ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ୩ ଜଣ ମହିଳା ସାମିଲ ଥିବା ନେଇ ଛତ୍ରପୁର ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ କବିସୂର୍ଯ୍ୟନଗର ବ୍ଲକ ପାଇକ ଯମୁନା ଗ୍ରାମର ଦୀପା ବେହେରା, ନାରାୟଣ ସେଠୀ, ପୁରୁଣା ଛତ୍ରପୁରର ବିଷ୍ଣୁପ୍ରିୟା ବେହେରା ଏବଂ ଅଗସ୍ତିନୂଆଗାଁର ସୁନିତା ଦାସ।

ମିଳିଥିବା ସୂଚନା ମୁତାବକ, ଗୁରୁବାର ଛତ୍ରପୁରର ଏକ ଘରୋଇ କଲ୍ୟାଣ ମଣ୍ଡପରେ ବିଭିନ୍ନ ବ୍ଲକ ଓ ତହସିଲ କାର୍ଯ୍ୟାଳୟରେ ପିଅନ, ଆକାଉଣ୍ଟାଣ୍ଟ ଆଦି ପଦବୀରେ ଚାକିରି ଦେବା ନାଁରେ ଇଣ୍ଟରଭ୍ୟୁ ଚାଲିଥିଲା। ଇଣ୍ଟରଭ୍ୟୁ ସମୟରେ ଆଶାୟୀ ପ୍ରାର୍ଥୀଙ୍କୁ ଅଧିକ ଟଙ୍କା ଦାବି କରାଯିବାରୁ ସନ୍ଦେହ ଉପୁଜିଥିଲା। ଏନେଇ ଆଶାୟୀ ପ୍ରାର୍ଥୀ ପୋଲିସକୁ ଖବର ଦେଇଥିଲେ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି କିଛି ଜଣଙ୍କୁ ଅଟକ ରଖି ପଚରାଉଚରା କରିଥିଲା। ପ୍ରାଥମିକ ତଦନ୍ତରୁ ଅଭିଯୁକ୍ତମାନେ ଗତ ଏକ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଛତ୍ରପୁର ସମେତ ଜିଲାର ବିଭିନ୍ନ ଅଞ୍ଚଳର ଯୁବତୀଯୁବକଙ୍କୁ ଚାକିରି ଦେବା ନାଁରେ ଠକେଇ କରୁଥିବା ଜଣାପଡ଼ିଛି। ଏପରିକି ନକଲି ନିଯୁକ୍ତିପତ୍ର ଓ ପରିଚୟପତ୍ର ଦେଇ ଆଶାୟୀଙ୍କଠାରୁ ଟଙ୍କା ଆଦାୟ କରୁଥିଲେ ବୋଲି ଥାନା ଅଧିକାରୀ କହିଛନ୍ତି।

ଏହି ସଂକ୍ରାନ୍ତରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ପୁତିଗୋପାଳପୁର ଅଞ୍ଚଳର ଇମ୍ରାନ ଖାନଙ୍କ ଅଭିଯୋଗ କ୍ରମେ ଛତ୍ରପୁର ଥାନାରେ ଏକ ମାମଲା(ନଂ.୪୨୦/୨୦୨୬) ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଛି। ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ଜଣଙ୍କୁ ଗିରଫ କରିଛି।

ଗିରଫ ଅଭିଯୁକ୍ତଙ୍କଠାରୁ ନଗଦ ୨୫ ହଜାର ଟଙ୍କା, ଗୋଟିଏ ମଟରସାଇକେଲ, ୩ଟି ମୋବାଇଲ ଫୋନ, ନକଲି ନିଯୁକ୍ତିପତ୍ର ଓ ଆଇଡି କାର୍‌ ଜବତ କରାଯାଇଥିବା ଛତ୍ରପୁର ଥାନାଧିକାରୀ ମଲ୍ଲ ସୂଚନା ଦେଇଛନ୍ତି। ଏହି ଠକେଇର ଚେର କେତେଦୂର ଲମ୍ବିଛି, ଆଉ କେତେଜଣ ଏଥିରେ ସମ୍ପୃକ୍ତ ଅଛନ୍ତି ଏବଂ କେତେଜଣ ଆଶାୟୀଙ୍କଠାରୁ ଟଙ୍କା ନିଆଯାଇଛି, ସେ ଦିଗରେ ମଧ୍ୟ ତଦନ୍ତ ଜାରି ରହିଛି ବୋଲି ସେ କହିଛନ୍ତି। ଆବଶ୍ୟକ ହେଲେ ଅଭିଯୁକ୍ତମାନଙ୍କୁ ରିମାଣ୍ଡରେ ନେଇ ଅଧିକ ପଚରାଉଚରା କରାଯିବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?