ମାର୍ଚ୍ଚ ୧୩ରେ ନିଯୁକ୍ତି ମେଳା: ଶିକ୍ଷିତ ଯୁବତୀ, ଯୁବକଙ୍କ ପାଇଁ ବଡ଼ ସୁଯୋଗ

କେନ୍ଦୁଝର,୧୦।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଶିକ୍ଷିତ ଯୁବତୀ, ଯୁବକମାନଙ୍କୁ ନିଯୁକ୍ତି ସୁଯୋଗ ଯୋଗାଇବା ଉଦ୍ଦେଶ୍ୟରେ ଆସନ୍ତା ୧୩ରେ ସ୍ଥାନୀୟ ଓଡ଼ିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟ ପଡ଼ିଆରେ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହେବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସକାଳ ୯.୦୦ଟାରୁ ଅପରାହ୍ନ ୪.୦୦ଟା ପର୍ଯ୍ୟନ୍ତ ଏହି ନିଯୁକ୍ତି ମେଳା ଚାଲିବ। ମେଳାରେ ଶିଳ୍ପ, ଖଣି, ବ୍ୟାଙ୍କି, ରିଟେଲ, ସ୍ବାସ୍ଥ୍ୟ ସେବା ସାଙ୍ଗକୁ ବିଭିନ୍ନ ପ୍ରତିଷ୍ଠିତ ନିଯୁକ୍ତିଦାତା ଯୋଗଦେଇ ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କରିବେ।

୧୮ ରୁ ୩୫ ବର୍ଷ ବୟସର ସମସ୍ତ ପୁରୁଷ ଓ ମହିଳା ପ୍ରାର୍ଥୀ ନିଯୁକ୍ତି ମେଳାରେ ଯୋଗଦେଇ ନିୟୋଜକମାନଙ୍କ ସହ ଆଲୋଚନା କରି ଉପଯୁକ୍ତ ଚାକିରି ସୁଯୋଗ ଲାଭ କରିପାରିବେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

ଯୋଗଦାନ କରିବାକୁ ଇଚ୍ଛୁକ ପ୍ରାର୍ଥୀମାନେ ନିଜର ବାୟୋଡାଟା, ସମସ୍ତ ଶିକ୍ଷାଗତ ପ୍ରମାଣପତ୍ର, ଆଧାର କାର୍ଡ ଏବଂ ପାସପୋର୍ଟ ସାଇଜ ଫଟୋଗ୍ରାଫ ସହିତ ଉପସ୍ଥିତ ରହିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।

ପ୍ରାର୍ଥୀମାନେ ନିୟୋଜକଙ୍କ ସହ ସିଧାସଳଖ ଆଲୋଚନା ଓ ସାକ୍ଷାତକାର ମାଧ୍ୟମରେ ଚୟନ ହୋଇପାରିବେ। ମେଳାରେ ଯୋଗ୍ୟ ଯୁବତୀ, ଯୁବକ ବହୁ ସଂଖ୍ୟାରେ ଯୋଗଦେବାକୁ ପ୍ରଶାସନ ପକ୍ଷରୁ ଆହ୍ବାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

୪୦ ମିନିଟର ଫୋନ କଲ୍‌ରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟ୍ରମ୍ପଙ୍କ ବଡ଼ ମେସେଜ୍‌: ‘ମୁଁ ଆପଣଙ୍କୁ କେବଳ ଏତିକି କହିବାକୁ ଚାହୁଁଛି…’

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନରେ କଥା ହୋଇଛନ୍ତି, ଯାହା ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପରେ ପ୍ରଥମ…

‘ଭାରତ ନିଷ୍ପତ୍ତି ନେବ’, ଇରାନ-ଆମେରିକା ମଧ୍ୟରେ ଯୁଦ୍ଧ ବନ୍ଦ କରିବାରେ ଭାରତର ଭୂମିକା ଉପରେ ସର୍ଗିଓଙ୍କ ବଡ଼ ବୟାନ

ଓ୍ବାଶିଂଟନ୍‌,୧୫।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ କରିବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ସମ୍ପର୍କରେ କଳ୍ପନାଜଳ୍ପନା ଚାଲିଛି। ପାକିସ୍ତାନ ଏବଂ ଇଜିପ୍ଟର ପ୍ରୟାସ…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri