ଚାକିରି ନାଁରେ ଠକେଇ, ୫ ଗିରଫ

ସୁନ୍ଦରଗଡ଼, ୧୭।୪ (ଡି.ଏନ୍‌.ଏ): ସୁନ୍ଦରଗଡ ସରକାରୀ ମେଡିକାଲ କଲେଜରେ ବିଭିନ୍ନ ପଦବୀରେ ଚାକିରି କରାଇଦେବା ନାଁରେ ଠକେଇ ମାମଲାରେ ଟାଉନ ଥାନା ପୋଲିସ ରବିବାର ୫ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସଦର ଥାନା ତସଲାଡିହି ଗ୍ରାମର ମୁଖ୍ୟ ଅଭିଯୁକ୍ତ ସୁଶାନ୍ତ ମାଝୀ, କାଲୋବାହାଲର ଚୈତନ୍ୟ ତନ୍ତୀ, ମହୁଲପାଲିର ମଦନ ଗର୍ଡିଆ, ଶଙ୍କରାର ଜେରକ୍ସ ଦୋକାନୀ ଆଶିଷ ନାଏକ ଏବଂ ସୋମନାଥ ପୃଷେଠ। ପୋଲିସ ସେମାନଙ୍କ ନିକଟରୁ କମ୍ପ୍ୟୁଟର, ପ୍ରିଣ୍ଟର ଓ ଜାଲ୍‌ କାଗଜପତ୍ର ଆଦି ଜବତ କରିଛି। ଗିରଫ ସମସ୍ତ ଅଭିଯୁକ୍ତଙ୍କୁ ସୋମବାର କୋର୍ଟଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି।
ପୋଲିସ ସୂଚନା ଅନୁସାରେ, ଅଭିଯୁକ୍ତମାନେ ପ୍ରଥମେ ସୁନ୍ଦରଗଡ ସରକାରୀ ମେଡିକାଲ କଲେଜରେ ସୁପରଭାଇଜର, ରିଶେପସନିଷ୍ଟ, ସିକ୍ୟୁରିଟି ଗାର୍ଡ ଓ ମେଡିକାଲ ସହାୟକ ପଦବୀରେ ଚାକିରି କରାଇଦେବାକୁ ଗ୍ରାମାଞ୍ଚଳର ବେକାର ଯୁବତୀଯୁବକମାନଙ୍କୁ ପ୍ରଲୋଭନ ଦେଖାଇଥିଲେ। ଏଥିପାଇଁ ସେମାନେ ଯୁବତୀଯୁବକମାନଙ୍କଠାରୁ ୪୦ହଜାରରୁ ଆରମ୍ଭ କରି ଦେଢଲକ୍ଷ ଟଙ୍କା ପର୍ଯ୍ୟନ୍ତ ନେଇଥିଲେ ଏବଂ ଓଡିଶା ସରକାରଙ୍କ ଲୋଗୋ ଥାଇ ମେଡିକାଲ କଲେଜର ଡିନ୍‌ ପ୍ରଫେସର ଦୈତାରୀ ରାଉରତାୟଙ୍କ ଦସ୍ତଖତ ଜାଲ୍‌ କରି ନିଯୁକ୍ତିପତ୍ର, ଅଫିସ ନିଯୁକ୍ତି ଆଦେଶନାମା ଓ ପରିଚୟପତ୍ର ପ୍ରଦାନ କରିଥିଲେ। ତେବେ ବନ୍ଧପାଲି ଗ୍ରାମର ଜୟନ୍ତ ଚାନ୍ଦ ତାଙ୍କଠାରୁ ଏଭଳି ଠକେଇ କରି ଟଙ୍କା ଆଦାୟ କରାଯାଇଥିବା ନେଇ ସୁନ୍ଦରଗଡ ଟାଉନ ଥାନାରେ ଅଭିଯୋଗ କରିଥିଲେ। ଉକ୍ତ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ଠକେଇ ମାମଲା (ନଂ.୯୧।୨୩) ରୁଜୁ କରିଥିଲା ଏବଂ ଏସ୍‌ପି ପ୍ରତ୍ୟୁଷ ଦିବାକରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଟାଉନ ଥାନା ଆଇଆଇସି ସୁଶାନ୍ତ କୁମାର ପରିଡା ମାମଲାର ତଦନ୍ତ ଆରମ୍ଭ କରିଥିଲେ। ତଦନ୍ତ ବେଳେ ଅଭିଯୁକ୍ତ ଚୈତନ୍ୟ ତନ୍ତୀ ମେଡିକାଲ କଲେଜର କର୍ମଚାରୀ ବୋଲି ଜଣାପଡିଥିଲା। ମୁଖ୍ୟ ଅଭିଯୁକ୍ତ ତାଙ୍କୁ ହାତ କରି ଅଞ୍ଚଳର ପ୍ରାୟ ୫୦ଜଣଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ପୋଲିସ ତଦନ୍ତ ପରେ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?