୪ ଶିଳ୍ପସଂସ୍ଥାରେ ୩୪,୧୦୫ ନିଯୁକ୍ତି

ଭୁବନେଶ୍ୱର,୫।୧୦(ବ୍ୟୁରୋ): ଝାରସୁଗୁଡ଼ା, ଢେଙ୍କାନାଳ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାରେ ଥିବା ୪ଟି କାରଖାନାରେ ୩୪,୧୦୫ ଜଣ ଲୋକ କର୍ମସଂସ୍ଥାନ ପାଇଛନ୍ତି। ଏଥିମଧ୍ୟରୁ ଢେଙ୍କାନାଳର ମେରାମୁଣ୍ଡଳୀଠାରେ ଥିବା ଭୂଷଣ ଇସ୍ପାତ କାରଖାନାରେ ସର୍ବାଧିକ ୧୮,୮୦୧ ଜଣ ନିଯୁକ୍ତି ପାଇଛନ୍ତି। ସେହିପରି ଝାରସୁଗୁଡ଼ାସ୍ଥିତ ବେଦାନ୍ତ ଆଲୁମିନିୟମରେ ୯,୭୩୧, ସମ୍ବଲପୁର ଲାପଙ୍ଗସ୍ଥିତ ହିଣ୍ଡାଲ୍‌କୋର ଆଦିତ୍ୟ ଆଲୁମିନିୟମ କାରଖାନାରେ ୩,୫୭୩ ଏବଂ ସୁନ୍ଦରଗଡ଼ ଦର୍ଲିପାଲିସ୍ଥିତ ଏନ୍‌ଟିପିସି ତାପଜ କେନ୍ଦ୍ରରେ ୨ହଜାର ଲୋକଙ୍କୁ କର୍ମସଂସ୍ଥାନ ମିଳିଛି। ଏହି ଶିଳ୍ପସଂସ୍ଥାରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ରାଜ୍ୟ ସରକାର ସମ୍ପୃକ୍ତ ସଂସ୍ଥାଗୁଡ଼ିକ ସହ ଏମ୍‌ଓୟୁ ସ୍ବାକ୍ଷର କରିଛନ୍ତି। ଶିଳ୍ପ କାରଖାନାରେ ସ୍ଥାନୀୟ ବେକାର ଯୁବତୀଯୁବକଙ୍କୁ ନିଯୁକ୍ତି ଦେବା ପାଇଁ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କର୍ତ୍ତୃପକ୍ଷଙ୍କ ଅନୁମୋଦନ କ୍ରମେ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ତଦନୁଯାୟୀ ପ୍ରକଳ୍ପଗୁଡ଼ିକରେ ଅଣକୁଶଳୀ ଓ ଅର୍ଦ୍ଧକୁଶଳୀସ୍ତରରେ ଆବଶ୍ୟକ ଥିବା ପଦବୀ ମଧ୍ୟରୁ ୯୦ପ୍ରତିଶତ ସ୍ଥାନୀୟ ଲୋକଙ୍କ ଦ୍ୱାରା ପୂରଣ କରାଯିବ। କୁଶଳୀ ଶ୍ରମିକଙ୍କ ପାଇଁ ଥିବା ପଦବୀ ମଧ୍ୟରୁ ୬୦ପ୍ରତିଶତ ଓ ପରିଚାଳନା କ୍ଷେତ୍ରରେ ଥିବା ପଦବୀ ମଧ୍ୟରୁ ଅତିକମ୍‌ରେ ୩୦ ପ୍ରତିଶତ ସ୍ଥାନୀୟ ଯୁବତୀଯୁବକଙ୍କ ଦ୍ୱାରା ପୂରଣ ହେବାର ନିୟମ ରହିଛି। ଏହି କାରଖାନାଗୁଡ଼ିକ ୭୬,୬୧୮.୬୪ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ବିଧାନସଭାରେ ବିଧାୟିକା କୁସୁମ ଟେଟେଙ୍କ ଏକ ଲିଖିତ ଉତ୍ତରରେ ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri