ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି: ଶିକ୍ଷକଙ୍କ ବିରୋଧରେ ମାମଲା

ପାଟଣା, ୨।୬( ସ୍ବ. ପ୍ର.): ଚାକିରିରେ ଜାଲ ବିଏଡ୍‌ ସାର୍ଟିଫିକେଟ ଦେଇ ସରକାରୀ ଚାକିରି ହାତେଇ ଥିବା ଜଣେ ପ୍ରଧାନଶିକ୍ଷକଙ୍କୁ ହରଡ଼ଘଣାରେ ପଡିବାକୁ ପଡିଛି। ଉକ୍ତ ପ୍ରଧାନ ଶିକ୍ଷକଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ନିଲମ୍ବିତ କରିଛନ୍ତି। ନିଲମ୍ବିତ ଶିକ୍ଷକ ହେଲେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବିଲା ରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁଶୀଲ କୁମାର ବେହେରା। ଏନେଇ ରବିବାର ଜିଲା ଶିକ୍ଷାଧିକାରୀ ପୂର୍ଣ୍ଣ ଚନ୍ଦ୍ର ସେଠୀ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ ପାଇଁ ତୁରୁମୁଙ୍ଗା ଥାନାରେ ଲିଖିତ ଅଭିଯୋଗ ଦେଇଛନ୍ତି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ବୋଲି ଥାନା ଅଧିକାରୀ ମଦନ ମୋହନ ନାଏକ କହିଛନ୍ତି। ସମ୍ପୃକ୍ତ ପ୍ରଧାନ ଶିକ୍ଷକ ଜଣକ ଅବସର ଗ୍ରହଣ କରିବାକୁ ମାତ୍ର ୨ ମାସ ଥିବା ବେଳେ ଜାଲ ସାର୍ଟିଫିକେଟ ଦେଇ ସରକାରୀ ଚାକିରୀ ହାତେଇ ଏବେ ହଟହଟା ହେଉଥିବା ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି। ଶିକ୍ଷକ ନିଯୁକ୍ତି ସମୟରେ ସାର୍ଟିଫିକେଟକୁ ଠିକ ଭାବେ ଅଧିକାରୀ ମାନେ ଯାଞ୍ଚ କରୁ ନଥିବା , ସମ୍ପୃକ୍ତ ମହାଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଙ୍କୁ ପ୍ରମାଣ ପତ୍ର ପଠାଇ ଯାଞ୍ଚ ନ କରି ନିଯୁକ୍ତି ଦେଉଥିବାରୁ ଶିକ୍ଷା ବିଭାଗ ଠକାମୀର ଶିକାର ହେଉଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା

ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର…

ହାଟଡିହୀରେ ବିରୋଧୀଙ୍କୁ ଶକ୍ତ ଝଟକା: ଭାଜପାରେ ମିଶିଲେ…

ହାଟଡିହୀ,୧୩।୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ମରୈଗାଁ ପଞ୍ଚାୟତ ବେତିରା ଗ୍ରାମର ୬୦ରୁ ଉର୍ଦ୍ଧ ଅନ୍ୟ ଦଳର କର୍ମୀ ଦଳ ଛାଡି…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

ଧର୍ମଘଟ: କେନ୍ଦୁଝରରେ ବ୍ୟାଙ୍କିଙ୍ଗ୍‌ ସେବା ପ୍ରଭାବିତ

କେନ୍ଦୁଝର,୧୧।୯(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍‌ସ ଆହ୍ବାନରେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ କରାଯାଇଛି। କେନ୍ଦୁଝର ଜିଲାରେ ମଧ୍ୟ ଏହାର ପ୍ରଭାବ…

ଆନନ୍ଦପୁରରେ ବ୍ୟାଙ୍କ ଧର୍ମଘଟ, ଏସ୍‌ବିଆଇ ସମ୍ମୁଖରେ ବିକ୍ଷୋଭ କରି…

ବଞ୍ଚୋ,୧୧ା୯(ପ୍ରଦୋଷ ବିଶ୍ୱାଳ): ୟୁନାଇଟେଡ୍‌ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସର ଆହ୍ବାନକ୍ରମେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଳିତ ହୋଇଛି। ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ବ୍ୟାଙ୍କ…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?