ଜାଲ୍‌ ସାର୍ଟିଫିକେଟରେ ଚାକିରି

ଉଦଳା, ୧୪।୫ (ଡି.ଏନ.ଏ.)- ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଦୀର୍ଘ ୧୪ ବର୍ଷରୁ ଊର୍ଦ୍ଧ୍ୱ ହେବ ଚାକିରି କରିଆସୁଥିଲେ ଅଧ୍ୟାପିକା। ଏ ସମ୍ପର୍କରେ ଜଣାପଡ଼ିବା ପରେ ତାଙ୍କୁ ଚାକିରିରୁ ବହିଷ୍କାର କରିବା ପାଇଁ ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ। ସେପଟେ ଧରାପଡ଼ିଯିବା ପରେ ସମ୍ପୃକ୍ତ ଅଧ୍ୟାପିକା ନିଜ ଆଡୁ ଇସ୍ତଫା ଦେଇସାରିଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁସାରେ, ଅଧ୍ୟାପିକା ଜଣଙ୍କ ହେଲେ ମୟୂରଭଞ୍ଜ ଜିଲା ଖୁଣ୍ଟା ଡିଗ୍ରୀ ମହାବିଦ୍ୟାଳୟରେ କାର୍ଯ୍ୟ କରିଥିବା ଇଂଲିଶ ଅଧ୍ୟାପିକା ଅଭିପ୍‌ସା ପଟ୍ଟନାୟକ। ତାଙ୍କ ଘର ଉଦଳାରେ। ସେ ୨୦୦୭ ଠାରୁ ଏହି ମହାବିଦ୍ୟାଳୟରେ କାର୍ଯ୍ୟ କରି ଆସୁଥିଲେ। ଚାକିରି ସମୟରେ ଜାଲ୍‌ ସାର୍ଟିଫିକେଟ ଦେଇଥିବା ଜଣାପଡ଼ିବା ପରେ ଏହାକୁ ନେଇ ଖୋଳତାଡ଼ ଆରମ୍ଭ ହୋଇଥିଲା। ନିଯୁକ୍ତି ସମୟରେ ଦାଖଲ କରିଥିବା ପିଜି ମାର୍କସିଟ୍‌ରେ ଜାଲିଆତି ହୋଇଥିବା ଉଚ୍ଚଶିକ୍ଷା ବିଭାଗ ଜାଣିବାକୁ ପାଇଥିଲା। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅଧ୍ୟାପିକା ପଟ୍ଟନାୟକଙ୍କୁ ଏ ବାବଦରେ ଦସ୍ତାବିଜ୍‌ ଦାଖଲ କରିବାକୁ କୁହାଯାଇଥିଲା। ସମସ୍ତ ଦସ୍ତାବିଜ୍‌ ଯାଞ୍ଚ ପରେ ଅଧ୍ୟାପିକାଙ୍କ ପିଜି ମାର୍କସିଟରେ ଜାଲିଆତି ରହିଥିବା ନେଇ ତଥ୍ୟ ମିଳିଥିଲା। ଏହା ଜଣାପଡ଼ିବା ପରେ ୩ ମାସ ତଳୁ ଅଧ୍ୟାପିକା ପଟ୍ଟନାୟକ ଇସ୍ତଫା ଦେଇସାରିଛନ୍ତି।
ଅନ୍ୟପଟେ ଉଚ୍ଚଶିକ୍ଷା ବିଭାଗର ଚିଠି ନଂ. ୨୦୧୧୩ ତା ୧୨।୦୫।୨୦୨୧ ରିଖ ଅନୁସାରେ ଆସିଷ୍ଟାଣ୍ଟ ଡାଇରେକ୍ଟର ଡ. ଅଶୋକ କୁମାର ନାୟକ କପ୍ତିପଦା ଉପଖଣ୍ଡ ଉପଜିଲାପାଳ ତଥା ଖୁଣ୍ଟା ଡିଗ୍ରୀ ମହାବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଭଗବାନ ବେହେରାଙ୍କୁ ଅଧ୍ୟାପିକା ପଟ୍ଟନାୟକଙ୍କୁ ବହିଷ୍କାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। ଏ ସମ୍ପର୍କରେ କପ୍ତିପଦା ଉପଖଣ୍ଡ ଉପଜିଲାପାଳ ବେହେରାଙ୍କୁ ପଚାରିବାରୁ କହିଛନ୍ତି, ସେ ଚିଠି ପାଇଛନ୍ତି ଏବଂ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ସମ୍ପୃକ୍ତ ଅଧ୍ୟାପିକା ବ୍ଲକଗ୍ରାଣ୍ଟରେ ଚାକିରି କରିଥିବା ବେଳେ ଖୁଣ୍ଟା ଡିଗ୍ରୀ ମହାବିଦ୍ୟାଳୟରେ କାର୍ଯ୍ୟକାଳ ମଧ୍ୟରେ ସେ ୮ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ରାଜକୋଷରୁ ନେଇ ସାରିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri