Posted inଜାତୀୟ

ଜେଏନୟୁ କୁଳପତିଙ୍କ ବିବାଦୀୟ ବୟାନ, କୌଣସି ଭଗବାନ ବ୍ରାହ୍ମଣ ନୁହଁନ୍ତି

ନୂଆଦିଲ୍ଲୀ,୨୩ ।୮: ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନୟୁ)ର କୁଳପତି ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ କହିଛନ୍ତି, ମାନବଶାସ୍ତ୍ରୀୟ ରୂପରେ ଦେଖିଲେ ହିନ୍ଦୁ ଦେବତା ଉଚ୍ଚ ଜାତିରୁ ଆସି ନାହାନ୍ତି । ସୋମବାର କେନ୍ଦ୍ରୀୟ ସମାଜିକ ଅଧିକାରିତା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ବିଆର ଆମ୍ବେଦକର ଲେକ୍‌ଚର ସିରିଜରେ କହୁଥିବା ଲେକଚରର ବିଷୟ ଥିଲା ‘Dr BR Ambedkar’s Thought on Gender Justice: Decoding the Uniform Civil Code’.
ଜେଏନୟୁ କୁଳପତି କହିଛନ୍ତି ଯଦି ମାନବ ଶାସ୍ତ୍ରୀୟ ଓ ବୈଜ୍ଞାନକ ଦୃଷ୍ଟି କୋଣରୁ ଭଗବାନଙ୍କ ଉତ୍ପତିକୁ ଦେଖାଯାଏ, ତେବେ କୌଣସି ଭଗବାନ ବ୍ରାହ୍ମଣ ନୁହଁନ୍ତି ବୋଲି କୁଳପତି କହିଛନ୍ତି । ଏହାସହ ଭଗବାନ ଶିବଙ୍କୁ ନେଇ ସେ ଯେଉଁ ଆପତ୍ତି ଉଠାଇଛନ୍ତି ତାହା ଶିବଭକ୍ତଙ୍କ ଉପରେ ଗଭିର ପ୍ରଭାବ ପକାଇଛି । କୁଳପତି କହିଛନ୍ତି, ଭଗବାନ ଶିବ ଅନୁସୂଚିତ ଜାତି ଅବା ଅନୁସୂଚିତ ଜନଜାତି । ସେ ସବୁବେଳେ ବେକରେ ସାପ ଗୁଡାଇ ହୋଇ ଶ୍ମଶାନରେ ବସିଥାଆନ୍ତି । ତାଙ୍କୁ ପିନ୍ଧିବା ପାଇଁ ବି କମ କପଡା ଦିଆଯାଇଥାଏ । ତେଣୁ ମୋତେ ଲାଗୁନାହିଁ ଯେ ଭଗବାନ ଶିବ ବ୍ରାହ୍ମଣ ହୋଇଥିବେ । ତେଣୁ ମାନବଶାସ୍ତ୍ରୀୟ ଦୃଷ୍ଟିକୋଣରୁ ଦେଖିଲେ କୌଣସି ବି ଭଗବାନ ଉଚ୍ଚ ଜାତିର ନୁହେଁ ବୋଲି କୂଳପତି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri