Posted inଖେଳ

ଇଂଲଣ୍ଡ ଦଳରେ ଯୋଗ ଦେଲେ ଜୋଫ୍ରା ଆର୍ଚର

ଲଣ୍ଡନ, ୨୬ା୬ (ପି.ଟି.): କୋଭିଡ୍‌-୧୯ ଟେଷ୍ଟରେ ଦ୍ୱିତୀୟ ଥର ନେଗେଟିଭ୍‌ ଆସିବା ପରେ ଷ୍ଟାର ପେସ୍‌ ବୋଲର ଜୋଫ୍ରା ଆର୍ଚରଙ୍କ ଇଂଲଣ୍ଡ କ୍ରିକେଟ ଦଳରେ ଯୋଗଦେଇଛନ୍ତି। ଇଂଲଣ୍ଡ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦଳ ସହିତ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ସାଉଥାମ୍ପଟନର ଏଜାସ୍‌ ବାଓଲଠାରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯିବ। ୨୫ବର୍ଷୀୟ ଆର୍ଚରଙ୍କ ପରିବାରର ଜଣେ ସଦସ୍ୟ ଅସୁସ୍ଥ ହୋଇପଡ଼ିବାରୁ ସେ ଦଳର ଟ୍ରେନିଂ କ୍ୟାମ୍ପରେ ଯୋଗ ଦେଇ ପାରି ନ ଥିଲେ। ପ୍ରଥମ ଥର କୋଭିଡ୍‌-୧୯ ଟେଷ୍ଟରେ ତାଙ୍କର ନେଗେଟିଭ୍‌ ଆସିଥିଲା। କିନ୍ତୁ ପ୍ରତିଷେଧକମୂଳକ ପଦକ୍ଷେପ ସ୍ବରୂପ ତାଙ୍କର ଆଉଥରେ କରୋନା ଟେଷ୍ଟ ହୋଇଥିଲା। ସେଥିରେ ମଧ୍ୟ ତାଙ୍କର ନେଗେଟିଭ୍‌ ଆସିଛି। ଗୁରୁବାର ସେ ଏଜାସ ବାଓଲଠାରେ ଚାଲିଥିବା ଟ୍ରେନିଂ କ୍ୟାମ୍ପରେ ସେ ତାଙ୍କ ଦଳର ସଦସ୍ୟମାନଙ୍କ ସହ ଯୋଗ ଦେଇଛନ୍ତି। ଶୁକ୍ରବାରଠାରୁ ସେ ଟ୍ରେନିଂ ଆରମ୍ଭ କରିବେ। ଟେଷ୍ଟ ସିରିଜ ଜୈବ ସୁରକ୍ଷିତ ଭେନ୍ୟୁ ଏଜାସ ବାଓଲ ଏବଂ ଏମିରେଟ୍ସ ଓଲ୍ଡ ଟ୍ରାଫୋର୍ଡଠାରେ ଅନୁଷ୍ଠିତ ହେବ। ଏଥିଲାଗି ଖେଳାଳିଙ୍କ ସମେତ ସପୋର୍ଟ ଷ୍ଟାଫ୍‌, ମ୍ୟାଚ୍‌ ଅଫିସିଆଲ, ଇସିବି ଷ୍ଟାଫ୍‌, ଭେନ୍ୟୁ ଏବଂ ହୋଟେଲ କର୍ମଚାରୀ ଆଦି ମୋଟ ୭୦୨ଜଣଙ୍କର କୋଭିଡ୍‌ ଟେଷ୍ଟ କରାଯାଉଛି। ପ୍ରଥମ ଟେଷ୍ଟ ଏଜାସ ବାଓଲଠାରେ ଜୁଲାଇ ୮ରୁ ଏବଂ ଦ୍ୱିତୀୟ ଓ ତୃତୀୟ ଟେଷ୍ଟ ଏମିରେଟ୍ସ ଓଲ୍ଡ ଟ୍ରାଫୋର୍ଡଠାରେ ଖେଳାଯିବ। ଏହି ସିରିଜ ସହିତ କରୋନା ଭାଇରସ ଯୋଗୁ ସ୍ଥଗିତ ରହିଥିବା ଅନ୍ତର୍ଜାତୀୟ କ୍ରିକେଟର ପୁନଃଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?