସାଦରେ ଖୋଲିବ ଜେଏମ୍‌ଏଫ୍‌ସି କୋର୍ଟ

ଭଞ୍ଜନଗର,୨୪।୮(ଡି.ଏନ୍‌.ଏ.): ଜଗନ୍ନାଥପ୍ରସାଦରେ ଜେଏମ୍‌ଏଫସି କୋର୍ଟ ଆସନ୍ତା ୩୧ ତାରିଖରେ ଉଦ୍‌ଘାଟିତ ହେବ। ନିଜସ୍ବ କୋଠା ନିର୍ମାଣ ହୋଇ ନ ଥିବା ଯୋଗୁ ରାଜସ୍ବ ବିଭାଗ ଡାକ ବଙ୍ଗଳାରେ ଏହା ଅସ୍ଥାୟୀ ଭାବେ ଚାଲିବ। ସେହିଦିନ ସେଠାରେ କୋର୍ଟର ସ୍ଥାୟୀ କୋଠା ପାଇଁ ଶିଳାନ୍ୟାସ ହେବ। ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧରନ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଉକ୍ତଦିନ ଭଞ୍ଜନଗର କୋର୍ଟର ନୂତନ କୋଠା ଲାଗି ବାଗଦେବୀ ରୋଡରେ ଶିଳାନ୍ୟାସ ହେବ। ସେଥିରେ ମଧ୍ୟ ମୁଖ୍ୟ ବିଚାରପତି ମୁଖ୍ୟ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଏଥିସହ ହାଇକୋର୍ଟର ଗଞ୍ଜାମ ଜିଲା ପ୍ରୋଟୋକଲ ବିଚାରପତି ଡ. ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ଅତିଥି ଭାବେ ଯୋଗ ଦେବେ। କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରଶାସନ ଏବଂ ଭଞ୍ଜନଗର ବାର ଆସୋସିଏଶନ କର୍ମକର୍ତ୍ତା ଚେଷ୍ଟା ଚଳାଇଛନ୍ତି। ମଙ୍ଗଳବାର ଗଞ୍ଜାମ ଜିଲାଜଜ୍‌ ଆନନ୍ଦ ଚନ୍ଦ୍ର ବେହେରା, ଜିଲା କୋର୍ଟ ରେଜିଷ୍ଟ୍ରାର ସୁଶାନ୍ତ କୁମାର ମିଶ୍ର ଭଞ୍ଜନଗର ଗସ୍ତରେ ଆସି ଶିଳାନ୍ୟାସ ହେବାକୁ ଥିବା ଅଞ୍ଚଳ ବୁଲି ଦେଖିଥିଲେ। ଏହି ସମୟରେ ଭଞ୍ଜନଗର କୋର୍ଟର ସବଜଜ୍‌ ସୋମଲୀନା ମିଶ୍ର, ଏସ୍‌ଡିଜେଏମ ଅମିତ୍‌ କୁମାର, ଜେଏମ୍‌ଏଫ୍‌ସି ପ୍ରଜ୍ଞା ରାଉତ, ବାର ଆସୋସିଏଶନ କର୍ମକର୍ତ୍ତା ଏବଂ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଜିଲାଜଜ୍‌ ଆଲୋଚନା କରିଥିଲେ। ସେହିଭଳି ସୋମବାର ଭଞ୍ଜନଗର ବାର ଆସୋସିଏଶନ କାର୍ଯ୍ୟାଳୟରେ ଏକ ବୈଠକ ହୋଇଥିଲା। ଏଥିରେ ସଭାପତି ସନ୍ତୋଷ ନାୟକ ଅଧ୍ୟକ୍ଷତା କରିଥିଲେ। ସରକାରୀ ଓକିଲ ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଦିବାକର ନାୟକ, ସମ୍ପାଦକ ଅମରେଶ ମହାପାତ୍ର, ଉପସଭାପତି ଧୀରେନ ସ୍ବାଇଁ, ସହ ସମ୍ପାଦକ ଚନ୍ଦ୍ରମଣି ମହାପାତ୍ର , କୋଷାଧ୍ୟକ୍ଷ ଗିରିଜା ଶଙ୍କର ଭୂୟାଁ, ଆଇନଜୀବୀ ଦଣ୍ଡପାଣି ସ୍ବାଇଁ, ବଟକୃଷ୍ଣ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri