ଜାଲ୍‌ ସାର୍ଟିଫିକେଟରେ ଚାକିରି: ଶିକ୍ଷୟିତ୍ରୀଙ୍କ ବିରୋଧରେ ଏତଲା ଦେଲେ ବିଇଓ

ଚଣ୍ଡିଖୋଲ,୨୮ା୪(ଡି.ଏନ.ଏ.): ବଡ଼ଚଣା ଶିକ୍ଷା ମଣ୍ଡଳ ଅଧୀନ ରଇପୁର ପଞ୍ଚାୟତ ପାଥପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଜଣାପଡ଼ିବା ପରେ ତାଙ୍କ ନାମରେ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ସବିତା ସାହୁ ବଡ଼ଚଣା ଥାନାରେ ଏତଲା ଦେଇଛନ୍ତି।
ସୂଚନା ଅନୁଯାୟୀ, ରଇପୁର ପ୍ରାଥମିକ ବିଦ୍ୟାଳୟରେ ଚାକିରି କରୁଥିବା ଶିକ୍ଷୟିତ୍ରୀ ମଞ୍ଜୁଲତା ନାୟକ ୨୦୧୧ରେ ଶିକ୍ଷକତା ଚାକିରି ଆରମ୍ଭ କରିଥିଲେ। ୨୦୧୭ ରେ ସେ ରେଗୁଲାର ଶିକ୍ଷୟିତ୍ରୀ ଭାବେ ନିଯୁକ୍ତି ପାଇଛନ୍ତି। ତେବେ ଜାଲ୍‌ ସାର୍ଟିଫିକେଟ ଧରା ପଡ଼ିବା ପରେ ରାଜ୍ୟର ପ୍ରତ୍ୟେକ ବିଭାଗ ପକ୍ଷରୁ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିରେ ମଞ୍ଜୁଲତାଙ୍କ ସାର୍ଟିଫିକେଟ ମାଧ୍ୟମିକ ବୋର୍ଡକୁ ପଠାଇ ତନଖି କରିବାରୁ ଏହା ଜାଲ୍‌ ବୋଲି ଜଣାପଡିଛି। ବୋର୍ଡ ପକ୍ଷରୁ ଜିଲା ଶିକ୍ଷାଧିକାରୀ ଓ ବ୍ଲକ ଶିକ୍ଷାଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଆଧାରରେ ବୁଧବାର ବ୍ଲକ ଶିକ୍ଷାଧିକାରୀ ଥାନାରେ ଏତଲା ଦେଇଛନ୍ତି। ତେବେ ଗତ ବର୍ଷକ ତଳେ ଏହି ବ୍ଲକରେ ୩ ଜଣ ଶିକ୍ଷକ ସାର୍ଟିଫିକେଟ ଜାଲିଆତି କରି ମାର୍କ ବଢ଼ାଇଥିଲେ। ପଦୋନ୍ନତି ମଧ୍ୟ ପାଇଥିଲେ। ତାଙ୍କ ନାମରେ ଏତଲା ହୋଇଥିଲା। କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆ ଯାଇ ନ ଥିଲା। କେବଳ ସେତିକି ନୁହେଁ ପୂର୍ବରୁ ଏଠାରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇ ମଧ୍ୟ ଜାଲ ଜାତିଗତ ପ୍ରମାଣପତ୍ର ଦେଇ ଚାକିରି କରୁଥିବା ନେଇ କିଛି ସାମାଜିକ କର୍ମୀ ଜିଲା ଶିକ୍ଷା ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ପରେ ତାଙ୍କୁ କେନ୍ଦ୍ରାପଡ଼ା ଜିଲାକୁ ବଦଳି କରି ଦିଆଯାଇଥିବା ଜଣାପଡିଛି। ତେଣୁ ପ୍ରକୃତ ତଦନ୍ତ କରାଗଲେ ଜାଲ୍‌ ସାର୍ଟିଫିକେଟରେ ଚାକିରି କରିଥିବା ବହୁ ଶିକ୍ଷୟିତ୍ରୀଶିକ୍ଷକ ଧରାପଡ଼ିବା ସମ୍ଭାବନା ରହିଛି ବୋଲି ଆଲୋଚନା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri