ବିଧବା ସମୟରେ ମିଳିଥିଲା ଚାକିରି : ଅନ୍ୟତ୍ର ବିବାହ ପରେ ….

ଗୋପବନ୍ଧୁ ନଗର(ଶାନ୍ତନ୍ତୁ କୁମାର ମଢ଼ୁଆଳ)/ଖୁଣ୍ଟା(ଦେବରଞ୍ଜନ ବେହେରା),୩।୭: ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ରାଣୀବନ୍ଧ ନୋଡାଲ ଉଚ୍ଚ ବିଦ୍ୟାଳୟ ଛାତ୍ରୀନିବାସରେ ପାଚିକା ନିଯୁକ୍ତିକୁ ନେଇ ବିବାଦ ଦେଖାଦେଇଛି। ଏହି ନିଯୁକ୍ତିକୁ ସ୍ଥାନୀୟ ଗ୍ରାମବାସୀ ବିରୋଧ କରି ମଙ୍ଗଳବାର ବିଦ୍ୟାଳୟରେ ତାଲା ପକାଇ ପ୍ରତିବାଦ କରିଥିବା ଦେଖିବାକୁ ମିଳିଥିଲା।
ସୂଚନା ଅନୁଯାୟୀ, ରାଣୀବନ୍ଧ ହାଇସ୍କୁଲର ଆଦିବାସୀ ଛାତ୍ରୀନିବାସ ପାଇଁ ଗତ ୨୦୧୬ରେ କବିତା କୁଅଁର ଓ ସୁମତି ଝରିଆଳଙ୍କୁ ପାଚିକା ଭାବେ ନିଯୁକ୍ତି ଦିଆଯାଇଥିଲା। କବିତାଙ୍କୁ ବିଧବା ଭାବେ ଅଗ୍ରାଧିକାର ଭିତ୍ତିରେ ତତ୍‌କାଳୀନ ପରିଚାଳନା କମିଟି ଦ୍ବାରା ନିଯୁକ୍ତି ଦିଆଯାଇଥିଲା। ବର୍ତ୍ତମାନ କବିତା ଅନ୍ୟତ୍ର ବିବାହ କରିଥିବା ଓ ସୁମତି ରୋଷିଆ ଭାବେ ୮ ବର୍ଷ ଧରି କାର୍ଯ୍ୟକରି ଆସୁଛନ୍ତି। ଉଭୟ ସଧବା ମହିଳାଙ୍କୁ ପରିବର୍ତ୍ତନ କରାଯାଇ ଗ୍ରାମରେ ଥିବା ଅନ୍ୟ ଅସହାୟ ବିଧବା ମହିଳାଙ୍କୁ ନିଯୁକ୍ତି ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଉକ୍ତ ପଦବୀଟି ବାର୍ଷିକ ଚୁକ୍ତିଭିତ୍ତିକ ହୋଇଥିବାରୁ ଗତ ମାର୍ଚ୍ଚ ମାସରେ ଉଭୟଙ୍କର ନବୀକରଣ କରାଯାଇଛି। ତେବେ ଏହାର ପୁନଃବିଚା଼ର କରାଯାଇ ଗ୍ରାମରେ ଥିବା ଅନ୍ୟ ଅସହାୟ ବିଧବା ମହିଳାଙ୍କୁ ଅନୁରୂପ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବାକୁ ଜିଲାପାଳ, ଖୁଣ୍ଟା ପୋଲିସ ସମେତ ଅନ୍ୟ ବିଭାଗୀୟ ଅଧିକାରୀମାନଙ୍କୁ ଗ୍ରାମବାସୀ ଲିଖିତ ଦାବିପତ୍ର ପ୍ରଦାନ କରିଥିଲେ। ଦାବି ପୂରଣ ନ ହେଲେ ଜୁଲାଇ ୨ ତାରିଖଠାରୁ ତାଲା ପକାଇ ଧାରଣା ଦିଆଯିବ ବୋଲି ଦାବିପତ୍ର ମାଧ୍ୟମରେ ପ୍ରଶାସନକୁ ଅବଗତ କରାଇଥିଲେ। ମାତ୍ର ଏହା ଉପରେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିବାରୁ ମଙ୍ଗଳବାର ଉକ୍ତ ବିଦ୍ୟାଳୟର ମୁଖ୍ୟ ଫାଟକରେ ସକାଳ ୯ଟା୩୦ରୁ ତାଲା ପକାଇ ଗ୍ରାମବାସୀ ଧାରଣାରେ ବସି ପ୍ରତିବାଦ କରିଥିଲେ। ତାଲାବନ୍ଦ ସମ୍ପର୍କରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଜୟ କୁମାର ସେଠୀ କଲ୍ୟାଣ ସମ୍ପ୍ରସାରଣ ଅଧିକାରୀ ଓ ବ୍ଲକ ଶିକ୍ଷାଧିକାରୀଙ୍କୁ ଅବଗତ କରାଇଥିଲେ। ଘଟଣାସ୍ଥଳରେ କଲ୍ୟାଣ ସମ୍ପ୍ରସାରଣ ଅଧିକାରୀ ସତ୍ୟଭାନୁ ସିଂ, ପ୍ରଧାନଶିକ୍ଷକ ସେଠୀ ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଅଭିମନ୍ୟୁ ଝରିଆ ଉପସ୍ଥିତ ହୋଇ ଧାରଣାରତ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ। ବିଭାଗୀୟ ଉଚ୍ଚ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ନିୟମ ଅନୁଯାୟୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେବାରୁ ଦୀର୍ଘ ୩ ଘଣ୍ଟା ପରେ ବିଦ୍ୟାଳୟରୁ ତାଲା ଖୋଲା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri