ଜାଲ ସାର୍ଟିଫିକେଟ ଦେଇ ଚାକିରି: ୪ ନକଲି ଶିକ୍ଷକ ଚିହ୍ନଟ

ରାୟଗଡ଼ା/ଟିକିରି,୧୧।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା): ରାୟଗଡ଼ା ଜିଲାରେ ପିଛା ଛାଡ଼ୁନି ନକଲି ଶିକ୍ଷକ ମାମଲା। ନକଲି ସାର୍ଟିଫିକେଟରେ ଚାକିରି ମାମଲାରେ ରାୟଗଡ଼ା ଜିଲାର ବହୁ ଶିକ୍ଷକ ଚାକିରିରୁ ବହିସ୍କୃତ ହୋଇଥିବା ବେଳେ କାଶୀପୁର ବ୍ଲକରେ ପୁଣି ୪ ନକଲି ଶିକ୍ଷକ ଚିହ୍ନଟ ହୋଇଛନ୍ତି। ଏନେଇ ୨ଜଣ ଶିକ୍ଷକଙ୍କ ନାମରେ କାଶୀପୁର ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ଶୁକ୍ରବାର ଅନ୍ୟ ୨ଜଣଙ୍କ ନାମରେ ଟିକିରି ଥାନାରେ ମାମଲା ରୁଜୁ ହେବ ବୋଲି ଗୋଷ୍ଠୀ ଶିକ୍ଷାଧିକାରୀ ଦୀପ୍ତିମୟୀ ସିଂ ସୂଚନା ଦେଇଛନ୍ତି।

ଚିହ୍ନଟ ହୋଇଥିବା ୪ ନକଲି ଶିକ୍ଷକ ହେଲେ କାଶୀପୁର ବ୍ଲକ ବାହାରପଦା ସ୍କୁଲର ଲୋକନାଥ ମହାପାତ୍ର, ପାଇକସୁପେଲ ସ୍କୁଲର ରଘୁନାଥ ବିଡ଼ିକା, ଡୁମୁରିଯୋଡ଼ି ସ୍କୁଲର ଶମ୍ଭୁ କହଁର ଏବଂ ଗୁମୁଡ଼ିମାଣ୍ଡି ସ୍କୁଲର ପାଞ୍ଜିବ ମାଝି। କାଶୀପୁର ଥାନାରେ ଲୋକନାଥ ମହାପାତ୍ର ଏବଂ ରଘୁନାଥ ବିଡ଼ିକାଙ୍କ ନାମରେ ଗୁରୁବାର ଏତଲା ଦିଆଯାଇଥିବା ବେଳେ ଶମ୍ଭୁ ଓ ପାଞ୍ଜିବଙ୍କ ନାମରେ ଶୁକ୍ରବାର ଟିକିରି ଥାନାରେ ଏତଲା ଦିଆଯିବା ନେଇ ଗୋଷ୍ଠୀ ଶିକ୍ଷାଧିକାରୀ ଦୀପ୍ତିମୟୀ ସିଂ ସୂଚନା ଦେଇଛନ୍ତି । ଜିଲା ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ପାଇବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ସେ କହିଛନ୍ତି।

ପ୍ରକାଶ ଥାଉକି, ରାୟଗଡ଼ା ଜିଲାରେ ବହୁ ଶିକ୍ଷୟିତ୍ରୀ ଶିକ୍ଷକ ଜାଲ ସାର୍ଟିଫିକେଟ ଦେଇ ଚାକିରି କରିଛନ୍ତି। ସନ୍ଦେହ ଘେରରେ ରହିଥିବା ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସାର୍ଟିଫିକେଟ ଯାଞ୍ଚ ରିପୋର୍ଟ ମଗାଯାଇଥିଲେ ମଧ୍ୟ କିଛି ବିଶ୍ୱ ବିଦ୍ୟାଳୟଗୁଡ଼ିରୁ କୌଣସି ସୂଚନା ମିଳି ନ ଥିବାରୁ ଏହି କାର୍ଯ୍ୟରେ ବିଳମ୍ବ ଘଟୁଛି ବୋଲି ଜଣାପଡ଼ିଛି। ତେଣୁ ରାଜ୍ୟ ଶିକ୍ଷା ବିଭାଗ ଓ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ତଦନ୍ତକୁ ତ୍ୱରାନ୍ବିତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ଛାତ୍ରୀଛାତ୍ର ଉପଯୁକ୍ତ ଶିକ୍ଷା ପାଇପାରିବେ ବୋଲି ଅଭିଭାବକ ମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri