ଚାକିରି ନାଁରେ ଠକେଇ, ୫ ଗିରଫ

ସୁନ୍ଦରଗଡ଼, ୧୭।୪ (ଡି.ଏନ୍‌.ଏ): ସୁନ୍ଦରଗଡ ସରକାରୀ ମେଡିକାଲ କଲେଜରେ ବିଭିନ୍ନ ପଦବୀରେ ଚାକିରି କରାଇଦେବା ନାଁରେ ଠକେଇ ମାମଲାରେ ଟାଉନ ଥାନା ପୋଲିସ ରବିବାର ୫ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସଦର ଥାନା ତସଲାଡିହି ଗ୍ରାମର ମୁଖ୍ୟ ଅଭିଯୁକ୍ତ ସୁଶାନ୍ତ ମାଝୀ, କାଲୋବାହାଲର ଚୈତନ୍ୟ ତନ୍ତୀ, ମହୁଲପାଲିର ମଦନ ଗର୍ଡିଆ, ଶଙ୍କରାର ଜେରକ୍ସ ଦୋକାନୀ ଆଶିଷ ନାଏକ ଏବଂ ସୋମନାଥ ପୃଷେଠ। ପୋଲିସ ସେମାନଙ୍କ ନିକଟରୁ କମ୍ପ୍ୟୁଟର, ପ୍ରିଣ୍ଟର ଓ ଜାଲ୍‌ କାଗଜପତ୍ର ଆଦି ଜବତ କରିଛି। ଗିରଫ ସମସ୍ତ ଅଭିଯୁକ୍ତଙ୍କୁ ସୋମବାର କୋର୍ଟଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି।
ପୋଲିସ ସୂଚନା ଅନୁସାରେ, ଅଭିଯୁକ୍ତମାନେ ପ୍ରଥମେ ସୁନ୍ଦରଗଡ ସରକାରୀ ମେଡିକାଲ କଲେଜରେ ସୁପରଭାଇଜର, ରିଶେପସନିଷ୍ଟ, ସିକ୍ୟୁରିଟି ଗାର୍ଡ ଓ ମେଡିକାଲ ସହାୟକ ପଦବୀରେ ଚାକିରି କରାଇଦେବାକୁ ଗ୍ରାମାଞ୍ଚଳର ବେକାର ଯୁବତୀଯୁବକମାନଙ୍କୁ ପ୍ରଲୋଭନ ଦେଖାଇଥିଲେ। ଏଥିପାଇଁ ସେମାନେ ଯୁବତୀଯୁବକମାନଙ୍କଠାରୁ ୪୦ହଜାରରୁ ଆରମ୍ଭ କରି ଦେଢଲକ୍ଷ ଟଙ୍କା ପର୍ଯ୍ୟନ୍ତ ନେଇଥିଲେ ଏବଂ ଓଡିଶା ସରକାରଙ୍କ ଲୋଗୋ ଥାଇ ମେଡିକାଲ କଲେଜର ଡିନ୍‌ ପ୍ରଫେସର ଦୈତାରୀ ରାଉରତାୟଙ୍କ ଦସ୍ତଖତ ଜାଲ୍‌ କରି ନିଯୁକ୍ତିପତ୍ର, ଅଫିସ ନିଯୁକ୍ତି ଆଦେଶନାମା ଓ ପରିଚୟପତ୍ର ପ୍ରଦାନ କରିଥିଲେ। ତେବେ ବନ୍ଧପାଲି ଗ୍ରାମର ଜୟନ୍ତ ଚାନ୍ଦ ତାଙ୍କଠାରୁ ଏଭଳି ଠକେଇ କରି ଟଙ୍କା ଆଦାୟ କରାଯାଇଥିବା ନେଇ ସୁନ୍ଦରଗଡ ଟାଉନ ଥାନାରେ ଅଭିଯୋଗ କରିଥିଲେ। ଉକ୍ତ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ଠକେଇ ମାମଲା (ନଂ.୯୧।୨୩) ରୁଜୁ କରିଥିଲା ଏବଂ ଏସ୍‌ପି ପ୍ରତ୍ୟୁଷ ଦିବାକରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଟାଉନ ଥାନା ଆଇଆଇସି ସୁଶାନ୍ତ କୁମାର ପରିଡା ମାମଲାର ତଦନ୍ତ ଆରମ୍ଭ କରିଥିଲେ। ତଦନ୍ତ ବେଳେ ଅଭିଯୁକ୍ତ ଚୈତନ୍ୟ ତନ୍ତୀ ମେଡିକାଲ କଲେଜର କର୍ମଚାରୀ ବୋଲି ଜଣାପଡିଥିଲା। ମୁଖ୍ୟ ଅଭିଯୁକ୍ତ ତାଙ୍କୁ ହାତ କରି ଅଞ୍ଚଳର ପ୍ରାୟ ୫୦ଜଣଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ପୋଲିସ ତଦନ୍ତ ପରେ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri