ବିଧବା ସମୟରେ ମିଳିଥିଲା ଚାକିରି : ଅନ୍ୟତ୍ର ବିବାହ ପରେ ….

ଗୋପବନ୍ଧୁ ନଗର(ଶାନ୍ତନ୍ତୁ କୁମାର ମଢ଼ୁଆଳ)/ଖୁଣ୍ଟା(ଦେବରଞ୍ଜନ ବେହେରା),୩।୭: ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ରାଣୀବନ୍ଧ ନୋଡାଲ ଉଚ୍ଚ ବିଦ୍ୟାଳୟ ଛାତ୍ରୀନିବାସରେ ପାଚିକା ନିଯୁକ୍ତିକୁ ନେଇ ବିବାଦ ଦେଖାଦେଇଛି। ଏହି ନିଯୁକ୍ତିକୁ ସ୍ଥାନୀୟ ଗ୍ରାମବାସୀ ବିରୋଧ କରି ମଙ୍ଗଳବାର ବିଦ୍ୟାଳୟରେ ତାଲା ପକାଇ ପ୍ରତିବାଦ କରିଥିବା ଦେଖିବାକୁ ମିଳିଥିଲା।
ସୂଚନା ଅନୁଯାୟୀ, ରାଣୀବନ୍ଧ ହାଇସ୍କୁଲର ଆଦିବାସୀ ଛାତ୍ରୀନିବାସ ପାଇଁ ଗତ ୨୦୧୬ରେ କବିତା କୁଅଁର ଓ ସୁମତି ଝରିଆଳଙ୍କୁ ପାଚିକା ଭାବେ ନିଯୁକ୍ତି ଦିଆଯାଇଥିଲା। କବିତାଙ୍କୁ ବିଧବା ଭାବେ ଅଗ୍ରାଧିକାର ଭିତ୍ତିରେ ତତ୍‌କାଳୀନ ପରିଚାଳନା କମିଟି ଦ୍ବାରା ନିଯୁକ୍ତି ଦିଆଯାଇଥିଲା। ବର୍ତ୍ତମାନ କବିତା ଅନ୍ୟତ୍ର ବିବାହ କରିଥିବା ଓ ସୁମତି ରୋଷିଆ ଭାବେ ୮ ବର୍ଷ ଧରି କାର୍ଯ୍ୟକରି ଆସୁଛନ୍ତି। ଉଭୟ ସଧବା ମହିଳାଙ୍କୁ ପରିବର୍ତ୍ତନ କରାଯାଇ ଗ୍ରାମରେ ଥିବା ଅନ୍ୟ ଅସହାୟ ବିଧବା ମହିଳାଙ୍କୁ ନିଯୁକ୍ତି ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଉକ୍ତ ପଦବୀଟି ବାର୍ଷିକ ଚୁକ୍ତିଭିତ୍ତିକ ହୋଇଥିବାରୁ ଗତ ମାର୍ଚ୍ଚ ମାସରେ ଉଭୟଙ୍କର ନବୀକରଣ କରାଯାଇଛି। ତେବେ ଏହାର ପୁନଃବିଚା଼ର କରାଯାଇ ଗ୍ରାମରେ ଥିବା ଅନ୍ୟ ଅସହାୟ ବିଧବା ମହିଳାଙ୍କୁ ଅନୁରୂପ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବାକୁ ଜିଲାପାଳ, ଖୁଣ୍ଟା ପୋଲିସ ସମେତ ଅନ୍ୟ ବିଭାଗୀୟ ଅଧିକାରୀମାନଙ୍କୁ ଗ୍ରାମବାସୀ ଲିଖିତ ଦାବିପତ୍ର ପ୍ରଦାନ କରିଥିଲେ। ଦାବି ପୂରଣ ନ ହେଲେ ଜୁଲାଇ ୨ ତାରିଖଠାରୁ ତାଲା ପକାଇ ଧାରଣା ଦିଆଯିବ ବୋଲି ଦାବିପତ୍ର ମାଧ୍ୟମରେ ପ୍ରଶାସନକୁ ଅବଗତ କରାଇଥିଲେ। ମାତ୍ର ଏହା ଉପରେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିବାରୁ ମଙ୍ଗଳବାର ଉକ୍ତ ବିଦ୍ୟାଳୟର ମୁଖ୍ୟ ଫାଟକରେ ସକାଳ ୯ଟା୩୦ରୁ ତାଲା ପକାଇ ଗ୍ରାମବାସୀ ଧାରଣାରେ ବସି ପ୍ରତିବାଦ କରିଥିଲେ। ତାଲାବନ୍ଦ ସମ୍ପର୍କରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଜୟ କୁମାର ସେଠୀ କଲ୍ୟାଣ ସମ୍ପ୍ରସାରଣ ଅଧିକାରୀ ଓ ବ୍ଲକ ଶିକ୍ଷାଧିକାରୀଙ୍କୁ ଅବଗତ କରାଇଥିଲେ। ଘଟଣାସ୍ଥଳରେ କଲ୍ୟାଣ ସମ୍ପ୍ରସାରଣ ଅଧିକାରୀ ସତ୍ୟଭାନୁ ସିଂ, ପ୍ରଧାନଶିକ୍ଷକ ସେଠୀ ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଅଭିମନ୍ୟୁ ଝରିଆ ଉପସ୍ଥିତ ହୋଇ ଧାରଣାରତ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ। ବିଭାଗୀୟ ଉଚ୍ଚ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ନିୟମ ଅନୁଯାୟୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେବାରୁ ଦୀର୍ଘ ୩ ଘଣ୍ଟା ପରେ ବିଦ୍ୟାଳୟରୁ ତାଲା ଖୋଲା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri