ନକଲି ସାର୍ଟିଫିକେଟ୍‌ରେ ଚାକିରି ଘଟଣା: ଆଉ ୫ ଅଟକ, ୨ କାର୍‌ ଜବତ

ବ୍ରହ୍ମପୁର ଅଫିସ,୨୬ା୪: ନକଲି ସାର୍ଟିଫିକେଟରେ ଚାକିରି ଘଟଣା ଏବେ ସାରା ଓଡ଼ିଶାରେ ଚହଳ ପକାଇଛି। ନକଲି ଶିକ୍ଷାଗତ ପ୍ରମାଣପତ୍ର ଦେଇ ଶିକ୍ଷକ ଚାକିରି ହାତେଇବା ଅଭିଯୋଗ ଗଞ୍ଜାମ ଜିଲାରେ ବହୁଦିନ ଧରି ହୋଇଆସୁଛି। ଏବେ ଏହି ରାକେଟ ଗଞ୍ଜାମ ଜିଲାରେ ସୀମିତ ନ ରହି ସାରା ଓଡ଼ିଶାରେ ଏହାର ଚେର ଲମ୍ବିଥିବା ନେଇ ପୋଲିସକୁ ସୁରାକ୍‌ ମିଳିଛି।
ଏହି ରାକେଟର କିଙ୍ଗପିନ୍‌ କୁହାଯାଉଥିବା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱରର ଦୈତାରୀ ବେହେରା, ତାଙ୍କ ପୁଅ ଅମୃତ ପ୍ରସାଦ ବେହେରା, ନକଲି ସାର୍ଟିଫିକେଟ ପ୍ରିଣ୍ଟିଂ କରୁଥିବା ଢେଙ୍କାନାଳ ଟାଉନ ଥାନା ଅଞ୍ଚଳର ପ୍ରଶାନ୍ତ କୁମାର ସାହୁ ଓ କଟକ ମଙ୍ଗଳାବାଗ ଥାନା ଅଞ୍ଚଳର କିଶୋର କୁମାର ବେହେରାଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଏହାର ମାଷ୍ଟରମାଇଣ୍ଡ ଦୈତାରୀଙ୍କୁ ଜେରା ବେଳେ ପୋଲିସ ଏହି ରାକେଟର ଅନେକ ଗୁମର ଖୋଲିଛି। ତାଙ୍କ ଅଭିଯୋଗରେ ପୋଲିସ ଏବେ ୫ଜଣଙ୍କୁ ଧରି ଥାନାରେ ଅଟକ ରଖି ମୁହାଁମୁହିଁ  ଜେରା ଚଳାଇଛି। ସେମାନଙ୍କ ନିକଟରୁ ପୋଲିସ ଏବେ ୨ଟି ଦାମୀ କାର ଜବତ କରିବା ସହ ବହୁ ନକଲି ସାର୍ଟିଫିକେଟ ଜବତ କରିଛି। ଉକ୍ତ ୫ଜଣ ଢେଙ୍କାନାଳ, କଟକ, ଭୁବନେଶ୍ୱର, ଭଞ୍ଜନଗର ଓ ବାଲୁଗାଁ ଅଞ୍ଚଳର ହୋଇଥିବା ଜଣାପଡିଛି। ତଦନ୍ତରେ ବାଧାପ୍ରାପ୍ତ ଦୃଷ୍ଟିରୁ ସେମାନଙ୍କ ନାମ ଗୋପନ ରଖାଯାଇଛି ବୋଲି ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri