ଜାଲ୍‌ ସାର୍ଟିଫିକେଟରେ ଚାକିରି: ବହିଷ୍କୃତ ହେଲେ ୫ ଶିକ୍ଷକ

ପୁରୀ,୧୯ା୧୨(ଅଜିତ୍‌ ମହାନ୍ତି): ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗରେ ପୁରୀ ଜିଲାର ୫ଜଣ ଶିକ୍ଷକଙ୍କୁ ଜିଲା ଶିକ୍ଷା ଅଧିକାରୀ ବହିଷ୍କୃତ କରିଛନ୍ତି। ନିଲମ୍ବିତ ହୋଇଥିବା ୫ଶିକ୍ଷକଙ୍କ ମଧ୍ୟରୁ ଜଣେ କଣାସ ବ୍ଲକର ହୋଇଥିବା ବେଳେ ଅନ୍ୟ ୪ଜଣ କୃଷ୍ଣପ୍ରସାଦ ଅଞ୍ଚଳର ବୋଲି ସୂଚନା ମିଳିଛି। ଏନେଇ ଜିଲା ଶିକ୍ଷାଧିକାରୀ ବିଶ୍ୱଜିତ୍‌ ଘୋଷ ସୂଚନା ଦେଇ କହିଛନ୍ତି, ଅନେକ ଶିକ୍ଷକ ଶିକ୍ଷୟିତ୍ରୀ ଜାଲ୍‌ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଦୀର୍ଘଦିନ ହେବ ଅଭିଯୋଗ ହୋଇ ଆସୁଥିଲା। ତେଣୁ କାର୍ଯ୍ୟାଳୟ ପକ୍ଷରୁ ଏହାର ତଦନ୍ତ କରାଯାଇଥିଲା। ବିଭିନ୍ନ ଯାଞ୍ଚ କରିବା ସହ ବିଭିନ୍ନ ବିଶ୍ୱବିଦ୍ୟାଳୟକୁ ଯାଇ ଶିକ୍ଷକମାନଙ୍କ ଶିକ୍ଷାଗତ ଯୋଗ୍ୟତାର ପ୍ରମାଣପତ୍ର ତଦନ୍ତ କରାଯାଇଥିଲା। ତଦନ୍ତ ପରେ ୫ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ପ୍ରମାଣପତ୍ର ଜାଲ୍‌ ଥିବା ଜଣାପଡିଥିଲା। ଫଳରେ ସମ୍ପୃକ୍ତ ୫ଜଣଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ବହିଷ୍କୃତ ହୋଇଥିବା ୫ଜଣ ଶିକ୍ଷକ ହେଲେ କଣାସ ବ୍ଲକ ଜମାଲଗୋଡା ୟୁପି ସ୍କୁଲର ରବିନ୍ଦ୍ର କୁମାର ପଲେଇ। କୃଷ୍ଣପ୍ରସାଦ ବ୍ଳକ୍‌ ଖିରିସାହି ପିୟୁପିଏସ୍‌ ସ୍କୁଲର ସତ୍ୟସୁନ୍ଦର ବିଶ୍ୱାଳ, ବିରିପଦର ପ୍ରାଇମେରି ସ୍କୁଲର ସୁରେଶ ଚନ୍ଦ୍ର ପଲେଇ, ଓରା ପ୍ରାଇମେରି ସ୍କୁଲର ସୌଦାମିନୀ ପ୍ରଧାନ ଏବଂ ଚାରିଛକ ୟୁଜିଓପି ସ୍କୁଲର ନନ୍ଦ କିଶୋର ସେଠୀ। ପୂର୍ବରୁ ଏଭଳି ଅଭିଯୋଗରେ ୪ଜଣ ବହିଷ୍କୃତ ହୋଇଥିଲେ। ଗତ ଦେଢ଼ବର୍ଷ ଭିତରେ ଜାଲ୍‌ ପ୍ରମାଣପତ୍ର ଦେଇ ଚାକିରି କରିବା ଅଭିଯୋଗରେ ଜିଲା ଶିକ୍ଷାଧିକାରୀ ୯ଜଣଙ୍କୁ ବହିଷ୍କୃତ କରିଥିବା ଘୋଷ କହିଛନ୍ତି। ଅପରପକ୍ଷରେ ଅନ୍ୟ କେତେଜଣ ଶିକ୍ଷକଙ୍କ ନାମରେ ଅଭିଯୋଗ ଆସିଛି। ତାହାର ତଦନ୍ତ କରାଯାଉଛି। ଯଦି ତଦନ୍ତରେ କିଏ ଅଭିଯୁକ୍ତ ଥିବା ଜଣାପଡେ ତେବେ ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଘୋଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri