ଜେଏନ୍‌.୧ ଆତଙ୍କ: ମାସ୍କ ପିନ୍ଧିବାକୁ ପରାମର୍ଶ

ଭୁବନେଶ୍ୱର, ୨୪।୧୨(ଅସମାପିକା ସାହୁ)କରୋନା ପରଠାରୁ ରାଜ୍ୟରେ ଜ୍ୱର, ଥଣ୍ଡା, କାଶ ଆଦି ସାଧାରଣ ରୋଗ ଧୀରେ ଧୀରେ ଜଟିଳ ହେଉଛି। ବିଭିନ୍ନ ସମୟରେ କରୋନାର ସବ୍‌ଭାରିଆଣ୍ଟ୍‌କୁ ନେଇ ସରକାର ସତର୍କ କରୁଛନ୍ତି। ଏବେ ବିଶ୍ୱରେ କୋଭିଡ୍‌-୧୯ର ନୂଆ ସବ୍‌ଭାରିଆଣ୍ଟ ଜେଏନ୍‌.୧ ଚିନ୍ତା ବଢ଼ାଇଥିବାବେଳେ ୨୦ଦିନ ପରେ ଓଡ଼ିଶାରୁ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୩ ତାରିଖରେ ଶେଷଥର ପାଇଁ ଜଣେ ପଜିଟିଭ୍‌ ବାହାରିଥିଲେ। ଏବେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ଶନିବାର ସ୍ବାସ୍ଥ୍ୟ ବିଭାଗ ସୂଚନା ଦେବା ସହ ମାର୍ଗଦର୍ଶିକା ଜାରି କରିଛି। ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ଘରୁ ବାହାରକୁ ଯାଉଥିଲେ, ମାସ୍କ ପିନ୍ଧିବାକୁ କୁହାଯାଇଛି। ଏପରି କି ଜନଗହଳି ଜାଗାକୁ ନ ଯିବାକୁ ସତର୍କ କରାଯାଇଛି। ତେବେ ରାଜ୍ୟରୁ ଚିହ୍ନଟ କରୋନା ରୋଗୀ ଜଣକ କେଉଁ ଭୂତାଣୁରେ ଆକ୍ରାନ୍ତ ସେ ସମ୍ପର୍କରେ ସୂଚନା ଦିଆଯାଇ ନ ଥିଲେ ମଧ୍ୟ ଏହାକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଲୋକଙ୍କ ମନରୁ କୋଭିଡ୍‌ ଭୟ ଯାଇ ନ ଥିବାବେଳେ ନୂଆ ଭାରିଆଣ୍ଟ ଆସି ଜୀବନ ନେଉଥିବାରୁ ଚିନ୍ତା ବଢ଼ୁଛି। କେରଳରେ କୋଭିଡ୍‌-୧୯ର ନୂଆ ସବ୍‌ ଭାରିଆଣ୍ଟ ଜେଏନ୍‌. ୧ ଚିହ୍ନଟ ହେବାପରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଏହାର ମୁକାବିଲା ପାଇଁ ତତ୍ପର ହୋଇପଡିଛନ୍ତି। କିଛିଦିନ ତଳେ ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଥିଲେ, ଯେଉଁ ନୂଆ ଭାରିଆଣ୍ଟ କଥା କୁହାଯାଉଛି ତାହା ନାଚୁରାଲ। ଏଠାରେ ନୂଆ ଭାରିଆଣ୍ଟ ଚିହ୍ନଟ ହେଲେ ଜିନୋମ ସିକ୍ୟୁଏନ୍ସ ପାଇଁ ପଠାଯିବ। ଆବଶ୍ୟକ ହେଲେ ରାଜ୍ୟ ଗାଇଡ୍‌ଲାଇନ ଜାରି କରିପାରୁ। ଥଣ୍ଡା, ଜ୍ୱର, କାଶ ହେଲେ ନିଜେ ଆସି ଟେଷ୍ଟ କରି ନିଅନ୍ତୁ। ଗହଳି ସ୍ଥାନକୁ ଯାଆନ୍ତୁ ନାହିଁ। ପଜିଟିଭ୍‌ ଚିହ୍ନଟ ହେଲେ ତୁରନ୍ତ ଚିକିତ୍ସା ଆରମ୍ଭ ହେବ। ଆକ୍ରାନ୍ତଙ୍କୁ ଘରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବା ସହ ଆବଶ୍ୟକ ସ୍ଥଳେ ହସ୍ପିଟାଲରେ ଭର୍ତ୍ତି କରାଯିବ। ସର୍ଭିଲାନ୍ସକୁ ଜୋରଦାର କରାଯିବ। ପର୍ଯ୍ୟାପ୍ତ ଟେଷ୍ଟିଂ କିଟ୍‌ ଉପଲବ୍ଧ ରହିଛି। ଲୋକେ ସଚେତନ ଓ ସତର୍କ ରହିବାକୁ ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ଅନ୍ୟପକ୍ଷେ ଦେଶରେ ଦିନକରେ ୭୫୨ ନୂଆ କୋଭିଡ୍‌ ମାମଲା ଚିହ୍ନଟ ହୋଇଛି, ଯାହାକି ମେ’ ୨୧ ପରେ ସର୍ବାଧିକ। ଏହାକୁ ମିଶାଇ ମୋଟ ସକ୍ରିୟ ମାମଲା ୩,୪୨୦କୁ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟରୁ ଜଣାପଡ଼ିଛି। ଦିନକରେ ୪ ଜଣଙ୍କ ମୃତ୍ୟୁ ଫଳରେ ବର୍ତ୍ତମାନ ସୁଦ୍ଧା କୋଭିଡ୍‌ ଜନିତ ମୃତ୍ୟୁସଂଖ୍ୟା ୫,୩୩,୩୩୨ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri