ଜଗନ୍ନାଥପ୍ରସାଦରେ ଖୋଲିବ ଜେଏମ୍‌ଏଫ୍‌ସି କୋର୍ଟ

ଭଞ୍ଜନଗର,୨୪।୮(ଡି.ଏନ୍‌.ଏ.): ଜଗନ୍ନାଥପ୍ରସାଦରେ ଜେଏମ୍‌ଏଫସି କୋର୍ଟ ଆସନ୍ତା ୩୧ ତାରିଖରେ ଉଦ୍‌ଘାଟିତ ହେବ। ନିଜସ୍ବ କୋଠା ନିର୍ମାଣ ହୋଇ ନ ଥିବା ଯୋଗୁ ରାଜସ୍ବ ବିଭାଗ ଡାକ ବଙ୍ଗଳାରେ ଏହା ଅସ୍ଥାୟୀ ଭାବେ ଚାଲିବ। ସେହିଦିନ ସେଠାରେ କୋର୍ଟର ସ୍ଥାୟୀ କୋଠା ପାଇଁ ଶିଳାନ୍ୟାସ ହେବ। ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧରନ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଉକ୍ତଦିନ ଭଞ୍ଜନଗର କୋର୍ଟର ନୂତନ କୋଠା ଲାଗି ବାଗଦେବୀ ରୋଡରେ ଶିଳାନ୍ୟାସ ହେବ। ସେଥିରେ ମଧ୍ୟ ମୁଖ୍ୟ ବିଚାରପତି ମୁଖ୍ୟ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଏଥିସହ ହାଇକୋର୍ଟର ଗଞ୍ଜାମ ଜିଲା ପ୍ରୋଟୋକଲ ବିଚାରପତି ଡ. ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ଅତିଥି ଭାବେ ଯୋଗ ଦେବେ। କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରଶାସନ ଏବଂ ଭଞ୍ଜନଗର ବାର ଆସୋସିଏଶନ କର୍ମକର୍ତ୍ତା ଚେଷ୍ଟା ଚଳାଇଛନ୍ତି। ମଙ୍ଗଳବାର ଗଞ୍ଜାମ ଜିଲାଜଜ୍‌ ଆନନ୍ଦ ଚନ୍ଦ୍ର ବେହେରା, ଜିଲା କୋର୍ଟ ରେଜିଷ୍ଟ୍ରାର ସୁଶାନ୍ତ କୁମାର ମିଶ୍ର ଭଞ୍ଜନଗର ଗସ୍ତରେ ଆସି ଶିଳାନ୍ୟାସ ହେବାକୁ ଥିବା ଅଞ୍ଚଳ ବୁଲି ଦେଖିଥିଲେ। ଏହି ସମୟରେ ଭଞ୍ଜନଗର କୋର୍ଟର ସବଜଜ୍‌ ସୋମଲୀନା ମିଶ୍ର, ଏସ୍‌ଡିଜେଏମ ଅମିତ୍‌ କୁମାର, ଜେଏମ୍‌ଏଫ୍‌ସି ପ୍ରଜ୍ଞା ରାଉତ, ବାର ଆସୋସିଏଶନ କର୍ମକର୍ତ୍ତା ଏବଂ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଜିଲାଜଜ୍‌ ଆଲୋଚନା କରିଥିଲେ। ସେହିଭଳି ସୋମବାର ଭଞ୍ଜନଗର ବାର ଆସୋସିଏଶନ କାର୍ଯ୍ୟାଳୟରେ ଏକ ବୈଠକ ହୋଇଥିଲା। ଏଥିରେ ସଭାପତି ସନ୍ତୋଷ ନାୟକ ଅଧ୍ୟକ୍ଷତା କରିଥିଲେ। ସରକାରୀ ଓକିଲ ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଦିବାକର ନାୟକ, ସମ୍ପାଦକ ଅମରେଶ ମହାପାତ୍ର, ଉପସଭାପତି ଧୀରେନ ସ୍ବାଇଁ, ସହ ସମ୍ପାଦକ ଚନ୍ଦ୍ରମଣି ମହାପାତ୍ର , କୋଷାଧ୍ୟକ୍ଷ ଗିରିଜା ଶଙ୍କର ଭୂୟାଁ, ଆଇନଜୀବୀ ଦଣ୍ଡପାଣି ସ୍ବାଇଁ, ବଟକୃଷ୍ଣ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri