ଜାଲ୍‌ ସାର୍ଟିଫିକେଟରେ ଚାକିରି

ଉଦଳା, ୧୪।୫ (ଡି.ଏନ.ଏ.)- ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଦୀର୍ଘ ୧୪ ବର୍ଷରୁ ଊର୍ଦ୍ଧ୍ୱ ହେବ ଚାକିରି କରିଆସୁଥିଲେ ଅଧ୍ୟାପିକା। ଏ ସମ୍ପର୍କରେ ଜଣାପଡ଼ିବା ପରେ ତାଙ୍କୁ ଚାକିରିରୁ ବହିଷ୍କାର କରିବା ପାଇଁ ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ। ସେପଟେ ଧରାପଡ଼ିଯିବା ପରେ ସମ୍ପୃକ୍ତ ଅଧ୍ୟାପିକା ନିଜ ଆଡୁ ଇସ୍ତଫା ଦେଇସାରିଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁସାରେ, ଅଧ୍ୟାପିକା ଜଣଙ୍କ ହେଲେ ମୟୂରଭଞ୍ଜ ଜିଲା ଖୁଣ୍ଟା ଡିଗ୍ରୀ ମହାବିଦ୍ୟାଳୟରେ କାର୍ଯ୍ୟ କରିଥିବା ଇଂଲିଶ ଅଧ୍ୟାପିକା ଅଭିପ୍‌ସା ପଟ୍ଟନାୟକ। ତାଙ୍କ ଘର ଉଦଳାରେ। ସେ ୨୦୦୭ ଠାରୁ ଏହି ମହାବିଦ୍ୟାଳୟରେ କାର୍ଯ୍ୟ କରି ଆସୁଥିଲେ। ଚାକିରି ସମୟରେ ଜାଲ୍‌ ସାର୍ଟିଫିକେଟ ଦେଇଥିବା ଜଣାପଡ଼ିବା ପରେ ଏହାକୁ ନେଇ ଖୋଳତାଡ଼ ଆରମ୍ଭ ହୋଇଥିଲା। ନିଯୁକ୍ତି ସମୟରେ ଦାଖଲ କରିଥିବା ପିଜି ମାର୍କସିଟ୍‌ରେ ଜାଲିଆତି ହୋଇଥିବା ଉଚ୍ଚଶିକ୍ଷା ବିଭାଗ ଜାଣିବାକୁ ପାଇଥିଲା। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅଧ୍ୟାପିକା ପଟ୍ଟନାୟକଙ୍କୁ ଏ ବାବଦରେ ଦସ୍ତାବିଜ୍‌ ଦାଖଲ କରିବାକୁ କୁହାଯାଇଥିଲା। ସମସ୍ତ ଦସ୍ତାବିଜ୍‌ ଯାଞ୍ଚ ପରେ ଅଧ୍ୟାପିକାଙ୍କ ପିଜି ମାର୍କସିଟରେ ଜାଲିଆତି ରହିଥିବା ନେଇ ତଥ୍ୟ ମିଳିଥିଲା। ଏହା ଜଣାପଡ଼ିବା ପରେ ୩ ମାସ ତଳୁ ଅଧ୍ୟାପିକା ପଟ୍ଟନାୟକ ଇସ୍ତଫା ଦେଇସାରିଛନ୍ତି।
ଅନ୍ୟପଟେ ଉଚ୍ଚଶିକ୍ଷା ବିଭାଗର ଚିଠି ନଂ. ୨୦୧୧୩ ତା ୧୨।୦୫।୨୦୨୧ ରିଖ ଅନୁସାରେ ଆସିଷ୍ଟାଣ୍ଟ ଡାଇରେକ୍ଟର ଡ. ଅଶୋକ କୁମାର ନାୟକ କପ୍ତିପଦା ଉପଖଣ୍ଡ ଉପଜିଲାପାଳ ତଥା ଖୁଣ୍ଟା ଡିଗ୍ରୀ ମହାବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଭଗବାନ ବେହେରାଙ୍କୁ ଅଧ୍ୟାପିକା ପଟ୍ଟନାୟକଙ୍କୁ ବହିଷ୍କାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। ଏ ସମ୍ପର୍କରେ କପ୍ତିପଦା ଉପଖଣ୍ଡ ଉପଜିଲାପାଳ ବେହେରାଙ୍କୁ ପଚାରିବାରୁ କହିଛନ୍ତି, ସେ ଚିଠି ପାଇଛନ୍ତି ଏବଂ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ସମ୍ପୃକ୍ତ ଅଧ୍ୟାପିକା ବ୍ଲକଗ୍ରାଣ୍ଟରେ ଚାକିରି କରିଥିବା ବେଳେ ଖୁଣ୍ଟା ଡିଗ୍ରୀ ମହାବିଦ୍ୟାଳୟରେ କାର୍ଯ୍ୟକାଳ ମଧ୍ୟରେ ସେ ୮ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ରାଜକୋଷରୁ ନେଇ ସାରିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri