କାଣିମହୁଲି, ଚିତ୍ରଡ଼ାରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଶକ୍ତି ପ୍ରଦର୍ଶନ

ମୋରଡ଼ା,୨୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା ଦଳ ନିଜର ଶକ୍ତି ପ୍ରଦର୍ଶନ କରିଛି। ଏହି ପରିପ୍ରେକ୍ଷୀରେ ଆଜି ଉକ୍ତ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଶୁଳିଆପଦା ବ୍ଲକର କାଣିମହୁଲି ପଞ୍ଚାୟତ ଓ ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ପକ୍ଷରୁ ନିର୍ବାଚନୀ ପ୍ରଚାର କରାଯାଇଥିଲା।

ଶୁଳିଆପଦା ବ୍ଲକ ଅଧୀନ କାଣିମହୁଲି ପଞ୍ଚାୟତ ପଡ଼ିଆରେ ଆଜି ଅପରାହ୍ନ ୧ଟାବେଳେ ଜେଏମ୍‌ଏମ୍‌ର ମୋରଡ଼ା ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ଦାସଙ୍କ ନେତୃତ୍ୱରେ ବିଶାଳ ନିର୍ବାଚନୀ ପ୍ରଚାର ସଭା ଅନୁଷ୍ଠିତ ହୋଇଥିଲା। ଉକ୍ତ ସଭାରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ, ମୟୂରଭଞ୍ଜ ଏମ୍‌ପି ପ୍ରାର୍ଥୀ ଅଞ୍ଜଳି ସୋରେନ,କୃଷ୍ଣଚନ୍ଦ୍ର ଦାସ ପ୍ରମୁଖ ମଞ୍ଚାସୀନ ଥିଲେ। ଆଗାମୀ ନିର୍ବାଚନରେ ଧନୁତୀର ଚି଼ହ୍ନରେ ଭୋଟ୍‌ ଦେଇ ମୋରଡ଼ା ମାଟିର ପୁଅ କୃଷ୍ଣଚନ୍ଦ୍ର ଦାସଙ୍କୁ ଜୟଯୁକ୍ତ କରାଇବାକୁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ ଚମ୍ପାଇ ସୋରେନ ଓ ଅଞ୍ଜଳି ସୋରେନ। ପ୍ରବଳ ଟାଣଖରା ସତ୍ତ୍ୱେ ଉକ୍ତ ସଭାରେ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri